୨୪ରେ ଉତ୍କଳ ବିଶ୍ୱବିଦ୍ୟାଳୟ ଆଲୁମ୍‌ନି ମିଟ୍‌ : ଯୋଗଦେବେ ୮ ହଜାରରୁ ଅଧିକ ପୂର୍ବତନ ଛାତ୍ରୀଛାତ୍ର

ଭୁବନେଶ୍ୱର,୧।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ ଜୁବ୍‌ଲି ଆସନ୍ତା ୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଲଗାତର ୫ଦିନ ଧରି ହେବାକୁ ଥିବା କାର୍ଯ୍ୟକ୍ରମ ମଝିରେ ଏକ ନୂଆ କାର୍ଯ୍ୟକ୍ରମ ହେବା ନେଇ ଗୁରୁବାର ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସ୍ଥିର କରାଯାଇଛି। ୨୪ ତାରିଖରେ ରବିବାର ପଡୁଥିବା କାରଣରୁ ଏହି ଦିନ ବହୁ ପୂର୍ବତନ ଛାତ୍ରୀଛାତ୍ରଙ୍କୁ ଡକାଯାଇ ଏକ କାର୍ଯ୍ୟକ୍ରମ ହେବ। ଏଥିରେ ପ୍ରାୟ ୮ ହଜାରରୁ ଅଧିକ ପୂର୍ବତନ ଛାତ୍ରୀଛାତ୍ରଙ୍କୁ ଏକାଠି କରିବାକୁ ସ୍ଥିର କରାଯାଇଛି। ସବୁ ବିଭାଗର ମୁଖ୍ୟମାନଙ୍କୁ ଏନେଇ ଦାୟିତ୍ୱ ଦିଆଯାଇଛି। ବିଭାଗୀୟ ମୁଖ୍ୟମାନେ ପୂର୍ବତନ ଛାତ୍ରଙ୍କ ସହ ଯୋଗାଯୋଗ ବ୍ୟବସ୍ଥା କରି ସମସ୍ତଙ୍କୁ ଏକାଠି କରିବାର ଦାୟିତ୍ୱ ନେବେ। ଏହିଦିନ ସାରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବ। ଏହି କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟରେ ଥିବା ଭଲ ପ୍ରତିଭାବାନ ପିଲାଙ୍କୁ ନେଇ କରାଯିବ। ଏହାସହ ପୂର୍ବତନ ଛାତ୍ରୀଛାତ୍ରମାନଙ୍କ ମଧ୍ୟରୁ ଯେଉଁମାନେ ଉଚ୍ଚ ପଦ ପଦବୀରେ ଅଛନ୍ତି ସେମାନଙ୍କୁ ମଧ୍ୟ ସ୍ବତନ୍ତ୍ର ନିମନ୍ତ୍ରଣ କରାଯିବାର କାର୍ଯ୍ୟକ୍ରମ ହେବ ବୋଲି ଜଣାପଡିଛି। ଆଜିର ବୈଠକରେ ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ ଛାତ୍ରମାନେ ମଧ୍ୟ ଯୋଗଦେଇଥିଲେ। ଏଥିରେ ପୂର୍ବତନ ଅର୍ଥମନ୍ତ୍ରୀ ପଞ୍ଚାନନ କାନୁନ୍‌ଗୋ, ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri