୨୪ରୁ ପ୍ରବଳ ବର୍ଷା : ୪ଦିନ ପର୍ଯ୍ୟନ୍ତ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ୨୪ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ବିଶେଷକରି ଗଞ୍ଜାମ, ପୁରୀ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଆଦି ୯ଜିଲାରେ ପ୍ରବଳ ବର୍ଷା ହେବ। ସେଥିପାଇଁ ଏସବୁ ଜିଲାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ୨୫ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ଦିନ ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼ ଆଦି ୫ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ପୁରୀ, ଦେବଗଡ଼, ଝାରସୁଗୁଡ଼ା, ବାଲେଶ୍ୱର, ଭଦ୍ରକ ଓ ଜଗତ୍‌ସିଂହପୁର ଆଦି ୬ ଜିଲାରେ ପ୍ରବଳ ବର୍ଷା ହେବ। ସେହିପରି ୨୬ତାରିଖ ଦିନ ବରଗଡ଼ ଓ ସୁନ୍ଦରଗଡ଼ ଆଦି ଦୁଇଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ଏବଂ ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି ଓ ନୟାଗଡ଼ ଆଦି ୪ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଆସନ୍ତା ୪ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସୋମବାର ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, ଅନୁଗୋଳ, କେନ୍ଦ୍ରାପଡ଼ା, ଗଞ୍ଜାମ, ନୟାଗଡ଼ ଓ ବାଲେଶ୍ୱର ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏସବୁ ଜିଲାରେ ଝଡ଼ତୋଫାନ ସହ ବଜ୍ରପାତର ସମ୍ଭାବନା ରହିଛି। ଉତ୍ତର ଓ ଦକ୍ଷିଶ ଉପକୂଳ ଓଡ଼ିଶାରେ ଏବଂ ଦକ୍ଷିଶ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ରବିବାର ଅପରାହ୍ନରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହିତ ଘଡ଼ଘଡ଼ି ହୋଇଥିବାବେଳେ ଚାନ୍ଦବାଲିରେ ସର୍ବାଧିକ ୧୬ମିଲିମିଟର ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri