୨୪ ଘଣ୍ଟା ବନ୍ଦ ରହିବ ଏସ୍‌ସିବି ଆଉଟଡୋର

କଟକ ଅଫିସ, ୧୭ା୬ : ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମ୍‌ଏ)ର ଆହ୍ବାନକ୍ରମେ ରାଜ୍ୟରେ ଚିକିତ୍ସା ସେବା ୨୪ ଘଣ୍ଟିଆ ବନ୍ଦ ରହିବ । ଏହି ପରିପ୍ରେକ୍ଷୀରେ ଏସ୍‌ସିବି ମେଡିକାଲର ଆଉଟଡୋର ସୋମବାର ସକାଳ ୬ଟାରୁ ମଙ୍ଗଳବାର ସକାଳ ୬ଟା ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ଡାକ୍ତରମାନେ। ଘରୋଇ ମେଡିକାଲଗୁଡ଼ିକ ମଧ୍ୟ ବନ୍ଦ ରହିବ। ଏ ନେଇ ରବିବାର ସନ୍ଧ୍ୟାରେ ମେଡ଼ିକାଲ ନିକଟସ୍ଥ ଆଇଏମ୍‌ଏ ହାଉସରେ ଏକ ଖବରଦାତା ସମ୍ମିଳନୀ ଡକାଯାଇଥିଲା। ପିଏଚଏଓ ସଭାପତି ଡା. କୃପାସିନ୍ଧୁ ପଣ୍ଡା ଏଥିରେ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ କିଛି ଦାବି ଉପସ୍ଥାପନ କରାଯାଇଥିଲା। ମେଡ଼ିକାଲରେ ରୋଗୀଙ୍କ ସମ୍ପର୍କୀୟମାନେ ହୁଅନ୍ତୁ କିମ୍ବା କୌଣସି ବ୍ୟକ୍ତି ଭଙ୍ଗାରୁଜା କରିବା ଘଟଣା ନିନ୍ଦନୀୟ। ଡାକ୍ତର ଏବଂ ସମସ୍ତ ଚିକିତ୍ସା କର୍ମୀଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦିଆଯାଉ। ଏଥି ନିମନ୍ତେ ଜାତୀୟ ସ୍ତରରେ ଆଇନ ପ୍ରଣୟନ କରାଯିବାକୁ ଦାବି ହୋଇଛି। ଆଇଏମଏ ଓଡ଼ିଶା ଶାଖା ସମ୍ପାଦକ ଡା. ଜନ୍ମେଜୟ ମହାପାତ୍ର, ଆଇଏମ କଟକ ଶାଖା ସଭାପତି ଡା. ବନବିହାରୀ ମିଶ୍ର, ସମ୍ପାଦକ ଡା. ଶକ୍ତିପ୍ରସାଦ ଦାସ, ଆଇଏମ ରାଜ୍ୟ ସଭାପତି ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଡା. ବ୍ରଜ ଦାଶ, ଡା. ପୁଣ୍ୟଶ୍ଲୋକ ଦାସ, ଡା. ଜ୍ୟୋତିର୍ମୟ ନାୟକ, ଏସ୍‌ସିବି ଜୁନିୟର ଡାକ୍ତର ସଂଘ ସଭାପତି ଡା. ପ୍ରଭାତ ରାଉତ ଏବଂ ଘରୋଇ ଚିକିତ୍ସକ ସଂଘର ସମସ୍ତ କର୍ମକର୍ତ୍ତା ମଧ୍ୟ ଉପସ୍ଥିତ ଥିଲେ। ସୂଚନାଥାଉ କି, କୋଲକତାର ଏନଆର୍‌ଏସ ମେଡ଼ିକାଲ କଲେଜର ହାଉସ ସର୍ଜନ ଡା. ପରିବାହ ବାନାର୍ଜୀ ଓ ଅନ୍ୟ ଛାତ୍ରୀଛାତ୍ରମାନଙ୍କୁ ଦୁର୍ବୃତ୍ତମାନେ ମରଣାନ୍ତକ ଆକ୍ରମଣ ଘଟଣାକୁ ନେଇ ଏହି ବନ୍ଦ ଡାକରା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ

ଭୁବନେଶ୍ୱର,୨ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଣ୍ଟାବାଞ୍ଜିରୁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଟିଟିଲାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଦ୍ୱିତୀୟ...

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି,...

ଲିଙ୍ଗରାଜରୁ ଖୋର୍ଦ୍ଧା ଯାଏ ଦୌଡିଲେ ମନ୍ମଥ

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନରୁ ବିଜୁ ଜନତା ଦଳ(ବିଜେଡି)ର ପ୍ରାର୍ଥୀ ମନ୍ମଥ ରାଉତରାୟ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା...

ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ

ଭୁବନେଶ୍ୱର,୨।୫: ଲୋକ ସଭା ନିର୍ବାଚନ ପାଇଁ ଗୁରୁବାର ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ...

ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର।...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri