୨୭ ହଜାର କଫ୍‌ ସିରପ୍‌ ଜବତ ହେବାପରେ ଆରମ୍ଭ ହେଲା ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗୀର ଅଫିସ୍‌, ୩।୧୨: ବଲାଙ୍ଗୀର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଏକ ସଚେତନତା ର଼୍ୟାଲି ଆରମ୍ଭ କରାଯାଇଛି। ବଲାଙ୍ଗୀର ଏସ୍‌ପି ସନ୍ଦିପ ମାଡକରଙ୍କ ନେତୃତ୍ୱରେ ଏହି ର଼୍ୟାଲି ଆଦର୍ଶ ଥାନା ପ୍ରାଙ୍ଗଣରୁ ଆରମ୍ଭ ହୋଇ ସହରର ମୁଖ୍ୟ ରାସ୍ତାଗୁଡିକ ପରିକ୍ରମା କରିଥିଲା ା ଏହି ସଚେତନତା ର଼୍ୟାଲିରେ ମୁଖ୍ୟତଃ ସହରରେ ଡ୍ରଗ୍ସ୍‌, ମାଦକ ଦ୍ରବ୍ୟ ସେବନର ଭୟାବହତା ଓ ଟ୍ରାଫିକ ଆଇନକୁ ଜନସାଧାରଣ ମାନିବାକୁ ପ୍ଳାକାର୍ଡ ଓ ସ୍ଲୋଗାନ ଦିଆଯାଇ ଜନସାଧାରଣଙ୍କୁ ସଚେତନତା କରାଯାଇଥିଲା ା କିଛିଦିନ ପୂର୍ବରୁ ଏସପିଙ୍କ ନେତୃତ୍ୱରେ ସହରରେ ବୃଦ୍ଧି ପାଉଥିବା ନିଶା କାରବାର ରୋକିବା ପାଇଁ ଏକ ସ୍ବତନ୍ତ୍ର ଟିମ ଗଠନ କରାଯାଇଥିଲା ଏହି ଟିମ୍‌ ପକ୍ଷରୁ ବଲାଙ୍ଗୀର ଓ ପାଟଣାଗଡ ଅଞ୍ଚଳରେ ଚଢ଼ାଉ କରାଯାଇ ୨୭ ହଜାର କଫ୍‌ ସିରପ୍‌ ଜବତ ହୋଇଥିଲା। ଏହାପରେ ଲୋକଙ୍କୁ ସଚେତନତା କରିବା ପାଇଁ ସହରର ବୁଦ୍ଧିଜୀବୀଙ୍କୁ ନେଇ ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲା। ର଼୍ୟାଲିରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁବାସ ଚନ୍ଦ୍ର ଜମାଦାର, ଏସ୍‌ଡିପିଓ ଶ୍ରୀମନ୍ତ ବାରିକ, ହୋମଗାର୍ଡ ଆସିଷ୍ଟାଣ୍ଟ୍‌ କମାଣ୍ଡାଣ୍ଟ କୁମୁଦ ସେଠ୍‌, ଟାଉନ୍‌ଥାନା ଅଧିକାରୀ ସଂଗ୍ରାମ କେଶରୀ ପଟ୍ଟନାୟକ, ସମାଜସେବୀ ତଥା ଶ୍ରମିକ ନେତା ଲଲିତ କୁମାର ନାୟକ, ପୋଲିସ ବାହିନୀ, ବରିଷ୍ଠ ନାଗରିକ ବୃନ୍ଦ ଓ ନର୍ସିଂ ଛାତ୍ରୀଛାତ୍ର ଏବଂ ବିଭିନ୍ନ କଳେଜର ଛାତ୍ରୀଛାତ୍ରମାନେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri