Posted inଜାତୀୟ

୨୪ ଘଣ୍ଟାରେ ୮ ହଜାର ୯୦୯ ନୂଆ ଆକ୍ରାନ୍ତ ଚିହ୍ନଟ: କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଟପିଲା

ନୂଆଦିଲ୍ଲୀ,୩।୬ : ମହାମାରୀ କରୋନା ଭାରତରେ କାୟା ବିସ୍ତାର କରିଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୮ ହଜାର ୯୦୯ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଟପିଛି। ସେହପରି ୨୪ ଘଣ୍ଟାରେ ଦେଶରେ ୨୧୭ ଜଣଙ୍କ ମୃତ୍ୟୁ ଘଟିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୨ ଲକ୍ଷ ୭ ହଜାର ୬୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧ ଲକ୍ଷ ୩୦୩ ଜଣ ସୁସ୍ଥ ହୋଇଥିବା ବେଳେ ୫ ହଜାର ୮୧୫ ଜଣଙ୍କର ମୃତ୍ୟୁ ହୋଇଛି। ଏବେ ଦେଶରେ ୧ ଲକ୍ଷ ୧ ହଜାର ୪୯୭ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ୨ ହଜାର ୪୬୫ ଲୋକଙ୍କ ମୃତ୍ୟୁ ହୋଇଛି। ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୭୨ ହଜାର ଟପିଛି। ଦ୍ୱିତୀୟରେ ତାମିଲନାଡୁ ରହିଛି। ଏଠାରେ ଏପର୍ଯ୍ୟନ୍ତ ୨୪ ହଜାରୁ ଅଧିକ ଲୋକ ଆକ୍ରାନ୍ତ ହୋଇଥିବାବେଳେ ୧୯୭ଜଣଙ୍କ ମୃତ୍ୟୁ ଘଟିଛି। ଏହି ତାଲିକାର ତୃତୀୟରେ ରହିଛି ଦିଲ୍ଲୀ। ରାଜ୍ୟରେ ଏପର୍ଯ୍ୟନ୍ତ ୨୨ ଜହାର ୧୩୨ଟି ମାମଲା ସାମ୍ନାକୁ ଆସିଛି। ସେଥିମଧ୍ୟରୁ ୫୫୬ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାଉ ଯାଉ ପୁଣି ଫେରିବ ମୌସୁମୀ, ଜାରି ହେଲା ‘ମେଗା ଆଲର୍ଟ’, ୨୨ ରାଜ୍ୟରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୧୫।୯: ଉତ୍ତର ଭାରତରୁ ଆରମ୍ଭ କରି ଦେଶର ପୂର୍ବ ଓ ପଶ୍ଚିମ ଅଞ୍ଚଳ ପର୍ଯ୍ୟନ୍ତ ମୌସୁମୀ ସକ୍ରିୟତା ପୁନର୍ବାର ବୃଦ୍ଧି ପାଇଛି। ଭାରତୀୟ ପାଣିପାଗ ବିଭାଗ (IMD)…

ସୁନାମି ଆସିବା ୪୫ ମିନିଟ୍‌ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…

ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…

ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ…

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

ଖୁସି ଖବର: UPI ପେମେଣ୍ଟ ଉପରେ ଲାଗିବ ନାହିଁ କୌଣସି ଶୁଳ୍କ ! RuPay ଡେବିଟ କାର୍ଡ କାରବାର ମଧ୍ୟ ରହିବ ମାଗଣା

ନୂଆଦିଲ୍ଲୀ,୧୫।୯: ଯଦି ଆପଣ UPI କିମ୍ବା RuPay ଡେବିଟ କାର୍ଡ ବ୍ୟବହାର କରି ଦେୟ ପ୍ରଦାନ କରନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ରହିଛି।…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?