୩ ଗାଡି ସହ ବିପୁଳ ପରିମାଣର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର

ପଟ୍ଟାଙ୍ଗି, ୧୧।୩(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ୨୬ ନମ୍ବର ଜାତୀୟ ରାଜପଥଠାରୁ ସମ୍ବାଇ ପଞ୍ଚାୟତ ଅଭିମୁଖେ ଯାଇଥିବା ପ୍ରଧାନମନ୍ତ୍ରୀ ସଡ଼କ ରାସ୍ତା ଉପରୁ ତିନୋଟି ଗାଡ଼ି ସହ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି। ଏହି କାରବାରରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି।
ସୂଚନାନୁଯାୟୀ, ଗତ ୮ ତାରିଖ ବିଳମ୍ବିତ ରାତିରେ ଉପରୋକ୍ତ ରାସ୍ତାର ସିନ୍ଦେଇ ଡୁମୁରିଗୁଡା ଗ୍ରାମ ଛକ ଉପରେ ୩ଟି ଗାଡି ବୋଲେରୋ (ନଂ.ଓଡି୧୦ଏନ୍‌୬୬୬୧), କାର (ନଂ.ଓଡି୦୨ଏଡି୩୭୦୫) ଏବଂ ଟ୍ରକ୍‌ (ଆର୍‌ଜେ ୦୨ ଜିଏ୬୨୬୨) ଛିଡ଼ା ହୋଇଥିଲା। ପରେ ପୋଲିସର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତିନୋଟି ଗାଡ଼ିକୁ ଜବତ କରିଥିଲା। ମାତ୍ର ସମସ୍ତ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ସମସ୍ତ ଗାଡ଼ିରୁ ୩୫୭ କିଲୋ ୪୨୫ ଗ୍ରାମ ଗଞ୍ଜେଇ ଜବତ ହୋଇଛି। ଏ ନେଇ ଥାନାରେ ନଂ.୨୬/୨୦ରେ ମାମଲା ରୁଜୁ ହୋଇଛି। ଏସ୍‌ଆଇ ଗୋଲକ କୁମାର ପଟ୍ଟନାୟକ ଘଟଣାର ତଦନ୍ତ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri