Posted inଜାତୀୟ

୨୬ ପର୍ଯ୍ୟନ୍ତ ଚିଦାମ୍ବରମଙ୍କୁ ଗିରଫ କରିପାରିବନି ଇଡି

ନୂଆଦିଲ୍ଲୀ,୨୪।୮(ପି.ଟି.): ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମନିଲଣ୍ଡରିଂ ମାମଲାରେ ସୁପ୍ରିମକୋର୍ଟ ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ପି.ଚିଦାମ୍ବରମଙ୍କୁ ଗିରଫରୁ ସୁରକ୍ଷା ଦେଇଛନ୍ତି। ୨୬ ତାରିଖରେ ମାମଲାର ଶୁଣାଣି ଥିବାରୁ ସେ ପର୍ଯ୍ୟନ୍ତ ତାଙ୍କୁ ଇଡି ଗିରଫ କରିପାରିବ ନାହିଁ ବୋଲି ସର୍ବୋଚ୍ଚ ଅଦାଲତ ଶୁକ୍ରବାର କହିଛନ୍ତି। ତେବେ ସେ ସିବିଆଇ ହେପାଜତରେ ରହିବେ। କାରଣ ତାଙ୍କୁ ଜେରା ପାଇଁ ସୋମବାର ପର୍ଯ୍ୟନ୍ତ ସିବିଆଇ ହାଜତକୁ ପଠାଇ ଦିଆଯାଇଥିବାବେଳେ, ଏହା ଉପରେ ସର୍ବୋଚ୍ଚ ଅଦାଲତ ହସ୍ତକ୍ଷେପ କରିନାହାନ୍ତି। ଉଭୟ ଇଡି ଓ ସିବିଆଇ ଦାଖଲ କରିଥିବା ମାମଲାର ଶୁଣାଣି ୨୬ରେ ହେବ ବୋଲି ଜଷ୍ଟିସ୍‌ ଆର୍‌. ଭାନୁମତୀ ଏବଂ ଏ.ଏସ୍‌. ବୋପାନ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି।
ଆଇଏନ୍‌ଏକ୍ସ ମିଡିଆ ମାମଲାରେ ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ଚିଦାମ୍ବରମଙ୍କୁ ଆଗୁଆ ଜାମିନ ଦେବାକୁ ମନା କରିଦେବା ପରେ ତାଙ୍କୁ ସିବିଆଇ ଓ ଇଡି ଗିରଫ କରିବାକୁ ଉଦ୍ୟମ କରିଥିଲେ ହେଁ ସେ ଫେରାର ହୋଇଯାଇଥିଲେ। ବୁଧବାର ରାତିରେ ସେ ଏଆଇସିସି କାର୍ଯ୍ୟାଳୟରେ ଆବିର୍ଭାବ ହୋଇ ଏକ ଖବରଦାତା ସମ୍ମିଳନୀରେ ନିଜକୁ ନିର୍ଦ୍ଦୋଷ କହିବା ପରେ ସିବିଆଇ ଟିମ୍‌ ତାଙ୍କ ବାସଭବନକୁ ଯାଇ ତାଙ୍କୁ ଗିରଫ କରିଥିଲା। ଗୁରୁବାର ତାଙ୍କୁ ସ୍ବତନ୍ତ୍ର ଅଦାଲତରେ ହାଜର କରାଯିବା ପରେ ସିବିଆଇ ୪ ଦିନିଆ ରିମାଣ୍ଡରେ ନେଇ ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି।…

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri