୩ ଅଙ୍ଗନୱାଡ଼ି କେନ୍ଦ୍ରରେ ତଦନ୍ତ ଆରମ୍ଭ

ରୂପ୍‌ସା, ୨୦।୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅନ୍ତର୍ଗତ ନିମା, ଖିରଂ ଓ ଗୁଣ୍ଡୁରିପଦା ଅଙ୍ଗନୱାଡ଼ି କେନ୍ଦ୍ରରେ ମଙ୍ଗଳବାର ତଦନ୍ତ ଆରମ୍ଭ ହୋଇଛି। ଏହି ଅଙ୍ଗନୱାଡି କେନ୍ଦ୍ରଗୁଡ଼ିକରେ ଅନିୟମିତତା ହେବା ସହ ଶିଶୁଙ୍କୁ ପାଠପଢ଼ା ଯାଉ ନ ଥିବା ନେଇ ସ୍ବଚ୍ଛ ସବୁଜ ଯୁବସଙ୍ଗଠନ ଓ ସ୍ଥାନୀୟ ଗ୍ରାମବାସୀଙ୍କ ତରଫରୁ ଅଭିଯୋଗ ହୋଇଥିଲା। ବ୍ଲକ ଚେୟାରମ୍ୟାନ ନାରାୟଣ ପ୍ରଧାନ, ଏବିଡ଼ିଓ ରବିନାରାୟଣ ବେହେରା ଉକ୍ତ ୩ଟି ଅଙ୍ଗନୱାଡ଼ି କେନ୍ଦ୍ରରେ ପହଞ୍ଚତ୍ ଘଟଣାର ଅନୁଧ୍ୟାନ କରିଥିଲେ। ଅଭିଯୋଗକାରୀ ଗ୍ରାମବାସୀ ଓ ସଙ୍ଗଠନର କର୍ମକର୍ତ୍ତାଙ୍କ ସମେତ ଅଙ୍ଗନୱାଡ଼ି କର୍ମୀଙ୍କୁ ଅଭିଯୋଗ ସମ୍ପର୍କରେ ପଚାରି ବୁଝିଥିଲେ। ୩ବର୍ଷ ଧରି ଗୁଣ୍ଡୁରିପଦା ଅଙ୍ଗନୱାଡ଼ି କେନ୍ଦ୍ର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେଉ ନ ଥିବାରୁ ବିପଦସଙ୍କୁଳ ଭଙ୍ଗା ଘରେ ଶିଶୁମାନଙ୍କୁ ପାଠପଢ଼ା ଯାଉଥିବା ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଥିଲେ। ସେହିପରି ନିମା, କ୍ଷୀରଂ କେନ୍ଦ୍ରରେ ପାଠପଢ଼ା ଓ ଅଙ୍ଗନୱାଡ଼ି ଖାଦ୍ୟ ପ୍ରଦାନରେ ଅନିୟମିତତା ହେଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଥିଲେ। ସଙ୍ଗଠନ ସଭାପତି ରାଜେଶ ସେଠୀ, ସଞ୍ଜୟ ଦାସ, ଗୌରାଙ୍ଗ ପ୍ରଧାନ, ତପନ ବେହେରା ଓ ପଦ୍ମଲୋଚନ ଗୋଚ୍ଛାୟତଙ୍କ ସମେତ ବହୁ ଅଭିଭାବକ, ଗ୍ରାମବାସୀ ଉପସ୍ଥିତ ଥିଲେ। ତଦନ୍ତ ଅନୁଯାୟୀ ଅନିୟମିତତା ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri