୨୮ରେ ଜନତା ମଇଦାନରେ ହେବ ଭାଜପାର ଜନସଭା

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୨୮ରେ ପୂର୍ବାଞ୍ଚଳ ରାଜ୍ୟ ମିଟ୍‌ରେ ଯୋଗଦେବା ଲାଗି ଦୁଇ ଦିନିଆ ରାଜ୍ୟ ଗସ୍ତରେ ଆସୁଛନ୍ତି। ଏହି ଅବସରରେ ଶାହା ଲୋକସେବା ଭବନଠାରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ସହିତ ଦଳୀୟ କାର୍ଯ୍ୟକ୍ରମରେ ମଧ୍ୟ ଯୋଗଦେବେ। ଏହି ଅବସରରେ ରାଜ୍ୟ ଭାଜପା ପକ୍ଷରୁ ନାଗରିକତା ସଂଶୋଧନ ଆଇନ(ସିଏଏ) ସପକ୍ଷରେ ଆୟୋଜିତ ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ସଭା ପୂର୍ବରୁ ବରମୁଣ୍ଡା ପଡିଆଠାରେ ହେବାକୁ ଥିବାବେଳେ ଏଥିଲାଗି ଦଳର ରାଜ୍ୟ ନେତୃବୃନ୍ଦ ସରକାରଙ୍କ ପାଖରୁ ରସିଦ ମଧ୍ୟ କାଟି ଦେଇଥିଲେ। ମାତ୍ର ଶେଷ ସମୟରେ ଏଥିରେ ପରିବର୍ତ୍ତନ ହୋଇଛି। ଶାହା ଯୋଗଦେବାକୁ ଥିବା ଜନସଭା ବରମୁଣ୍ଡା ପଡିଆ ବଦଳରେ ଜନତା ମଇଦାନରେ ହେବା ଲାଗି ସ୍ଥିର ହୋଇଛି। ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ଝିଅଙ୍କ ବିବାହ ଉତ୍ସବ ବରମୁଣ୍ଡା ପଡିଆଠାରେ ହେବାକୁ ଥିବାରୁ ଭାଜପା କାର୍ଯ୍ୟକ୍ରମ ଲାଗି ସ୍ଥାନ ମିଳି ନ ଥିବା ଭାଜପାର ଜଣେ ବରିଷ୍ଠ ନେତା ସୂଚନା ଦେଇଛନ୍ତି। ଅନ୍ୟପଟେ ଶାହାଙ୍କ କାର୍ଯ୍ୟକ୍ରମ ସଫଳ କରିବା ଲାଗି ଭାଜପା ପକ୍ଷରୁ ଜିଲାସ୍ତରୀୟ ନେତାଙ୍କୁ ସୂଚନା ଦିଆଯିବା ସହିତ ସବୁଠାରେ ଖବରଦାତା ସମ୍ମିଳନୀ ସରିଛି। ବର୍ତ୍ତମାନ ମଣ୍ଡଳସ୍ତରରେ ସମସ୍ତଙ୍କୁ ଏନେଇ ଜଣାଯାଉଛି। ପ୍ରାୟ ୧ ଲକ୍ଷରୁ ଅଧିକ କାର୍ଯ୍ୟକର୍ତ୍ତାଙ୍କୁ ଏଥିରେ ଯୋଡିବାକୁ ନିଷ୍ପତ୍ତି ନିଆଯାଇଛି। ତେଣୁ ବିଧାୟକଙ୍କ ଠାରୁ ଆରମ୍ଭ କରି ଜିଲା ସଭାପତିଙ୍କ ପର୍ଯ୍ୟନ୍ତ ସମସ୍ତଙ୍କୁ କର୍ମୀଙ୍କୁ ଆଣି ଆସିବାକୁ କହିଦିଆସରିଲାଣି। ବିଧାୟକସ୍ତରୀୟ ବୈଠକ ମଧ୍ୟ କରାଯାଇ ଜନସଭାକୁ ସଫଳ କରିବା ଉପରେ ରଣନୀତି ପ୍ରସ୍ତୁତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri