Posted inଜାତୀୟ

୩ ନୂଆ କ୍ୟାବିନେଟ କମିଟି ଗଠିତ: ବିକାଶ, ନିଯୁକ୍ତି, ସୁରକ୍ଷାକୁ ଗୁରୁତ୍ୱ

ନୂଆଦିଲ୍ଲୀ,୬ା୬ : ଦେଶରେ ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରି ନୂତନ କର୍ମନିଯୁକ୍ତି ସୃଷ୍ଟି କରିବା ଉଦ୍ଦେଶ୍ୟରେ ପଦକ୍ଷେପ ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ସରକାର। ଏଥିସହ ଜାତୀୟ ନିରାପତ୍ତାକୁ ମଧ୍ୟ ସରକାର ବିଶେଷ ଗୁରୁତ୍ୱ ଦେଇଛନ୍ତି। ଏହିକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୁଧବାର ୩ଟି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ କମିଟି ଗଠନ କରାଯାଇଛି। ମୋଦି ଏହି ୩ କମିଟିର ଅଧ୍ୟକ୍ଷ ରହିବେ ବୋଲି ସରକାରୀ ସୂତ୍ରରୁ ପ୍ରକାଶ।
ଭାରତର ଅର୍ଥନୀତି ଧିମା ହୋଇଯାଇଥିବାବେଳେ ବେକାରି ସମସ୍ୟା ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚତ୍ଛି। ଏହାକୁ ନେଇ ବିରୋଧୀ ଦଳଗୁଡ଼ିକ ମୋଦି ସରକାରଙ୍କୁ ବାରମ୍ବାର ଟାର୍ଗେଟ କରିଆସୁଛନ୍ତି। ବିକାଶ ହାର ବଢ଼ାଇବା ଓ ନୂଆ ନିଯୁକ୍ତି ସୃଷ୍ଟି କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ବୁଧବାର ୨ଟି ନୂଆ କ୍ୟାବିନେଟ କମିଟି ଗଠନ କରିଛନ୍ତି। ସେ ଏହି ଦୁଇଟି କମିଟିର ଅଧ୍ୟକ୍ଷ ରହିବେ। ନିବେଶ ଏବଂ ଅଭିବୃଦ୍ଧି
ସଂକ୍ରାନ୍ତ ୫ ଜଣିଆ କ୍ୟାବିନେଟ କମିଟିରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌, ସଡ଼କ, ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ ଏବଂ ରେଳମନ୍ତ୍ରୀ ପୀୟୂଷ ଗୋୟଲ ରହିଛନ୍ତି। ସେହିପରି ନିଯୁକ୍ତି ଏବଂ ଦକ୍ଷତା ବିକାଶ ସଂକ୍ରାନ୍ତ ଅନ୍ୟ ଏକ ୧୦ ଜଣିଆ କ୍ୟାବିନେଟ କମିଟିରେ ଶାହ, ସୀତାରାମନ, ଗୋୟଲଙ୍କ ସମେତ କୃଷି ଏବଂ କୃଷି କଲ୍ୟାଣ, ଗ୍ରାମ୍ୟ ଉନ୍ନୟନ ଏବଂ ପଞ୍ଚାୟତିରାଜ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର, ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖ୍‌ରିୟାଲ ‘ନିଶଙ୍କ’, ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ମହେନ୍ଦ୍ରନାଥ ପାଣ୍ଡେ, ଶ୍ରମ ରାଷ୍ଟ୍ରମନ୍ତ୍ରୀ ସନ୍ତୋଷ କୁମାର ଗଙ୍ଗଓ୍ବାର ଏବଂ ଗୃହ ଓ ସହରାଞ୍ଚଳ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ହରଦୀପ ସିଂ ପୁରୀ ପ୍ରମୁଖଙ୍କୁ ସାମିଲ କରାଯାଇଛି। ସୂଚନାଯୋଗ୍ୟ ଯେ, ମାର୍ଚ୍ଚରେ ଶେଷ ହୋଇଥିବା ଚତୁର୍ଥ ତ୍ରୈମାସରେ ଦେଶର ଆର୍ଥିକ ବିକାଶ ହାର ୫.୮%କୁ ହ୍ରାସ ପାଇଛି। ଏଥିସହି ସମ୍ପୂର୍ଣ୍ଣ ଆର୍ଥିକବର୍ଷରେ ଏହା ୬.୮%କୁ କମିଛି, ଯାହା କି ୫ ବର୍ଷର ସର୍ବନିମ୍ନ ସ୍ତର କୁହାଯାଉଛି। ପୂର୍ବରୁ ଏହି ଅବଧିରେ ଦେଶର ଜିଡିପି ୭.୨% ରହିବ ବୋଲି ସରକାର ପୂର୍ବାନୁମାନ କରିଥିଲେ, ଯାହା ଭୁଲ୍‌ ବୋଲି ପ୍ରମାଣିତ ହୋଇଛି।
ସେହିପରି ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି (ସିସିଏସ୍‌) ମଧ୍ୟ ଗଠନ କରାଯାଇଛି। ଜାତୀୟ ନିରାପତ୍ତା ଓ ବହିର୍ବ୍ୟାପାର ପ୍ରସଙ୍ଗଗୁଡ଼ିକର ପରିଚାଳନା ନିମନ୍ତେ ଗଠିତ ଏହି କମିଟିରେ ମୋଦି ଅଧ୍ୟକ୍ଷ ଥିବାବେଳେ ରାଜନାଥ, ସୀତାରାମନ ଓ ଶାହଙ୍କ ସମେତ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ସଦସ୍ୟ ଭାବେ ଅଛନ୍ତି। କେନ୍ଦ୍ରରେ ନୂଆ ସରକାର ଗଠନ ହେଲେ ଏଭଳି କ୍ୟାବିନେଟର ଗଠନ ବା ପୁନର୍ଗଠନ କରାଯାଇଥାଏ।
:


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଆଣିବା ପାଇଁ ମଧ୍ୟସ୍ଥତା କରୁଛି ପାକିସ୍ତାନ, ଯଦି ଇରାନ…

ଓ୍ବାଶିଂଟନ/ଇସଲାମାବାଦ,୧୧ା୪: ଆମେରିକା-ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିର ସମାଧାନ ପାଇଁ ପାକିସ୍ତାନ ମଧ୍ୟସ୍ଥତା କରୁଛି। ଏଥିପାଇଁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଆମେରିକାର ପ୍ରତିନିଧିମଣ୍ଡଳୀ ସହିତ ପାକସ୍ତାନର…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଇତିହାସ ରଚିଲା ନାସାର ଆର୍ଟେମିସ-୨: ଐତିହାସିକ ୧୦ ଦିନିଆ ଚନ୍ଦ୍ର ଯାତ୍ରା ପରେ ପୃଥିବୀକୁ ଫେରିଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୧।୪: ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri