୨୭ ଦେଶକୁ ମାଡ଼ିଲାଣି କରୋନା

ବେଜିଂ, ୯ା୨: ଚାଇନାରେ କରୋନା ଭାଇରସ୍‌ ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ସୁଦ୍ଧା ଏହି ମୃତ୍ୟୁସଂଖ୍ୟା ୭୨୩ରେ ପହଞ୍ଚିଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୩୪, ୮୦୦କୁ ବୃଦ୍ଧିପାଇଛି। ଚାଇନାର ହୁବେଇ ପ୍ରଦେଶ ପରିସ୍ଥିତି ସାଂଘାତିକ ହୋଇପଡ଼ିଛି। ଏଠାରେ ଶନିବାର ୮୧ ଜଣଙ୍କ ମୃତ୍ୟୁ ହୋଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ସାର୍ସ(ସିଭିୟର ଆକ୍ୟୁଟ୍‌ ରେସ୍ପିରେଟୋରି ସିଣ୍ଡ୍ରୋମ) ଠାରୁ ଏହା ଅଧିକ ଭୟଙ୍କର ହେବାରେ ଲାଗିଛି। ୨୦୦୨-୦୩ରେ ସାର୍ସ ଯୋଗୁ ବିଶ୍ୱବ୍ୟାପୀ ମୋଟ ୭୭୪ ଲୋକ ପ୍ରାଣ ହରାଇଥିଲେ। କିନ୍ତୁ କରୋନା ଭାଇରସ୍‌ ସଂକ୍ରମଣ ସ୍ଥିତି ଯେଉଁଭଳି ଭାବେ ବଢ଼ିଚାଲିଛି, ତାହା ବିଶ୍ୱବାସୀଙ୍କୁ ଆତଙ୍କିତ କରିପକାଇଛି। ବର୍ତ୍ତମାନ ସୁଦ୍ଧା ୨୭ ଦେଶକୁ କରୋନା ଭାଇରସ୍‌ ସଂକ୍ରମଣ ହୋଇସାରିଛି।
ଜାପାନର କ୍ରୁସ୍‌ ଲାଇନର ଜାହାଜରେ ଥିବା ୩,୭୦୦ ଯାତ୍ରୀଙ୍କୁ କରୋନା ଭାଇରସ୍‌ ଯୋଗୁ ଅଲଗା ରଖାଯାଇଛି। ଏଥିରେ ଭାରତର ୧୩୮ ଜଣ ଥିବା ଜଣାପଡ଼ିଛି। ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସେମାନଙ୍କ ପ୍ରତି ଦୃଷ୍ଟି ଦିଆଯାଉଥିବା ଜଣାପଡ଼ିଛି। କୋଚିରେ ୧୫ ଛାତ୍ର ଆସି ପହଞ୍ଚିଥିବାବେଳେ ସେମାନଙ୍କୁ ଡାକ୍ତରୀ ପରୀକ୍ଷା କରାଯାଇଛି। ଅନ୍ୟପକ୍ଷରେ ହଂକଂରେ ଜଣେ ଓ ଫିଲିପାଇନ୍ସରେ ଜଣେ ବ୍ୟକ୍ତି ଏଥିରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବାବେଳେ ଚାଇନାକୁ ଛାଡ଼ି ବଶ୍ୱବ୍ୟାପୀ ସଂକ୍ରମିତଙ୍କ ସଂଖ୍ୟା ୩୩୨ରେ ପହଞ୍ଚିଛି। ଚାଇନା ପକ୍ଷରୁ ସ୍ଥିତି ସୁଧାରିବା ଲାଗି ଜୋର୍‌ଦାର ପ୍ରୟାସ କରାଯାଉଛି। ଶନିବାର ପୁଣି ୧୫ଶହ ଶଯ୍ୟା ବିଶିଷ୍ଟ ଏକ ହସ୍ପିଟାଲ ଉହାନ୍‌ରେ ଖୋଲାଯାଇଛି। କରୋନାକୁ ରୋକିବା ଲାଗି ଆମେରିକା ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବ ବୋଲି ରାଷ୍ଟ୍ରପତି ଟ୍ରମ୍ପ କହିଛନ୍ତି। ପ୍ରକାଶଥାଉ କି, ଏହି ରୋଗରେ ଆକ୍ରାନ୍ତ ୬୦ ବର୍ଷିୀୟ ଜଣେ ଆମେରିକୀୟ ମହିଳାଙ୍କ ଗୁରୁବାର ଉହାନ୍‌ରେ ମୃତ୍ୟୁ ହୋଇଥିଲା। ଆମେରିକୀୟ ଦୂତାବାସ ପକ୍ଷରୁ ଏହା ସ୍ପଷ୍ଟ କରାଯାଇଛି। ସେହିଭଳି ଜାପାନର ଜଣେ ବ୍ୟକ୍ତି ମଧ୍ୟ ସନ୍ଦିଗ୍ଧ କରୋନା ଭାଇରସ୍‌ରେ ସଂକ୍ରମିତ ହୋଇ ପ୍ରାଣ ହରାଇଥିବା ଜଣାପଡ଼ିଛି। ଚାଇନାକୁ ଛାଡ଼ି ବର୍ତ୍ତମାନ ସୁଦ୍ଧା ଜାପାନରେ ସର୍ବାଧିକ ୮୯, ସିଙ୍ଗାପୁରରେ ୩୩, ଥାଇଲାଣ୍ଡରେ ୩୨, ଦକ୍ଷିଣ କୋରିଆରେ ୨୪ ରୋଗୀ କରୋନା ଭାଇରସ୍‌ରେ ଆକ୍ରାନ୍ତ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱଯୁଦ୍ଧ ଆରମ୍ଭ! ନେତାନ୍ୟାହୁଙ୍କ ବଡ଼ ଘୋଷଣା: ଶେଷ ହୋଇପାରେ…ସାରା ବିଶ୍ୱରେ ଭୟଙ୍କର ବାତାବରଣ

ଓ୍ବାଶିଂଟନ୍‌,୧୩।୪: ଇରାନ ଏବଂ ଆମେରିକା ମଧ୍ୟରେ ଇସଲାମାବାଦ ଆଲୋଚନା ବିଫଳ ହେବା ପରେ, ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଧମକ ଦେଇଛନ୍ତି। ଆମେରିକା ନୌସେନା…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ପ୍ରଥମେ ୫୦% ଟାରିଫ୍‌ ଧମକ, ଆଉ ଏବେ… ଇରାନ ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ନୂଆ ରଣନୀତି

ଓ୍ବାଶିଂଟନ୍‌,୧୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବର୍ତ୍ତମାନ ବୃଦ୍ଧି ପାଉଥିବାବେଳେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନ୍ୟ ଏକ କ୍ଷେତ୍ରରେ ଚାଇନା ସହିତ ଏକ ନୂତନ…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri