Posted inଜାତୀୟ

୨୬ବର୍ଷୀୟ ବ୍ୟକ୍ତିଙ୍କୁ ଲାଗିଥିଲା ୧୮ଟି ଗୁଳି: ୭ଘଣ୍ଟା ଅପରେଶନ୍‌ ପରେ ମିଳିଲା ନୂଆ ଜୀବନ

ପାଟନା,୧୦।୬: ଡାକ୍ତରଙ୍କୁ ଲୋକମାନେ ଭଗବାନ ବୋଲି ଭାବିଥାନ୍ତି। ଆଉ ଏହାର ଜ୍ୱଳନ୍ତ ଉଦାହରଣ ମଧ୍ୟ ବହୁଥର ଦେଖିବାକୁ ମିଳିଛି। ଏଭଳି ଏକ ଚମତ୍କାର କରି ଦେଖାଇଛନ୍ତି ବିହାରର ଜଣେ ଡାକ୍ତର। ଜଣେ ବ୍ୟକ୍ତିଙ୍କ ଦେହରେ ୧୮ଟି ଗୁଳି ବାଜିଥିବା ବେଳେ ଦୀର୍ଘ ସମୟ ଧରି ଅପରେଶନ୍‌ ପରେ ଡାକ୍ତର ତାଙ୍କୁ ବଞ୍ଚାଇବାରେ ସଫଳ ହୋଇଛନ୍ତି। ସୂଚନାଯୋଗ୍ୟ, ଶନିବାର ରାତିରେ ସୀତାମଢ଼ୀର ରାଜପୁର ଗଁାର ସୁପ୍ପା ପୋଲିସ ଥାନା ନିକଟରେ ପଙ୍କଜ କୁମାର ସିଂହ ନାମକ ଜଣେ ବ୍ୟକ୍ତିଙ୍କୁ କିଛି ଦୃର୍ବୁତ୍ତ ଗୁଳି କରି ସେଠାରୁ ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ପଙ୍କଜଙ୍କ ଛାତି, ଗୋଡ, ହାତ, ପେଟ ଓ ଯକୃତ ଆଦିରେ ମୋଟ ୧୮ଟି ଗୁଳି ବାଜିଥିବା ନେଇ ଡାକ୍ତର ସୂଚନା ଦେଇଥିଲେ। ତେବେ ଦୀର୍ଘ ୭ ଘଣ୍ଟା ଧରି ଡାକ୍ତର ପଙ୍କଜଙ୍କ ଅପରେଶନ୍‌ କରି ଜୀବନ ବଞ୍ଚାଇଛନ୍ତି। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଲା

ନୂଆଦିଲ୍ଲୀ,୬।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଛି। ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ବିରୋଧରେ ଏନଆଇଏ ତଦନ୍ତ ପାଇଁ...

ଭାଙ୍ଗିବ ସବୁ ରେକର୍ଡ! ଅମିତ ଶାହାଙ୍କ ପାଇଁ ଭାଜପା ରଖିଲା ବଡ ଟାର୍ଗେଟ

ନୂଆଦିଲ୍ଲୀ,୬।୫: ଚଳିତ ଲୋକ ସଭା ନିର୍ବାଚନ ୨୦୨୪ ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପାର ପାରମ୍ପାରିକ ଆସନ ଗାନ୍ଧୀ ନଗରରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି।...

ସୁନା, ରୂପା ନୁହେଁ ଚୋରି ହେଲା ୭୦ ୟୁନିଟ ପ୍ଲାଜମା

ଜୟପୁର,୬।୫: ରାଜଧାନୀ ଜୟପୁରରେ ଅବସ୍ଥିତ ଜେ.କେ ଲନ ହସ୍ପିଟାଲରୁ ୭୦ ୟୁନିଟ ପ୍ଲାଜମା ଚୋରି ହୋଇଛି। ପ୍ଲାଜମା ଚୋରି ଘଟଣା ସାମ୍ନାକୁ ଆସିବା ମାତ୍ରେ ଡାକ୍ତରଖାନା...

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ...

ପୁଞ୍ଚ ଆକ୍ରମଣରେ ସାମିଲ ପାକିସ୍ତାନୀ ଆତଙ୍କବାଦୀଙ୍କ ସ୍କେଚ ଜାରି

ଶ୍ରୀନଗର,୬।୫: ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ଅନ୍ତର୍ଗତ ଭାରତୀୟ ବାୟୁସେନା କନଭେନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଦୁଇ ଆତଙ୍କବାଦୀଙ୍କ ଉପରେ ୨୦ ଲକ୍ଷ...

ପାକ କରିବ ଆଟମ ବମ ବର୍ଷା, ରାଜନାଥଙ୍କ ବୟାନ ପରେ ଏମିତି କହିଲେ ଫାରୁକ

ନୂଆଦିଲ୍ଲୀ,୬।୫: ଭାରତ ସହିତ କଶ୍ମୀର ଦଖଲ କରିଥିବା ପାକିସ୍ତାନର ଏକୀକରଣକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ବିବୃତ୍ତି ଉପରେ ପ୍ରତିକ୍ରିୟା ପ୍ରକାଶ କରି ଜମ୍ମୁ...

ବଲ ଭାବି ଉଠାଇ ନେଲେ ବୋମା, ବିସ୍ଫୋରଣରେ ଜଣେ ଶିଶୁ ମୃତ, ୩ ଆହତ

କୋଲକାତା,୬।୫: ସୋମବାର ପଶ୍ଚିମବଙ୍ଗର ହୁଗଲିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ହୁଗୁଲିର ପାଣ୍ଡୁଆରେ ହୋଇଥିବା ବିସ୍ଫୋରଣରେ ଜଣେ ଶିଶୁଙ୍କର ମତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ତିନି...

NEET ପେପର ଲିକ, ୨୪ ଲକ୍ଷ ପିଲାଙ୍କ ଭବିଷ୍ୟତ ସହ ଖେଳ, ମୋଦିଙ୍କୁ ପ୍ରଶ୍ନ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୬।୫: ନିଟ୍‌ ପେପର ଲିକ ହେବାର ଦାବିରେ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri