CORONAVIRUS UPDATE: ୩ ନୂଆ ଜିଲାକୁ ଛୁଇଁଲା କରୋନା: କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼ରେ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ଅପରାହ୍ନ ସୁଦ୍ଧା ୪ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨ରେ ପହଞ୍ଚିଛି। ଅପରପକ୍ଷେ ୩ ନୂଆ ଜିଲାକୁ ଛୁଇଁଛି କରୋନା। କେନ୍ଦୁଝର, ଦେବଗଡ଼ ଓ ଝାରସୁଗୁଡ଼ାରୁ ପ୍ରଥମ ଥର ପାଇଁ ଜଣେ ଲେଖାଏ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୪ ଜିଲାରେ କରୋନା ପଜିଟିଭ୍‌ ମିଳିଛନ୍ତି।

ପ୍ରକାଶ ଯେ, ଆଜି ସୁଦ୍ଧା ରାଜ୍ୟରେ ୨୯୧୦୮ଟି ନମୂନା ପରୀକ୍ଷଣ କରାଯାଇଛି। ସେଥିରୁ ୧୨୨ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୮୩ ଆକ୍ଟିଭ କେସ୍‌ ରହିଛି। ସେହିଭଳି ୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି ପୂର୍ବରୁ ବାଲେଶ୍ୱର, ଭଦ୍ରକ, କଟକ, ଢ଼େଙ୍କାନାଳ, ଯାଜପୁର, କଳାହାଣ୍ଡି, କେନ୍ଦାପଡ଼ା, ଖୋର୍ଦ୍ଧା, କୋରାପୁଟ, ପୁରୀ, ସୁନ୍ଦରଗଡ଼ା ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏବେ ପୁଣି ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଏହି ତାଲିକାରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ସବୁ ସମ୍ପର୍କ ଛିନ୍ନ କଲେ ପୂର୍ବତନ ବିଧାୟକ

ଠାକୁରମୁଣ୍ଡା,୩୦।୪(ତାରାକାନ୍ତ ପଟ୍ଟନାୟକ): ମୟୁରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଟିକେଟ ଆଶାୟୀ ଥିବା ପୂର୍ବତନ ବିଧାୟକ ବିଜୟ କୁମାର ନାଏକ ବିଜେଡିରୁ ଇସ୍ତଫା ଦେବା...

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର ): ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏପରିକି ମା’ଙ୍କ ନିକଟରେ...

ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ନବୀନ

ଭୁବନେଶ୍ୱର,୩୦।୪: ଗଞ୍ଜାମ ଜିଲା ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଙ୍ଗଳବାର ଦଳୀୟ କର୍ମୀ ଓ ହଜାର ହଜାର...

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ନିଶ୍ଚିତ ଯେ…

ଭୁବନେଶ୍ୱର,୩୦।୪: ସମ୍ବଲପୁର ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର...

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା...

ଟ୍ବିନ୍‌ ସିଟିକୁ ରେର୍ଡ ଆର୍ଲଟ୍‌ ଜାରି

ଭୁବନେଶ୍ୱର,୩୦।୪: ରାଜ୍ୟରେ ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଏବେ ଆହୁରି ୪ଦିନ ଏପରିସ୍ଥିତି ଲାଗି ରହିବା ସମ୍ଭାବନା ଥିବାବେଳେ ଆସନ୍ତା ଦୁଇଦିନ ଭୀଷଣ...

ବିଜେଡି ବିଧାୟକଙ୍କ ରାଲିରେ ମାଡିଗଲା ଟ୍ରକ୍‌: ୩ ଆହତ

ଭୁବନେଶ୍ୱର,୩୦।୪: କଟକ ଜିଲା ବଡମ୍ବାରେ ବିଜେଡି ବିଧାୟକଙ୍କ ରାଲି ଉପରକୁ ମାଡିଗଲା ଟ୍ରକ୍‌। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ବଡମ୍ବା...

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri