୩ ଦିନ ହେଲା ଯାତାୟାତ ଠପ୍‌: ଥାନାର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଛେଣ୍ଡିପଦା,୧୯।୭ (ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପାତ୍ରପଡା ପଞ୍ଚାୟତ ବରମଳିହାସାହି ଲୋକେ ଯାତାୟାତ କରୁଥିବା ରାସ୍ତାକୁ ଗ୍ରାମର କେତେଜଣ ବ୍ୟକ୍ତି ବନ୍ଦ କରିଦେଇଥିବାରୁ ୩ ଦିନ ହେଲା ଲୋକଙ୍କ ଯାତାୟାତ ଠପ୍‌ ହୋଇଯାଇଛି। ଏ ନେଇ ଗୁରୁବାର ଗ୍ରାମବାସୀ ଛେଣ୍ଡିପଦା ଥାନା, ତହସିଲଦାରଙ୍କଠାରେ ଲିଖିତ ଅଭିଯୋଗ କରିଛନ୍ତି। ତୁରନ୍ତ ଗ୍ରାମକୁ ଯିବାଆସିବା ପାଇଁ ଏକ ରାସ୍ତାର ବ୍ୟବସ୍ଥା କରିବାକୁ ସେମାନେ ଦାବି କରିଛନ୍ତି।
ଅଭିଯୋଗ ମୁତାବକ, ପୁର୍ବରୁ ଗ୍ରାମ ନିକଟରେ ପଡିଆଗୁଡିକରେ ଲୋକେ ବାହାରକୁ ଯିବାଆସିବା କରୁଥିଲେ। ଏବେ ସେହି ଜାଗାର ମାଲିକ ପିପଳବାହାଳ ଗ୍ରାମର କେତେଜଣ ଏହାକୁ କଣ୍ଟାବାଡ ଦେଇ ବନ୍ଦ କରି ଦେଇଛନ୍ତି। ଫଳରେ ଲୋକେ ଗ୍ରାମରୁ ବାହାରକୁ ଯିବା ଏକ ପ୍ରକାର ବନ୍ଦ ହୋଇଯାଇଛି। ଛାତ୍ରୀଛାତ୍ରମାନେ ସ୍କୁଲ ଯାଇପାରୁ ନ ଥିବାବେଳେ ଜରୁରୀ କାମ ବେଳେ ଲୋକେ ହଇରାଣ ହେଉଛନ୍ତି। ତୁରନ୍ତ ଏହାର ସମାଧାନ ନ ହେଲେ ଆନ୍ଦୋଳନ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଛେଣ୍ଡିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri