୨୫ରୁ ଆରମ୍ଭ ହେବ ଷୋଡଶ ବିଧାନସଭା ଅଧିବେଶନ : ସୁରକ୍ଷା ପାଇଁ ତ୍ରିସ୍ତରୀୟ ବ୍ୟବସ୍ଥା

ଭୁବନେଶ୍ୱର, ୨୪ା୬(ବ୍ୟୁରୋ) : ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ପର୍ଯ୍ୟାୟରେ ୨୫ରୁ ଆରମ୍ଭ ହୋଇ ଜୁଲାଇ ୨ ପର୍ଯ୍ୟନ୍ତ ଚାଲିବ। ପୁଣି ଦ୍ୱିତୀୟ ଅଧିବେଶନ ଜୁଲାଇ ୧୨ରୁ ଅଗଷ୍ଟ ୮ ହେବ। ତେଣୁ ଏହାକୁ ଦୁଷ୍ଟିରେ ରଖି କମିଶନରେଟ୍‌ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ବିଧାନସଭା ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷା ବ୍ୟବସ୍ଥା ପାଇଁ ୨୮ ପ୍ଲାଟୁନ ପୋଲିସ ଫୋର୍ସ,୧୦୦ ପୋଲିସ ଅଫିସର ମୁତୟନ ରହିବେ। ସମ୍ପୂର୍ଣ୍ଣ ସୁରକ୍ଷା ବ୍ୟବସ୍ଥାକୁ ତଦାରଖ କରିବେ ଭୁବନେଶ୍ୱର ଡିସିପି ଅନୁପ କୁମାର ସାହୁ। ତାଙ୍କ ତଳକୁ ୪ ଜଣ ଅତିରିକ୍ତ ଡିସିପି,୧୩ ଜଣ ଏସିପି,୧୦ ଜଣ ଇନ୍ସପେକ୍ଟର, ୬୨ଜଣ ଏସ୍‌ଆଇ ଓ ଏଏସ୍‌ଆଇ, ୪ ଜଣ ଟ୍ରାଫିକ ପୋଲିସ ପ୍ରମୁଖ ମୁତୟନ ରହିବେ। ବିଧାନସଭା ଚାଲିବା ପୂର୍ବଦିନ ସନ୍ଧ୍ୟାନୀ କୁକୁର ସହ ବୋମା ନିଷ୍କ୍ରିୟକାରୀ ଦଳ ବିଧାନସଭା ଭିତର ଓ ବାହାରେ ଯାଞ୍ଚ କରିବ। ଏହାସହ ପୋଲିସ ଡିଜି ଡା. ରାଜେନ୍ଦ୍ର ପ୍ରସାଦ ଶର୍ମା, ପୋଲିସ କମିଶନର ସତ୍ୟଜିତ୍‌ ମହାନ୍ତି ବିଧାନସଭା ଭିତର ଓ ବାହାରେ ବୁଲି ସୁରକ୍ଷା ବ୍ୟବସ୍ଥାକୁ ଯାଞ୍ଚ କରିବେ।
ବିଧାନସଭାକୁ ଲାଗିଥିବା ରାସ୍ତାରେ ବ୍ୟାରିକେଡ ବ୍ୟବସ୍ଥା କରାଯିବ। ଏହି ବ୍ୟାରିକେଡ ନିକଟରେ ପ୍ରାୟ ୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବ। ସେମାନେ ସନ୍ଦିଗ୍ଧ ଗାଡି ଓ ବ୍ୟକ୍ତିଙ୍କ ଉପରେ ନଜର ରଖିବେ। ଏହାସହ ଏକାଧିକ ବ୍ୟକ୍ତି ରୁଣ୍ଡ ହୋଇ ବିଧାନସଭା ଅଭିମୁଖେ ଯିବାକୁ ଚେଷ୍ଟା କରୁଥିଲେ ସେମାନଙ୍କୁ ତୁରନ୍ତ ଅଟକ ରଖାଯିବା ସହ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବାକୁ କୁହାଯାଇଛି। ବିଧାନସଭାର ପାଚେରି ଓ ଏହାର ଚତୁଃପାର୍ଶ୍ୱରେ ପ୍ରାୟ ୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ବିଧାନସଭା ଚାଲୁଥିବାରୁ ବିଭିନ୍ନ ସଙ୍ଗଠନ ଓ ସଂସ୍ଥା ପକ୍ଷରୁ ଦାବି ପୂରଣ ନେଇ ଧାରଣ ଦିଆଯିବ। ତେଣୁ ସେମାନଙ୍କ ଉପରେ ନଜର ରଖିବାକୁ ପ୍ରାୟ ୧୦ ପ୍ଲାଟୁନ ପୋଲିସ ଫୋର୍ସ୍‌ର ବ୍ୟବସ୍ଥା କରାଯାଇଛି। ବ୍ୟାରିକେଡ୍‌ ସହ ଧାରଣାସ୍ଥଳରେ ୩୦ରୁ ଊର୍ଦ୍ଧ୍ୱ ସିସିଟିଭି ଲଗାଯାଇଛି। ଧାରଣାସ୍ଥଳରେ ମଧ୍ୟ ସାଦା ପୋଷାକଧାରୀ ପୋଲିସ ମୁତୟନ ରହିବେ। ସେମାନେ ବିଭିନ୍ନ ସଙ୍ଗଠନର ଯୋଜନା ସମ୍ପର୍କରେ ପୋଲିସକୁ ଆଗୁଆ ସୂଚନା ଦେବେ। ଏସବୁ ସତ୍ତ୍ୱେ ଜଣେ ସାଦା ପୋଷାକଧାରୀ ପୋଲିସ କ୍ୟାମେରାରେ ପୂରା ବିକ୍ଷୋଭ ଓ ଆନ୍ଦୋଳନର ଭିଡିଓ ରେକର୍ଡିଂ କରିବେ। ଏଥିପାଇଁ ବିଧାନସଭା ଉତ୍ତର ଗେଟ, ଫଟୋମେକର୍ସ ଲେନ୍‌ ଓ ଧାରଣାସ୍ଥଳରେ ୩ଟି କଣ୍ଟ୍ରୋଲ ରୁମ୍‌ ଖୋଲାଯିବ। ସେଠାରେ ଅଧିକାରୀମାନେ ଉପସ୍ଥିତ ରହି ସିସିଟିଭି ଉପରେ ନଜର ରଖିବା ସହ ସୁରକ୍ଷା ବ୍ୟବସ୍ଥାକୁ ତଦାରଖ କରିବେ। ଡିସିପି ଏହି ତିନୋଟି କଣ୍ଟ୍ରୋଲ ରୁମ୍‌କୁ ପ୍ରତି ଘଣ୍ଟାରେ ଅନୁଧ୍ୟାନ କରିବେ। ଜରୁରିକାଳୀନ ପରିସ୍ଥିତି ପାଇଁ ପାଣିମାଡ ଗାଡି, ଗ୍ୟାସ୍‌ ଓ ଅନ୍ୟ ଯାନ୍ତ୍ରିକ ସରଞ୍ଜାମକୁ ରଖାଯିବ ବୋଲି ପୋଲିସ କମିଶନର ସତ୍ୟଜିତ ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମୁଛି କାର୍ତ୍ତିକ-ଅନନ୍ୟାଙ୍କ ଯୋଡ଼ି, ଟ୍ରେଲର ରିଲିଜ ପରେ ସାମ୍ନାକୁ ଆସିଲା…

ମୁମ୍ବାଇ: କାର୍ତ୍ତିକ ଆର୍ଯ୍ୟନ ଏବଂ ଅନନ୍ୟା ପାଣ୍ଡେଙ୍କ ରୋମାଣ୍ଟିକ-କମେଡି ଫିଲ୍ମ ‘ତୁ ମେରି ମୈ ତେରା ମୈ ତେରା ତୁ ମେରି’ର ଟ୍ରେଲର ଗୁରୁବାର ରିଲିଜ...

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ମୁଖ୍ୟମନ୍ତ୍ରୀଙ୍କୁ ପୁନର୍ବିଚାର ପାଇଁ ଭାଜପା ବିଧାୟକଙ୍କ ପ୍ରସ୍ତାବ

ଭୁବନେଶ୍ବର,୧୮।୧୨: ଆଜି ଭାଜପା ବିଧାୟକ ଦଳର ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିଲା । ତେବେ ଆଜି ବୈଠକ ପରେ ଶାସକ ଦଳର ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ।...

ପୁଅ ପାଲଟିଲେ ରାକ୍ଷସ, କରତରେ ମା-ବାପାଙ୍କ ମୁଣ୍ଡ କାଟି ଖଣ୍ଡଖଣ୍ଡ କରି ନଦୀରେ ଫିଙ୍ଗିଲେ, ପୋଲିସ ଆଗରେ କହିଲେ…

ଲକ୍ଷ୍ନୌ,୧୮ା୧୨: ଉତ୍ତରପ୍ରଦେଶର ଜୌନପୁର ଜିଲାର ଜାଫରାବାଦ ଥାନା ଅଞ୍ଚଳର ଅହମଦପୁର ଗ୍ରାମରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏହି ଗାଁର ୩୭ ବର୍ଷୀୟ ଅମ୍ବେଶ...

ଶୁକ୍ରବାର ସମ୍ବଲପୁର ବନ୍ଦକୁ ସମର୍ଥନ କରି ଶତାଧିକ ଚାଷୀଙ୍କ ବାଇକ୍‌ ରାଲି

ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ଖରିଫ ଧାନ ବିକ୍ରି ପାଇଁ ଟୋକନ ବଣ୍ଟନ ସମସ୍ୟା ବିରୋଧରେ ଚାଷୀ ସଂଗଠନ ପକ୍ଷରୁ ଶୁକ୍ରବାର ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ସମ୍ବଲପୁର...

ଦାଦନ ଖଟିବାକୁ ଯାଇ ଫସିଲେ ୯ ଯୁବକ, ପାଖରେ ଟଙ୍କା ନାହିଁ କି କାମ ନାହିଁ, ଭିଡିଓ କରି କହିଲେ…

ରାୟଗଡ଼ା,୧୮ା୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଖଣିଜ ସମ୍ପଦ ଭରା କାଶୀପୁର ବ୍ଲକରେ ବକ୍ସାଇଟ ପାଇଁ ବିଶ୍ବ ପରିଚିତ ଉତ୍କଳ ଆଲୁମିନା ଭଳି କମ୍ପାନୀ ରହିଛି।...

କଟନି ଛଟନି ବନ୍ଦ କରିବାକୁ ପରାମର୍ଶ ଦେଲେ ମନ୍ତ୍ରୀ, କହିଲେ ଚାଷୀମାନେ କେବଳ ମଣ୍ଡିରେ ଧାନ ଦିଅନ୍ତୁ

ବୁଗୁଡ଼ା ୧୮/୧୨/(କାଳିଚରଣ ଦାଶ):  ଚଳିତ ମାସ ୨୩ ତାରିଖ ଠାରୁ ଖରିଫ ଋତୁ ଧାନ ସଂଗ୍ରହ କରିବେ ସରକାର । ତେଣୁ ଜିଲ୍ଲା ଓ ବ୍ଲକ...

ଅନ୍ୟ ଧର୍ମର ହୋଇଥିବାରୁ ଶବ ପଡିରହିଲା ୩୨ ଘଣ୍ଟା: ଆଉ ତା’ପରେ…

ପାଟଣା,୧୮।୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଇଦ ବାଜା ଗାଁ ରେ ରୋଗାକ୍ରାନ୍ତ ମକୁରୁ ମୁଣ୍ଡାଙ୍କ ମୃତ୍ୟୁ ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା।...

DMK ଉପରେ ବର୍ଷିଲେ ବିଜୟ, ଉଠାଇଲେ ଅନେକ ପ୍ରଶ୍ନ

ଅମରାବତୀ,୧୮।୧୨: ଅଭିନେତାରୁ ରାଜନେତା ହୋଇଥିବା ବିଜୟ ଗୁରୁବାର ତାମିଲନାଡୁର ଇରୋଡ ଜିଲାରେ ଏକ ରାଲିକୁ ସମ୍ବୋଧିତ କରିଥିଲେ। ସେପ୍ଟେମ୍ବର ୨୭ରେ କରୁରରେ ତାଙ୍କ ରାଲିରେ ଦଳାଚକଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri