Posted inଜାତୀୟ

୩ ଜୈଶ୍‌ ଆତଙ୍କବାଦୀ ନିପାତ

ଶ୍ରୀନଗର,୧୭।୫(ପି.ଟି.):ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଗୁରୁବାର ସୁରକ୍ଷା ବଳର ଏନ୍‌କାଉଣ୍ଟରରେ ଜୈଶ୍‌-ଇ-ମହମ୍ମଦ(ଜେଇଏମ୍‌)ର ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଗୁଳି ବିନିମୟ ବେଳେ ଜଣେ ଯବାନ ଶହୀଦ ହୋଇଥିବାବେଳେ ଜଣେ ସାଧାରଣ ନାଗରିକ ଟଳିପଡ଼ିଛନ୍ତି। ପୁଲଓ୍ବାମାର ଦେଲିପୋରା ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ନେଇ ସୁରକ୍ଷା ବଳକୁ ଗୋଇନ୍ଦା ସୂଚନା ମିଳିଥିଲା। ଗୁରୁବାର ସକାଳେ ଯବାନମାନେ ସମ୍ପୃକ୍ତ ଅଞ୍ଚଳକୁ ଘେରି ତଲାସି ଚଳାଇଥିବାବେଳେ ଏକ ଘରେ ଲୁଚିଥିବା ଆତଙ୍କବାଦୀମାନେ ସେମାନଙ୍କୁ ଟାର୍ଗେଟ କରିଥିଲେ। ଏଥିରେ ସେନାର ସିପାହି ସନ୍ଦୀପ ଶହୀଦ ହୋଇଛନ୍ତି। ସେହିପରି ଗୁଳିମାଡ଼ରେ ରୟିସ୍‌ ଦାର ନାମକ ଜଣେ ନାଗରିକ ନିହତ ହୋଇଛନ୍ତି। ଯବାନଙ୍କ ଜବାବୀ କାର୍ଯ୍ୟାନୁଷ୍ଠାନରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନେ ହେଲେ ପାକିସ୍ତାନର ଖାଲିଦ, ଶୋପିଆନ୍‌ର ଉମର ମୀର ଓ ପୁଲଓ୍ବାମାସ୍ଥିତ କରିମାବାଦର ନାସିର ପଣ୍ଡିତ। ଏନ୍‌କାଉଣ୍ଟର ସ୍ଥଳରୁ ଅସ୍ତ୍ରଶସ୍ତ୍ର ସମେତ ଅନେକ ଆପତ୍ତିଜନକ ସାମଗ୍ରୀ ମିଳିଛି। ମୃତ ଆତଙ୍କବାଦୀମାନେ ଏକାଧିକ ଆକ୍ରମଣରେ ସମ୍ପୃକ୍ତ ଥିଲେ। ହେଣ୍ଡିଉ ଗ୍ରାମରେ ଆଉ କେତେଜର ଆତଙ୍କବାଦୀ ଲୁଚିଥିବା ସନ୍ଦେହରେ ସୁରକ୍ଷା ବଳ ସେଠାରେ ଏନ୍‌କାଉଣ୍ଟର ଚଳାଇଥିବା ଜଣେ ସେନା ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri