Posted inଖେଳ

୨୪୨ ରନ୍‌ରେ ଅଲଆଉଟ୍‌ ଭାରତ

ଖୀଷ୍ଟଚର୍ଚ୍ଚ,୨୯ା୨- ଏଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଶନିବାରଠାରୁ ଆରମ୍ଭ ହୋଇଯାଇଛି। ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଫଳରେ ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ୬୩ ଓଭରରେ ୨୪୨ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ପ୍ରଥମ ମ୍ୟାଚ୍‌ ଭଳି ଦ୍ୱିତୀୟ ମ୍ୟାଚ୍‌ର ମଧ୍ୟ ଅଧିନାୟକ ବିରାଟ କୋହଲି (୩) ଓ ରିଷବ ପନ୍ତ (୧୨) ଫ୍ଲପ ହୋଇଛନ୍ତି। କିନ୍ତୁ ପ୍ରଥମ ମ୍ୟାଚ୍‌ରେ ଭଲ ବ୍ୟାଟିଂ କରିଥିବା ଉପ ଅଧିନାୟକ ଅଜିଙ୍କ୍ୟ ରାହାନେ (୭) ଓ ମୟଙ୍କ ଅଗ୍ରଓ୍ବାଲ (୭) ବିଫଳ ହୋଇଥିଲେ। ପୃଥ୍ବୀ ଶ (୫୪), ଚେତେଶ୍ୱର ପୂଜାରା (୫୪) ଓ ହନୁମା ବିହାରୀ (୫୫) ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଇନିଂସ ଶେଷ ଆଡ଼କୁ ରବୀନ୍ଦ୍ର ଜାଡେଜା ୯, ମହମ୍ମଦ ଶାମି ୧୬, ଯଶପ୍ରୀତ ବୁମରା (୧୦) ଆଟାକିଂ ବ୍ୟାଟିଂ କରିଥିଲେ। ଘରୋଇ ବୋଲରଙ୍କ ମଧ୍ୟରେ କ୍ୟାରିୟରର ଦ୍ୱିତୀୟ ଟେଷ୍ଟ ଖେଳୁଥିବା କାଇଲ ଜେମିଶନ ୫ ଉଇକେଟ ସଫଳତା ହାସଲ କରିଥିଲେ। ଟିମ ସୌଦି ଓ ଟ୍ରେଣ୍ଟ ବୋଲ୍ଟ ୨ ଲେଖାଏ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ବିଜେଡିକୁ ନେଇ ବଡ଼ କଥା କହିଲେ ପ୍ରଭାତ ବିଶ୍ୱାଳ: କୁରୁବଂଶ ଭଳି…

ଭୁବନେଶ୍ୱର, ୧୩।୭: ବିଜେଡିର ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ପୁଣି ଥରେ ବୟାନବାଜି ଜୋର ଧରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ‘ବିଶ୍ୱାସଘାତକ’ ବୋଲି କହିଥିବା ପ୍ରସଙ୍ଗରେ…

ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୪।୭: ରାଜ୍ୟ ସରକାର ଏକ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟର ସବୁ ଔଷଧ ଦୋକାନ ଆଗରେ ରେଟ୍‌ ଚାର୍ଟ ଲାଗିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏପରିକି…

ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି…

ଭୁଶୁଡିଲା ବିଜେଡି ଗଡ଼; ସାମୂହିକ ଇସ୍ତଫା ଦେଲେ ୧୦ କାଉନସିଲର, ଜାଣନ୍ତୁ କାହିଁକି…

ଝାରସୁଗୁଡ଼ା,୧୪।୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବେଲପାହଡ଼ରେ ଭୁଶୁଡୁଛି ବିଜେଡି ଗଡ଼। ବିଜେଡି ସଦସ୍ୟତାରୁ ଇସ୍ତଫା ଦେଲେ ୧୦ କାଉନସିଲର। ହିତେଶ ଠକରଙ୍କୁ ନିଲମ୍ବନ ପରେ କାଉନସିଲର ବିଜେଡି…

ରଥଯାତ୍ରା ପୂର୍ବରୁ ଏମିତି କହିଲେ ସୌମେନ୍ଦ୍ର ପ୍ରିୟଦର୍ଶୀ: ୬୫ ସ୍ଥାନରେ…

ପୁରୀ, ୧୪।୭: ପବିତ୍ର ରଥଯାତ୍ରା ଅବସରରେ ପୁରୀକୁ ଆସୁଥିବା ଶ୍ରଦ୍ଧାଳୁମାନଙ୍କୁ ଟ୍ରାଫିକ୍‌ ନିର୍ଦ୍ଦେଶାବଳୀ ଭଲଭାବେ ଅନୁଧ୍ୟାନ କରିବାକୁ ରଥଯାତ୍ରା ପରିଚାଳନା ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ପରାମର୍ଶ ଦେଇଛନ୍ତି।…

ହର୍ମୁଜ ପ୍ରଣାଳୀରେ ଦୁଇ ଜାହାଜ ମଧ୍ୟରେ ଭୀଷଣ ଧକ୍କା: ଚୂରମାର ହେଲା…

ତେହରାନ,୧୪।୭: ହର୍ମୁଜ୍ ପ୍ରଣାଳୀରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ହୋଇଛି । ​​ଏକ ବଲ୍କ କ୍ୟାରିଅର୍ ଅନ୍ୟ ଏକ ଜାହାଜ ସହିତ ଧକ୍କା ହୋଇଛି । ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri