୨୩ରୁ ପିପିଲିକୁ ଗଡ଼ିବ ମୋ ବସ୍‌

ଭୁବନେଶ୍ୱର,୨୧।୬(ବ୍ୟୁରୋ)- ଆସନ୍ତା ୨୩ ତାରିଖରୁ କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ଏକ ନୁଆ ରୁଟ୍‌ (ରୁଟ୍‌ ନଂ-୩୩) ଆରମ୍ଭ କରିବାକୁ ଯାଉଛି। ଏହା ଭୁବନେଶ୍ୱର ରେଲୱେ ଷ୍ଟେସନ (ମାଷ୍ଟରକ୍ୟାଣ୍ଟିନ)ରୁ ପିପିଲିକୁ ସଂଯୋଗ କରିବ। ଏହି ରୁଟ୍‌ର ଦୂରତା ୨୪.୮ କି.ମି ରହିଥିବା କ୍ରୁଟ୍‌ର ମୁଖ୍ୟ ପ୍ରବନ୍ଧକ ଦିପ୍ତି ମହାପାତ୍ର ରବିବାର କହିଛନ୍ତି। ମୋ ବସ ପିପିଲିକୁ ଚଲାଇବା ପାଇଁ ବହୁ ଦିନରୁ ଅନେକ ସ୍ଥାନୀୟ ବାସିନ୍ଦା ଅନୁରୋଧ କରିଆସିଛନ୍ତି। ଏହି ଅନୁରୋଧକୁ ରକ୍ଷାକରିବାକୁ ଯାଇ ଓ ଜନସାଧାରଣଙ୍କ ଯାତାୟତର ସୁବିଧା ପାଇଁ କ୍ରୁଟ୍‌ ପକ୍ଷରୁ ଏହି ରୁଟ୍‌ ଆରମ୍ଭ କରିବାକୁ ସ୍ଥିର କରାଯାଇଛି। ଏହା କେବଳ ସ୍ଥାନୀୟ ବାସିନ୍ଦା ନୁହଁ ଏପରିକି ପର୍ଯ୍ୟଟକଙ୍କୁ ମଧ୍ୟ ପିପିଲି ପହଁଞ୍ଚିବା ପାଇଁ ସାହାଯ୍ୟ କରିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ସର୍ବମୋଟ ୪ଟି ବସ ପ୍ରତ୍ୟେକଦିନ ୩୩ଟି ବସଷ୍ଟପ୍‌ ମଧ୍ୟରେ ଯାତ୍ରା କରିବ। ପ୍ରଥମ ବସ ଭୁବନେଶ୍ୱର ରେଳ ଷ୍ଟେସନରୁ ସକାଳ ୭ଟାରେ ବାହାରିବ ଓ ଶେଷ ବସ୍‌ ସଂଧ୍ୟା ୫.୫୦ରେ ପିପିଲି ଅଭିମୁଖେ ଯାତ୍ରା କରିବ। ଠିକ୍‌ ସେହିପରି ପିପିଲିରୁ ପ୍ରଥମ ବସ୍‌ ସକାଳ ୭.୪୫ ଏବଂ ଶେଷ ବସ୍‌ ସନ୍ଧ୍ୟା ୭ଟାରେ ବାହାରିବ। ୨୩ ତାରିଖ ଅର୍ଥାତ ଆସନ୍ତା ବୁଧବାର ସେବାର ପ୍ରଥମ ଦିନରେ ମାତ୍ର ଗୋଟିଏ ବସ ଚାଲିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri