୩ ଦିନ ଧରି ଇଦ୍‌-ଉଲ୍‌-ଜୁହା ପର୍ବ ପାଳନ ଲାଗି ପ୍ରସ୍ତୁତି: ଭାଇଚାରା ଅତୁଟ ରଖିବାକୁ ଗୁରୁତ୍ୱ

ଭଦ୍ରକ ଅଫିସ,୭ା୮-ଭଦ୍ରକରେ ଭାଇଚାରା ସହକାରେ ଆଗାମୀ ଇଦ୍‌-ଉଲ୍‌-ଜୁହା ପର୍ବ ପାଳନ କରାଯିବ ବୋଲି ସୋମବାର ଅପରାହ୍ନରେ ଜିଲା ପ୍ରଶାସନ ଓ ଚଉଦ ମହଲା ମୁସ୍‌ଲିମ୍‌ ଜମାତ ପକ୍ଷରୁ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହି ପର୍ବ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହ ପରିସରରେ ଅନୁଷ୍ଠିତ ହୋଇଥିଲା। ଜିଲାପାଳ ଜ୍ଞାନରଞ୍ଜନ ଦାସ ଅଧ୍ୟକ୍ଷତା କରିଥିଲେ। ଆରକ୍ଷୀ ଅଧୀକ୍ଷକ ରାଜେଶ ପଣ୍ଡିତ, ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ର, ଉପଆରକ୍ଷୀ ଅଧୀକ୍ଷକ ବିକାଶ ଦାସ, ଉପଜିଲାପାଳ ପୀତାମ୍ବର ସାମଲଙ୍କ ସମେତ ଜିଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ବୈଠକରେ ଯୋଗ ଦେଇଥିଲେ।
ଆସନ୍ତା ୧୨,୧୩,୧୪ ତାରିଖ ୩ଦିନ ଧରି ମୁସଲିମ ସମ୍ପ୍ରଦାୟ ପକ୍ଷରୁ ଇଦ୍‌-ଉଲ-ଜୁହା ପର୍ବ ପାଳନ କରାଯିବ। ଏହି ପର୍ବକୁ ଶାନ୍ତି ଶୃଙ୍ଖଳାର ସହ ପାଳନ କରାଯିବା ଲାଗି ଜିଲାପାଳ ସବୁବର୍ଗର ଲୋକଙ୍କ ସହଯୋଗ ଲୋଡିିଥିଲେ। ପର୍ବ ପାଳନ ପାଇଁ ବିଭିନ୍ନ ଅସ୍ଥାୟୀ ବ୍ୟବସ୍ଥା କରାଯିବା ସକାଶେ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ୧୪ମହଲା ମୁସ୍‌ଲିମ ଜମାତର ସଭାପତି ଅବଦୁଲ ବାରିଙ୍କ ସମେତ ଅନ୍ୟ କର୍ମକର୍ତ୍ତା, ଶାନ୍ତି କମିଟି କର୍ମକର୍ତ୍ତା, ଟାଉନ୍‌ ଥାନା, ପୁରୁଣାବଜାର ଓ ଗ୍ରାମାଞ୍ଚଳ ଥାନା ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ଉପଜିଲାପାଳ ସାମଲ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri