୨୬ରେ ସୂର୍ଯ୍ୟୋପରାଗ ଖାଲିଆଖିରେ ନ ଦେଖିବାକୁ ପରାମର୍ଶ:ପଠାଣି ସାମନ୍ତ ପ୍ଲାନେଟାରିୟମରେ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ଆସନ୍ତା ୨୬ତାରିଖ ସକାଳେ ଏକ ବିରଳ ସୂର୍ଯ୍ୟୋପରାଗ ସଂଘଠିତ ହେବ। ଏହା ଦକ୍ଷିଣ-ଭାରତର କେତେକ ଅଞ୍ଚଳରେ ପୂର୍ଣ୍ଣ ଭାବେ ଦେଖାଯିବାକୁ ଥିବାବେଳେ ଓଡ଼ିଶାରେ ଆଂଶିକ ଭାବେ ଦେଖାଯିବ। ଓଡ଼ିଶାରେ ଏହା ସକାଳ ୮ଟା ୨୦ମିନିଟ୍‌ରୁ ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ୨୮ମିନିଟ୍‌ରେ ଶେଷ ହେବାକୁ ଥିବାବେଳେ ସକାଳ ୯ଟା ୪୬ ମିନିଟ୍‌ରେ ସର୍ବାଧିକ ପରାଗ ଦେଖାଯିବ। ଉକ୍ତ ସମୟରେ ଚନ୍ଦ୍ର ସୂର୍ଯ୍ୟଙ୍କୁ ପ୍ରାୟ ୫୫-୬୫% ଘୋଡ଼ାଇଦେବ ଏବଂ ସୂର୍ଯ୍ୟର ଆଲୋକ ମଳିନ ପଡ଼ିବା ସହ ଏହା ଅଧାଖଣ୍ଡିଆ ଦେଖାଯିବ। ଏହାକୁ ଖାଲିଆଖିରେ ନ ଦେଖିବାକୁ ପଠାଣି ସାମନ୍ତ ପ୍ଲାନେଟାରିୟମ ଉପନିର୍ଦ୍ଦେଶକ ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି। ନିରାପଦରେ ସୂର୍ଯ୍ୟୋପରାଗ ଦେଖିବାକୁ ପ୍ଲାନେଟାରିୟମରେ ବ୍ୟବସ୍ଥା ହୋଇଛି। ଏହାସହ ସାମନ୍ତ ଚନ୍ଦ୍ରଶେଖର ଆଗ୍ରହୀ ଜ୍ୟୋତିର୍ବିଜ୍ଞାନୀ ପରିଷଦ ସହାୟତାରେ ପଦାର୍ଥ ବିଜ୍ଞାନ ଅନୁଷ୍ଠାନଠାରେ ମଧ୍ୟ ଦୂରବୀକ୍ଷଣ ମାଧ୍ୟମରେ ପରାଗ ଦେଖିବାର ବ୍ୟବସ୍ଥା କରାଯାଇଛି। ସେହିପରି ବିଜ୍ଞାନ ଚେତନା ମଞ୍ଚ ପକ୍ଷରୁ ବିଜେବି କଲେଜ ପଡ଼ିଆଠାରେ ସୂର୍ଯ୍ୟୋପରାଗ ନିରାପଦରେ ଦେଖିବାର ବ୍ୟବସ୍ଥା କରାଯିବ। ଏହି ସୁଯୋଗକୁ ହାତଛଡ଼ା ନ କରିବାକୁ ଛାତ୍ରୀଛାତ୍ରଙ୍କୁ ପ୍ଲାନେଟାରିୟମ ପକ୍ଷରୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri