୨୮ରେ ଅନୁଗୋଳ ଓକିଲ ସଂଘ ନିର୍ବାଚନ

ଅନୁଗୋଳ ଅଫିସ୍‌, ୧୭।୩- ଅନୁଗୋଳ ଓକିଲ ସଂଘର ବାର୍ଷିକ ନିର୍ବାଚନ ଚଳିତ ମାସ ୨୮ ତାରିଖରେ ଅନୁଷ୍ଠିତ ହେବ। ଗତ ୧୩ ତାରିଖରେ ଏ ନେଇ ସଂଘର ସାଧାରଣ ପରିଷଦ ବୈଠକ ବସିଥିଲା। ସଂଘର ସଭ୍ୟ ଅଶୋକ କୁମାର ମିଶ୍ର ନିର୍ବାଚନ ଅଧିକାରୀ ଭାବେ ମନୋନୀତ ହୋଇଛନ୍ତି। ସଭ୍ୟ ଭୂପେଶ ଚନ୍ଦ୍ର ପ୍ରଧାନ, ଅଶୋକ କୁମାର ପଟ୍ଟନାୟକ, ସନ୍ତୋଷ କୁମାର ନାୟକ, ପ୍ରଶାନ୍ତ କୁମାର ରଥ, ସୁମନ୍ତ କୁମାର ବିଶ୍ୱାଳ, ଅଶୋକ କୁମାର ରଥ, ପବିତ୍ର କୁମାର ମୁଦୁଲି, ହୃଦୟନାଥ ସାହୁ, ପାର୍ଥସାରଥି ପ୍ରଧାନ, ସତ୍ୟଜିତ ଗଡ଼ନାୟକ, ବିରଞ୍ଚତ୍ କୁମାର ସାହୁ ଓ ଦିବ୍ୟଦର୍ଶୀ ବଳିୟାର ସିଂ ପ୍ରମୁଖ ସହକାରୀ ନିର୍ବାଚନ ଅଧିକାରୀ ଭାବେ ନିର୍ବାଚନ ଅଧିକାରୀଙ୍କୁ ସହଯୋଗ କରିବେ। ସଭାପତି, ଉପସଭାପତି, ସାଧାରଣ ସମ୍ପାଦକ, ସହ ସମ୍ପାଦକ, ସାଂସ୍କୃତିକ ସମ୍ପାଦକ ଓ କୋଷାଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବ। ଏଥିରେ ମୋଟ ୪୪୭ ଜଣ ସଭ୍ୟ ମତଦାନ କରିବେ। ଏ ସଂକ୍ରାନ୍ତରେ ସଂଘର ନିର୍ବାଚନ କାର୍ଯ୍ୟାଳୟ ପକ୍ଷରୁ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ମାର୍ଚ୍ଚ ୧୮ ଓ ୧୯ ତାରିଖ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ପ୍ରାର୍ଥିପତ୍ର ଦାଖଲ, ୨୦ ମାର୍ଚ୍ଚ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧ଟା ମଧ୍ୟରେ ପ୍ରାର୍ଥତ୍ପତ୍ର ଯାଞ୍ଚ, ୨୦ ତାରିଖ ଅପରାହ୍ନ ୨ଟାରେ ପ୍ରାର୍ଥୀ ତାଲିକା ପ୍ରକାଶ, ୨୧ ତାରିଖ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର, ୨୧ ତାରିଖ ଅପରାହ୍ନ ସାଢ଼େ ତିନିଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ କରାଯିବ। ୨୮ ତାରିଖ ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଏବଂ ଅପରାହ୍ନ ୨ଟା ୪୫ରୁ ଭୋଟ ଗଣତି ତଥା ଚୂଡ଼ାନ୍ତ ଫଳାଫଳ ଘୋଷଣା ହେବ ବୋଲି ସଂଘର ନିର୍ବାଚନ ଅଧିକାରୀ ଅଶୋକ କୁମାର ମିଶ୍ର ଏକ ପ୍ରେସ ବିବୃତିରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri