୨୩ରେ ଭୋଟ ଗଣତି: ଏସ୍‌ପିଙ୍କ ନିର୍ଦ୍ଦେଶ ଅପରାଧୀଙ୍କ ଉପରେ କଡ଼ା ନଜର ରଖ

ବ୍ରହ୍ମପୁର ଅଫିସ,୨୧ା୫-ବ୍ରହ୍ମପୁର ସହରରେ ଥିବା ୫ ଥାନାଧିକାରୀଙ୍କୁ ନେଇ ଅପରାଧ ସମୀକ୍ଷା କରିଛନ୍ତି ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର। ଜିଲା ପୋଲିସ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏସ୍‌ପି ମିଶ୍ର ରବିବାର ଅପରାଧ ସ୍ଥିତି ଅନୁଧ୍ୟାନ କରିଛନ୍ତି। ସାଧାରଣ ନିର୍ବାଚନର ଫଳାଫଳ ଆସନ୍ତା ୨୩ରେ ଘୋଷଣା ହେବ। ସହରରେ ଶାନ୍ତିଶୃଙ୍ଖଳା ରକ୍ଷା କରିବା ସହ ଅପରାଧ ନିୟନ୍ତ୍ରଣ ପାଇଁ ଏବେଠୁ ପ୍ରସ୍ତୁତ ହେବାକୁ ଏସ୍‌ଡିପିଓ ଓ ସମସ୍ତ ଥାନାଧିକାରୀମାନଙ୍କୁ ଏସ୍‌ପି ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି । ନିର୍ବାଚନ ସମୟରେ ବିଭିନ୍ନ ଅଞ୍ଚଳରେ ଗୋଷ୍ଠୀ-ଗୋଷ୍ଠୀ ଓ ବ୍ୟକ୍ତି-ବ୍ୟକ୍ତିଙ୍କ ଭିତରେ ଶତ୍ରୁତା ଓ ବିବାଦ ରହିଥିଲା। କଁା ଭଁା ଛୋଟ ଗଣ୍ଡଗୋଳକୁ ଛାଡ଼ିଦେଲେ ମୋଟାମୋଟି ସହରରେ ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ ସରିଛି । ତେବେ ସମସ୍ତ ପ୍ରାର୍ଥୀ ବିଜୟୀ ହେବା ଆଶା ରଖିଥିବା ବେଳେ ଫଳାଫଳ ଘୋଷଣା ପରେ ପରାଜିତ ପ୍ରାର୍ଥୀଙ୍କ ସମର୍ଥକମାନେ ଯେପରି କିଛି ଅଭାବନୀୟ କାଣ୍ଡ ନ ଘଟାଇବେ, ସେଥିପ୍ରତି ସତର୍କ ଦୃଷ୍ଟି ଦେବା ସହ ସେମାନଙ୍କ ଗତିିବିଧି ଉପରେ ନଜର ରଖିବାକୁ ସମସ୍ତ ଥାନାଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଫଳାଫଳ ଘୋଷଣା ପୂର୍ବରୁ ଓ ପରେ ଯେଉଁମାନେ ବିଶୃଙ୍ଖଳା ସୃଷ୍ଟି କରିବେ ସେମାନଙ୍କୁ ଗିରଫ କରିବାକୁ କୁହାଯାଇଛି । ପୁରୁଣା ମାମଲାର ତଦନ୍ତ ସାରିବା ସହ ସମସ୍ତ ମାମଲାଗୁଡ଼ିକୁ ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ କରିବାକୁ କୁହାଯାଇଛି। ଯଥାଶୀଘ୍ର ପୁରୁଣା ମାମଲାଗୁଡ଼ିକର ତଦନ୍ତ ସାରି ଫେରାର ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ଥାନାଧିକାରୀମାନଙ୍କୁ ଏସ୍‌ପି କହିଛନ୍ତି । ଥାନା ରେଜିଷ୍ଟର ଅପଟୁଡେଟ୍‌ ରଖିବାକୁ କୁହାଯାଇଛି। କେତେଜଣ ଅପରାଧୀଙ୍କ ନଁାରେ ୱାରେଣ୍ଟ ରହିଛି। ତା’ର ତାଲିକା ପ୍ରସ୍ତୁତ କରିବା ସହ ପ୍ରତି ମାସରେ କେତେଜଣ ୱାରେଣ୍ଟିଙ୍କୁ ଗିରଫ କରାଯାଉଛି। ସାଧାରଣ ଜନତା ଓ ମହିଳାଙ୍କୁ ସୁରକ୍ଷା ଦେବା ସହ ଅପରାଧୀଙ୍କ ଉପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିବାକୁ ସେ କହିଛନ୍ତି । ମହିଳା ଓ ଶିଶୁଙ୍କ ସମ୍ପର୍କିତ ମାମଲାଗୁଡ଼ିକୁ ଅଗ୍ରାଧିକାର ଦେଇ ଯଥାଶୀଘ୍ର ସମାଧାନ କରିବାକୁ କୁହାଯାଇଥିଲା। ସହରର ବିଭିନ୍ନ ହୋଟେଲ, ଲଜ୍‌ ଓ ରେଷ୍ଟୁରାଣ୍ଟ ଉପରେ ଚଢ଼ାଉ କରିବା ସହ ଅପରାଧୀଙ୍କ ଗତିବିଧି ଉପରେ ନଜର ରଖିବାକୁ ସେ କହିଛନ୍ତି। ସହରରେ ପୋଲିସ ଏବେ ହେଲମେଟ ଚେକିଂ ଦିଗରେ ଧିମେଇ ଯାଇଛି । ଆଗକୁ ଏହା କଡ଼ାକଡ଼ି ପାଳନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ବ୍ରହ୍ମପୁରରେ ଟ୍ରାଫିକ ସମସ୍ୟା ଜଟିଳ ହେଉଛି। ସପ୍ତାହରେ ଦିନେ ପ୍ରତି ଥାନା ପକ୍ଷରୁ ଜିରୋ ଟଲରାନ୍ସ ପାଳନ କରାଯିବ ବୋଲି ଏସ୍‌ପି କହିଛନ୍ତି। ଦୁର୍ଘଟଣା ରୋକିବା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଆଦେଶକୁ ପାଳନ କରିବା ସହ ଯେପରି ଦୁର୍ଘଟଣା ସଂଖ୍ୟା କମିବ ସେଥିପ୍ରତି ଦୃଷ୍ଟି ଦେବାକୁ ଟ୍ରାଫିକ ଥାନାଧିକାରୀ ସୁମିତ କୁମାର କିଶାନଙ୍କୁ କୁହାଯାଇଛି। ଅନ୍ୟପଟେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମଧ୍ୟ ପୋଲିସ ନିଷ୍ପତ୍ତି ନେଇଛି। ଆଗାମୀ ଦିନରେ ଦୁର୍ଘଟଣା କମାଇବାକୁ ଉଦ୍ୟମ କରିବା ସହ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କରାଯିବ। ସହରସାରା ଗାଡ଼ି ମୋଟର ଯାଞ୍ଚ ହେବ । ଯେଉଁମାନେ ନିୟମ ଉଲ୍ଲଂଘନ କରିଥିବେ ସେମାନଙ୍କଠାରୁ ଜରିମାନା ଆଦାୟ ହେବ । ସହରର ସବୁ ଥାନାରେ ଏହି ଅଭିଯାନ କରାଯିବ ବୋଲି ଏସ୍‌ପି ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଏସ୍‌ପି ମାୟାଧର ସେଠୀ, ବ୍ରହ୍ମପୁର ଏସ୍‌ଡିପିଓ ବିଷ୍ଣୁ ପ୍ରସାଦ ପତିଙ୍କ ସମେତ ସମସ୍ତ ଥାନାଧିକାରୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri