୨୯ରେ ଲଘୁଚାପ:୩୧ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୨୮ା୮(ବ୍ୟୁରୋ):ଆସନ୍ତା ୨୯ ତାରିଖରେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ଯୋଗୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ନାହିଁ। ତେବେ ଏହାର ପ୍ରଭାବରେ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଉପକୂଳ ଓ ଆଭ୍ୟନ୍ତରୀଣ ଜିଲାର କେତେକ ସ୍ଥାନରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଆସନ୍ତା ୩୧ ତାରିଖରୁ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଇଛି।
ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଟ୍ରପ ଲାଇନ ରହିଛିି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମୟୂରଭଞ୍ଜ, କନ୍ଧମାଳ, ଭଦ୍ରକ, ଜଗତସିଂହପୁର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି କଟକ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଭଦ୍ରକ, ଜଗତସିଂହପୁର ଏବଂ ବାଲେଶ୍ୱର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ କାଁ ଭାଁ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୪୮ ଘଣ୍ଟା ମଧ୍ୟରେ ବାଲେଶ୍ୱରରେ ୩ ମିଲିମିଟର ବର୍ଷା ହୋଇଥିବା ବେଳେ ଚାନ୍ଦବାଲି ୧୩, କଟକ ୪.୮, ପାରାଦୀପ ୫.୫, ଝାରସୁଗୁଡା ୧୫.୬, ସମ୍ବଲପୁର ୧୪.୨, ହୀରାକୁଦ ୧.୪, ଭବାନୀପାଟଣା ୧୨, କୋରାପୁଟ ୧୧.୬, ସୋନପୁର ୪୫ ଏବଂ ଦାରିଙ୍ଗୀବାଡିରେ ୧୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri