୨୮ରୁ ଜାତୀୟ ଯୋଗ ପ୍ରତିଯୋଗିତା

କଟକ ଅଫିସ, ୨୫।୧୨: ବାରବାଟୀ ଯୋଗ ଆସୋସିଏଶନ ଆନୁକୂଲ୍ୟରେ ଚଳିତ ମାସ ୨୮ ତାରିଖରୁ ସ୍ଥାନୀୟ ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଦୁଇଦିନ ଧରି ଜାତୀୟ ଯୋଗ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ଦେଶର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୫୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଭାଗ ନେବେ। ବୁଧବାର ସତ୍ୟବ୍ରତ ଷ୍ଟାଡିୟମସ୍ଥିତ ଆସୋସିଏଶନ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଆସୋସିଏଶନର କାର୍ଯ୍ୟକାରୀ ସଭାପତି ଉପେନ୍ଦ୍ର କୁମାର ସିଂହ ଏହି ସୂଚନା ଦେଇଛନ୍ତି। ଏହି ପ୍ରତିଯୋଗିତାକୁ କଟକ -ବାରବାଟୀ ବିଧାୟକ ଇଂ. ମହମ୍ମଦ ମୋକିମ ଉଦ୍‌ଘାଟନ କରିବେ। ଏଥିରେ ଅତିଥି ଭାବେ ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ଓ ଜିଲାପାଳ ଭବାନୀ ଶଙ୍କର ଚୟନୀ ପ୍ରମୁଖ ଯୋଗଦେବେ। ସେହିପରି ଉଦ୍‌ଯାପନୀ ଉତ୍ସବରେ ଅତିଥି ଭାବେ ଜଷ୍ଟିସ ଏ.ଏସ୍‌. ନାଇଡୁ, ଏଲ୍‌ଆର୍‌ସି କଟକ ମଣ୍ଡଳର ପ୍ରବନ୍ଧକ ଅଶୋକ କୁମାର ରାଉତରାୟ, ଡା. ଅପିର୍ର୍ତା ପ୍ରିୟଦର୍ଶିନୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଖବରଦାତା ସମ୍ମିଳନୀରେ ସମ୍ପାଦକ ଗୌରୀମୋହନ କର, କୋଷାଧ୍ୟକ୍ଷ ନିରଞ୍ଜନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିକୁ ନେଇ ଖାମେନେଇଙ୍କ ବଡ଼ ବୟାନ, କହିଲେ ଟ୍ରମ୍ପ…

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଉଭୟ ଦେଶ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି । ଏହି ସମୟରେ,…

ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ: ଆନ୍ଦୋଳନ ହେବ ଆହୁରି ତୀବ୍ର

ଭୁବନେଶ୍ୱର,୯ା୪(ସୁଚିସ୍ମିତା ସାହୁ):ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ। ୨୦୦୧ରୁ ଏପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷକଙ୍କ କାର୍ଯ୍ୟକାଳକୁ ଠିକା କାର୍ଯ୍ୟରୁ ଉଚ୍ଛେଦ କରି ମୂଳ ଚାକିରିରେ ଗଣନା କରି…

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri