୨୬ କି.ମି. ଚାଲିଲେ ୫୪ ଛାତ୍ର

ତୁମୁଡିବନ୍ଧ,୫ା୧୨(ଡି.ଏନ୍‌.ଏ.)- ଦୀର୍ଘଦିନଧରି ଶିକ୍ଷକ ପଦବୀ ପୂରଣ ହେଲାନି, ପାଠ ପଢାରେ ବହୁ ଅସୁବିଧା ହେଲା, ଶେଷରେ ଛାତ୍ରମାନେ ପାହାଡ଼ ପର୍ବତ ଘେରା ୨୬ କି.ମି. ରାସ୍ତା ଚାଲିଚାଲି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ପ୍ରଶାସନକୁ ଗୁହାରି ଜଣାଇଲେ। ଏପରି ଏକ ଅଭାନୀୟ ଘଟଣା ଘଟିଛି କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକରେ।
ତୁମୁଡ଼ିବନ୍ଧ ବ୍ଲକ ବେଲଘର ପଞ୍ଚାୟତରେ ରହିଛି ସରକାରୀ ଉଚ୍ଚ ବିଦ୍ୟାଳୟ। ଏହି ସ୍କୁଲରେ ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପାଖାପାଖି ୩୭୫ ଛାତ୍ରୀଛାତ୍ର ପଢନ୍ତି। ୧୪ ଜଣ ଶିକ୍ଷକ ପଦବୀ ଥିବାବେଳେ ମାତ୍ର ୬ ରୁ ୭ ଜଣ ଶିକ୍ଷକ ଅଛନ୍ତି। କୌଣସି କାମରେ ଜଣେ ୨ଜଣ ଶିକ୍ଷକ ଅନୁପସ୍ଥିତ ରହିଲେ ଉକ୍ତଦିନ ପାଠପଢା ଗୁରୁତର ବାଧାପ୍ରାପ୍ତ ହୋଇଥାଏ। ବିଜ୍ଞାନ ଏବଂ ଗଣିତ ଶିକ୍ଷକ ନ ଥିବାରୁ କଳା ଶିକ୍ଷୟିତ୍ରୀ ଶିକ୍ଷକମାନେ ଶିକ୍ଷାଦାନ କରୁଛନ୍ତି। ଫଳରେ ଛାତ୍ରୀଛାତ୍ରଙ୍କୁ ପାଠ ବୁଝିବାରେ ଅସୁବିଧା ହେଉଛି। ବାରମ୍ବାର ଶିକ୍ଷକ ପଦବୀ ପୂରଣ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନେ ପ୍ରଶାସନ ନିକଟରେ ଦାବି କରିଆସୁଥିଲେ ମଧ୍ୟ କିଛି ସୁଫଳ ମିଳୁ ନ ଥିଲା। ଶେଷରେ ବୁଧବାର ଭୋର ୩ଟାରୁ ପ୍ରବଳ ଶୀତରେ ୫୪ଜଣ ଛାତ୍ର ଜଙ୍ଗଲଘେରା ରାସ୍ତାରେ ୨୬ କି.ମି. ଚାଲିଚାଲି ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ୫ ଘଣ୍ଟାରୁ ଉର୍ଦ୍ଧ୍ୱ ସମୟ ଧରି ମୁଖ୍ୟରାସ୍ତାରେ ଚାଲିଚାଲି ଆସୁଥିଲେ ମଧ୍ୟ ପ୍ରଶାସନ ପାଖରେ କୌଣସି ଖବର ନଥିଲା।

ତେବେ ଛାତ୍ରମାନେ ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିବାପରେ ପ୍ରଶାସନ ପକ୍ଷରୁ ଆଶ୍ୱାସନା ଦିଆଯିବା ସହ ବିସ୍କୁଟ ଏବଂ ପାଣି ବ୍ୟବସ୍ଥା କରାଯାଇଥିଲା। ତୁମୁଡ଼ିବନ୍ଧ ଭାରପ୍ରାପ୍ତ ବିଡିଓ କୈଳାଶ ଚନ୍ଦ୍ର ମୁର୍ମୁ, ବ୍ଲକ ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ପାତ୍ର, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ (ବିଏସ୍‌ଏସ୍‌ଓ) ମନୋଜ କୁମାର ସାହୁ ଓ ଜନମଙ୍ଗଳ ଅଧିକାରୀ ଏକଗାଡ଼ି କରି ଛାତ୍ରମାନଙ୍କୁ ବିଦ୍ୟାଳୟକୁ ନେଇଥିଲେ। ସେଠାରେ ସମ୍ପୃକ୍ତ ଅଧିକାରୀମାନେ ମଧ୍ୟ ଯାଇ ବା ଆଲୋଚନା ପରେ କୃର୍ଷ୍ଣଚନ୍ଦ୍ର ବଳିଆରସିଂଙ୍କୁ ଅସ୍ଥାୟୀ ଶିକ୍ଷକ ଭାବେ ନିଯୁକ୍ତି ଦେଇଥିଲେ। ଦିନେ ଦୁଇଦିନ ମଧ୍ୟରେ ଆଉ କେତେଜଣ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା। ଦାବିପୂରଣ ନହେଲେ ପୁଣି ଆନ୍ଦୋଳନ ଚେତାବନୀ ଦେଇଛନ୍ତି ଅଭିଭାବକ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ପ୍ରତିଶ୍ରୁତି ରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ ବିଡିଓ: ଉଠା ଦୋକାନୀଙ୍କୁ ମିଳିବ ନ୍ୟାୟ

ଦାରିଙ୍ଗବାଡି,୧୪।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଉଠା ଦୋକାନୀଙ୍କ ତହସିଲ କାର୍ଯ୍ୟାଳୟ ଘେରାଉ ଘଟଣା ପରେ ସ୍ଥାନୀୟ ପ୍ରଶାସନ ଥଇଥାନ ପାଇଁ ପଦକ୍ଷେପ ଜୋରଦାର ଆରମ୍ଭ ହୋଇଯାଇଛି।…

ନିଶାମୁକ୍ତ ହେବ ସୋନପୁର ଅଞ୍ଚଳ: ବସିଲା ବୈଠକ, ଏକାଠି ହେଲେ ମହିଳା ସଂଗଠନ, ଦେଲେ ଚେତାବନୀ

ଦାରିଙ୍ଗବାଡି, ୧୩।୨ (ଅରୁଣ ସାହୁ): ଦିନକୁ ଦିନ ଚୋରାମଦ କାରବାର ବୃଦ୍ଧି ପାଉଛି ।  ଅବାଧରେ ବିକ୍ରିବଟା ମଧ୍ୟ ଚାଲିଛି । ଏହି ବ୍ୟବସାୟ କରୁଥିବା ଲୋକଙ୍କ…

ତାତିଲେ ଉଠା ଦୋକାନୀ, ଘେରିଲେ ତହସିଲ କାର୍ଯ୍ୟାଳୟ: ପ୍ରତିଶ୍ରୁତି ଦେଲା ପ୍ରଶାସନ

ଦାରିଙ୍ଗବାଡି, ୧୩।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ନଂ ଜାତୀୟ ରାଜପଥ କଡ଼ରେ ଉଠା ଦୋକାନୀଙ୍କୁ ଜବରଦଖଲ ଉଚ୍ଛେଦ କରାଯାଇଛି। କିନ୍ତୁ ସମସ୍ତ ଉଠା…

୨୦୨୬ବଜେଟ ଉପସ୍ଥାପନା ସହ ଭାଜପାର ସମର୍ପଣ ଦିବସ ପାଳିତ, ସରକାରଙ୍କ ଭିବି-ଜି-ରାମଜୀ ଯୋଜନା ସମ୍ପର୍କରେ ଆଲୋଚନା

ଦାରିଙ୍ଗବାଡି, ୧୨।୨ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କିରିକୁଟି ପଞ୍ଚାୟତ ଭାଜପାର ଶକ୍ତିକେନ୍ଦ୍ର ଠାରେ ଚଳିତ ବଜେଟ ଉପସ୍ଥାପନା ଏବଂ ଭାଜପାର ସମର୍ପଣ ଦିବସ ପାଳିତ…

ଓ୍ବାଶିଂ ମେଶିନରେ ନିଆଁ ଲାଗି ୨ ମହଲାକୁ ବ୍ୟାପିଲା, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଦାରିଙ୍ଗବାଡ଼ି,୧୨ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ବଜାରରେ ଏକ ୩ ମହଲା କୋଠାରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି କ୍ଷୟ ହୋଇଥିବା ଜଣାପଡ଼ିଛି।…

ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…

ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri