୩ ଦୋକାନ ସିଲ୍‌, ୩୫ ବାଇକ୍‌ ଜବତ: ୨୨ ଜଣଙ୍କ ନାଁରେ ମାମଲା

ସମ୍ବଲପୁର,୬।୪(ବ୍ୟୁରୋ)-କରୋନା ଭୂତାଣୁର ମୁକାବିଲା ଲାଗି ସରକାର କଟକଣା ଜାରି କରିଛନ୍ତି। ଏପ୍ରିଲ ୧୪ ପର୍ଯ୍ୟନ୍ତ ସାରା ଦେଶକୁ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି। ହେଲେ ନିୟମ ପାଳନ କରୁ ନ ଥିବା ସମ୍ବଲପୁରର ଅମାନିଆମାନଙ୍କୁ ପୋଲିସ ସାବାଡ କରିଛି । ଗତ ୨୪ ଘଣ୍ଟା ଭିତରେ ପୋଲିସ ପକ୍ଷରୁ ହୋଇଥିବା କାର୍ଯ୍ୟାନୁଷ୍ଠାନରେ ୩ କିରାନା ଦୋକାନ ସିଲ କରାଯାଇଛି । ଏଗୁଡିକ ଧନୁପାଲି ଥାନା ପିଡବ୍ଳୁଡି କଲୋନୀ, ଅଇଁଠାପାଲି ଥାନା ଆଦର୍ଶ ନଗର ଓ କ୍ଷେତରାଜପୁର ଥାନା ମାଳବାରୀ ଅଞ୍ଚଳର। କଟକଣା ସମରେ ଦୋକାନରେ ସମାଜିକ ଦୂରତା ରହି ନ ଥିଲା। ଏହା ସହ ଗ୍ରାହକଙ୍କ ହାତ ଧୋଇବା ପାଇଁ ବ୍ୟବସ୍ଥା କରି ନ ଥିବାରୁ ଦୋକାନ ଗୁଡିକ ସିଲ୍‌ କରାଯାଇଥିଲା । ସେହିପରି ବିଭିନ୍ନ ଥାନା ଅଞ୍ଚଳରୁ ୨୨ ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି । ୩୫ ବାଇକ୍‌ ଜବତ ହୋଇଛି ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri