୨୯ରେ ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ବାର୍ଷିକ ଅଧିବେଶନ: ଯୋଗଦେବେ ସୁପ୍ରିମକୋର୍ଟ ବିଚାରପତି

ଅନୁଗୋଳ ଅଫିସ, ୧।୧୨ – ରାଜ୍ୟ ଆଇନଜୀବୀମାନଙ୍କ ସର୍ବପୁରାତନ ସଙ୍ଗଠନ ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ୪୮ତମ ବାର୍ଷିକ ଉତ୍ସବ ଅନୁଗୋଳ ଷ୍ଟାଡ଼ିୟମଠାରେ ଆସନ୍ତା ଡିସେମ୍ବର ୨୯ ଓ ୩୦ ତାରିଖରେ ଅନୁଷ୍ଠିତ ହେବ। ଏ ନେଇ ଅନୁଗୋଳ ଓକିଲ ସଂଘ ସଭାପତି ଜିତେନ୍ଦ୍ର କୁମାର ସାହୁ ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। କାର୍ଯ୍ୟକ୍ରମରେ ରାଜ୍ୟର ସମସ୍ତ ସ୍ଥାନରୁ ଆଇନଜୀବୀ ପ୍ରତିନିଧିମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟର ଆଇନଜୀବୀମାନଙ୍କ କଲ୍ୟାଣପାଣ୍ଠି ବୃଦ୍ଧି, ଆଡଭୋକେଟ ଏକାଡେମୀ ଓ ଆଇନ କମିଶନ କାର୍ଯ୍ୟକ୍ଷମ କରିବା ଲାଗି ବିଭିନ୍ନ ପ୍ରସ୍ତାବ ଏହି ସମ୍ମିଳନୀରେ ଆଗତ କରାଯିବ। ଏହି ସମାବେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସୁପ୍ରିମକୋର୍ଟର ବିଚାରପତି ଭିନିତ୍‌ ଶରଣ, ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ସତ୍ୟେନ୍ଦ୍ର କଳ୍ପେଶ ଝାବେରୀ, ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଦୀପକ ମିଶ୍ର, ସୁପ୍ରିମକୋର୍ଟ ପୂର୍ବତନ ବିଚାରପତି ଗୋପାଳ ଗୌଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଆଇନମନ୍ତ୍ରୀ ପ୍ରତାପ ଜେନା ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ସମ୍ମିଳନୀରୁ ସୂଚନା ମିଳିଛି। ଅନୁଗୋଳ ବାର୍‌ ଆସୋସିଏଶନର ସଭାପତି ସାହୁଙ୍କ ସହ ଉପସଭାପତି ଦିଲୀପ କୁମାର ସାହୁ, ସାଧାରଣ ସମ୍ପାଦକ ହିମାଂଶୁ ଭୂଷଣ ସାମଲ, ସହ ସମ୍ପାଦକ ସୁଶାନ୍ତ ବାରିକ, ସାଂସ୍କୃତିକ ସମ୍ପାଦକ ପ୍ରଶାନ୍ତ ଆଚାର୍ଯ୍ୟ, କୋଷାଧ୍ୟକ୍ଷ ଗୋପାଳ ଅଗ୍ରୱାଲ, ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ଉପସଭାପତି ଭୂପେଶ ଚନ୍ଦ୍ର ପ୍ରଧାନ, କାର୍ଯ୍ୟକାରୀ ସମ୍ପାଦକ ସ୍ବରୂପ ସିଂ, ବରିଷ୍ଠ ସଭ୍ୟ ରାଜକିଶୋର ମହାରଣା, ପ୍ରଦୀପ ଦେବତା, ବିଧୁ ଭୂଷଣ ପଟ୍ଟନାୟକ, ପ୍ରମୋଦ ପ୍ରଧାନ, ରଞ୍ଜନ ମିଶ୍ର, ସରିତା ମିଶ୍ର, ପାର୍ଥ ସାରଥି ପ୍ରଧାନ, ଦିବ୍ୟଦର୍ଶୀ ବଳିୟାରସିଂ, ରାଜା ମହାପାତ୍ର ପ୍ରମୁଖ ସମ୍ମିଳନୀରେ ଉପସ୍ଥିତ ଥିଲେ। ଶନିବାର ପୂର୍ବାହ୍ନରେ ନିଖିଳ ଆଇନଜୀବୀ ସଂଘର କର୍ମକର୍ତ୍ତାଙ୍କୁ ନେଇ ଏକ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଠି କିଛି ବି ହୋଇପାରେ

କିଛିବର୍ଷ ପୂର୍ବେ ଓଡ଼ିଶାର ଏକ ବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନରେ ଅଧ୍ୟାପନା କରୁଥିଲି। ସେସମୟରେ ସେଠାରେ ଆୟୋଜିତ ହୋଇଥିଲା ଏକ ବିଶେଷ କାର୍ଯ୍ୟକ୍ରମ। ସେହି ଅବସରରେ ହିନ୍ଦୀ ଚଳଚ୍ଚିତ୍ର…

କାର୍‌-ମୋଟରସାଇକେଲ ମୁହାଁମୁହିଁ, ୨ ଭାଇ ଗୁରୁତର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଜ କାର୍‌ରେ ନେଇ…

ପଟାଙ୍ଗି,୧୦ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଗିର୍ଲିଗୁଡ଼ା ଛକ ନିକଟରେ ମାରୁତି କାର୍‌ ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍‌ରେ…

ଆମେରିକାକୁ ଖୋଲା ଧମକ ଦେଇ କଡ଼ା ଭାଷାରେ ଇରାନ କହିଲା, ‘ଆମ ମାଟିରେ ପାଦ ରଖିଲେ, ଆମେ ତୁମର ଗୋଡ଼ କାଟି ଦେବୁ’

ତେହରାନ,୧୦।୮: ଇରାନ ଏବଂ ଆମେରିକା ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଇରାନ ସେନା ୱାଶିଂଟନକୁ ଏକ କଡ଼ା ଚେତାବନୀ ଦେଇଛି। ଇରାନ ସେନାର ସ୍ଥଳସେନାର କମାଣ୍ଡର ବ୍ରିଗେଡିୟର…

ବନ୍ଦ ହେବ ଯୁଦ୍ଧ! ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲାଯିବାକୁ ଟ୍ରମ୍ପ ଆଗ୍ରହୀ; ଆମେରିକା ପରମାଣୁ ପ୍ରସଙ୍ଗକୁ ସ୍ଥଗିତ ରଖିବାକୁ ଇଚ୍ଛୁକ

ଓ୍ବାଶିଂଟନ,୧୦।୮: ହର୍ମୁଜ ପ୍ରଣାଳୀକୁ ଜାହାଜ ଚଳାଚଳ ପାଇଁ ଖୋଲିବା ନେଇ ଇରାନ ଏବଂ ଓମାନ ମଧ୍ୟରେ ଆଲୋଚନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତଥାପି, ଇରାନ ସ୍ପଷ୍ଟ କରିଛି…

ଢେପାଗୁଡ଼ାରେ ପୁଣି ଭୂସ୍ଖଳନ, ୪ ପରିବାର ଅନ୍ୟତ୍ର ସ୍ଥାନାନ୍ତର

ରାଇକିଆ,୧୦ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଇନ୍ଦ୍ରଗଡ ପଞ୍ଚାୟତର ଢେପାଗୁଡ଼ା ଗ୍ରାମରେ ପୁଣି ଭୂସ୍ଖଳନ ହୋଇଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି। ଗାଁକୁ…

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି।…

ବରଗଡ଼ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବ ଓକିଲ ସଂଘ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଅସନ୍ତୋଷ ବଢ଼ି ଚାଲିଛି । ଗତ କିଛିଦିନ ତଳେ ବରଗଡ଼ ସହରସ୍ଥିତ କୋର୍ଟ ସମ୍ମୁଖ ରାସ୍ତାରେ…

ପାଣି ଘେରରେ ଗାଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ

ହାଟଡିହୀ/ଛେନାପଦୀ,୯l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଅସରାଏ ବର୍ଷା ହେଲେ ଲୋକଙ୍କ ଦୁଃଖ ବଢିଯାଉଛି l କିନ୍ତୁ ସ୍ଥାନୀୟ ଲୋକ ପ୍ରତିନିଧି କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri