୩ ଦିନ ଧରି ହେବ ସାତକୋଶିଆରେ କୁମ୍ଭୀର ଗଣନା

ଗଣିଆ,୯ା୧(ଡି.ଏନ.ଏ.): ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ନୟାଗଡ ଓ ସାତକୋଶିଆ ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳରେ ପ୍ରତିବର୍ଷ ପରି ଚଳିତ ବର୍ଷ ଆସନ୍ତା ୯ ତାରିଖରୁ କୁମ୍ଭୀର ଗଣନା କାର୍ଯ୍ୟ ଆରମ୍ଭ ହେଉଛି। ଏହି ଗଣନା କାର୍ଯ୍ୟ ୯,୧୦,୧୧ ତାରିଖ ତିନିଦିନ ଧରି କରାଯିବ। ତେବେ ସାତକୋଶିଆରେ ୮ଟି ୟୁନିଟ ଓ ମହାନଦୀ ଡିଭିଜନରେ ୫ଟି ୟୁନିଟ କୁମ୍ଭୀର ଗଣନା କାର୍ଯ୍ୟ ପାଇଁ ନିୟୋଜିତ ହୋଇଥିବା ବନ୍ୟପ୍ରାଣୀ ବିଭାଗ ତରଫରୁ ସୂଚନା ମିଳିଛି। ପ୍ରତି ୟୁନିଟରେ ୨ଜଣ ବନ୍ୟପ୍ରାଣୀ ବିଭାଗ କର୍ମଚାରୀ ଓ ୨ଜଣ ଲେଖାଁଏ ନାଉରିଆ ଥିବାବେଳେ ଗୋଟିଏ ଲେଖାଏଁ ଦେଶୀଡଙ୍ଗା ନିୟୋଜିତ କରାଯାଇଛି।
ମହାନଦୀ ଅବବାହିକାର ନୟାଗଡ ଜିଲା ଗଣିଆ ବ୍ଲକ ମଣିଭଦ୍ରା କଳାପାଟ ପୀଠଠାରୁ ବଡ଼ମୂଳ, ବଡମୂଳଠାରୁ କୁତୁରୀ, କୁତୁରୀଠାରୁ ମାରଡା,ବୌଦ୍ଧ ଜିଲାର ମାରଡାଠାରୁ ଶୀତଳପାଣି ଓ ଶୀତଳପାଣିଠାରୁ ହରଭଙ୍ଗା ପର୍ଯ୍ୟନ୍ତ ଏବଂ ବିଭିନ୍ନ ଜଳାଶୟଗୁଡିକରେ ଏହି ଗଣନା କାର୍ଯ୍ୟ କରାଯିବ। ଏହି ଗଣନା ସମୟରେ କୁମ୍ଭୀରକୁ ସିଧାସଳଖ ଦେଖିବା ସହ କୁମ୍ଭୀର ଘୋଷରା ଚିହ୍ନକୁ ଅନୁଧ୍ୟାନ କରି ଗଣନା କରାଯାଉଥିବା ନୟାଗଡ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଏସିଏଫ୍‌ ବିଜୟ କୁମାର ମହାନ୍ତି କହିଛନ୍ତି। ଏହି ୩ଦିନ ଧରି ମହାନଦୀରେ ନୌକାଚାଳନା,ମାଛ ଧରିବା ଓ ପର୍ଯ୍ୟଟକଙ୍କ ନୌକାବିହାର କାର୍ଯ୍ୟକୁ କଡାକଡି ଭାବେ ନିଷେଧ କରାଯାଇଥିବା ଛାମୁଣ୍ଡିଆ ବନାଞ୍ଚଳ ଅଧିକାରୀ ଅଶୋକ ଦାସ ସୂଚନା ଦେଇଛନ୍ତି। ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡର ଛାମୁଣ୍ଡିଆ,କୁଶଙ୍ଗ ବନାଞ୍ଚଳର ମହାନଦୀ ଅବବାହିକାରେ ଥିବା ସମସ୍ତ ବିଟ୍‌ଗୁଡିକର ବନ୍ୟପ୍ରାଣୀ ବିଭାଗ କର୍ମଚାରୀମାନେ ଗଣନା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri