୨୫ରେ ବିଧାନସଭା ମୌସୁମୀ ଅଧିବେଶନ: ଆଜି ବିଜେଡି ବିଧାୟକ ଦଳ ବୈଠକ, ଭାଜପା ବାଛିବ ବିରୋଧୀ ଦଳ ନେତା

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଚଳିତ ମାସ ୨୫ ତାରିଖରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ବିଜେଡି ରାଜ୍ୟରେ ୫ମ ଥର ପାଇଁ ସରକାର କରିଛି। ୫ମ ପାଳିର ଏହା ପ୍ରଥମ ଅଧିବେଶନ। ଏହି ଅଧିବେଶନ ଆରମ୍ଭ ପୂର୍ବରୁ ଶାସକ ଦଳ ନିଜ ରଣନୀତି ପ୍ରସ୍ତୁତ କରିବ। ରବିବାର ବିଜେଡି ବିଧାୟକ ଦଳର ବୈଠକ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ା ଏ ନେଇ ଶାସକ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ପୂର୍ବରୁ ସୂଚନା ଦେଇଥିଲେ। ପୂର୍ବରୁ ବିଧାୟକ ଦଳ ବୈଠକ ଆସନ୍ତା ୨୪ରେ ଅର୍ଥାତ୍‌ ଅଧିବେଶନ ଆରମ୍ଭର ପୂର୍ବଦିନ ହେବାକୁ ନିଷ୍ପତ୍ତି ହୋଇଥିଲା। ପରେ ପରିବର୍ତ୍ତନ କରାଯାଇ ୨୩ ତାରିଖ ଅପରାହ୍ନ ୫ଟା୩୦ରେ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଅନୁଷ୍ଠିତ ହେବ ବୋଲି ନିଷ୍ପତ୍ତି ହୋଇଥିଲା। । ପ୍ରଥମ ଥର ଲାଗି ଭାଜପା ମୁଖ୍ୟ ବିରୋଧୀ ଦଳ ଭୂମିକା ତୁଲାଇବ। ଭାଜପା ସଂଖ୍ୟା ମଧ୍ୟ ବିଧାନସଭାରେ ଏଥର ୨୩ରେ ପହଞ୍ଚିଛି। ଚଳିତ ଅଧିବେଶନ ସମୟରେ ବଜେଟ୍‌ ଆଗତ କରାଯିବ। ସେହିପରି ଆସନ୍ତା ୨୪ରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସର୍ବଦଳୀୟ ବୈଠକ ଡକାଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ବିଜେଡି ବିଧାୟକ ଦଳ ବୈଠକ ଗୋଟିଏ ଦିନ ଆଗରୁ କରିବାକୁ ନିଷ୍ପତ୍ତି ନେଇଥିବା କୁହାଯାଉଛି। ସେହିପରି ଭାଜପା ବିଧାୟକ ଦଳର ଏକ ବୈଠକ ମଧ୍ୟ ଅନୁଷ୍ଠିତ ହେବାକୁ ଯାଉଛି। ଏହି ବୈଠକରେ କେନ୍ଦ୍ରୀୟ ଟିମ୍‌ ଜଣଙ୍କୁ ନେତା ଭାବେ ମନୋନୀତ କରିବେ। ଭାଜପା ବିଧାନସଭାରେ ଦ୍ୱିତୀୟ ସଂଖ୍ୟାଗରିଷ୍ଠ ଦଳ ହୋଇଥିବାରୁ ଏହାର ନେତା ସ୍ବାଭାବିକ ଭାବେ ବିରୋଧୀ ଦଳ ନେତା ହେବେ। ସେହିପରି ଭାଜପାରୁ ଅନ୍ୟ ଜଣେ ଉପନେତା ଏବଂ ବିରୋଧୀ ମୁଖ୍ୟ ସଚେତକ ଭାବେ ମଧ୍ୟ ମନୋନୀତ ହେବେ। କଂଗ୍ରେସର କିଏ ବିଧାୟକ ଦଳ ନେତା ହେବେ, ସେ ନେଇ କୌଣସି ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri