CORONAVIRUS UPDATE: ୩ ନୂଆ ଜିଲାକୁ ଛୁଇଁଲା କରୋନା: କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼ରେ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ଅପରାହ୍ନ ସୁଦ୍ଧା ୪ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨ରେ ପହଞ୍ଚିଛି। ଅପରପକ୍ଷେ ୩ ନୂଆ ଜିଲାକୁ ଛୁଇଁଛି କରୋନା। କେନ୍ଦୁଝର, ଦେବଗଡ଼ ଓ ଝାରସୁଗୁଡ଼ାରୁ ପ୍ରଥମ ଥର ପାଇଁ ଜଣେ ଲେଖାଏ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୪ ଜିଲାରେ କରୋନା ପଜିଟିଭ୍‌ ମିଳିଛନ୍ତି।

ପ୍ରକାଶ ଯେ, ଆଜି ସୁଦ୍ଧା ରାଜ୍ୟରେ ୨୯୧୦୮ଟି ନମୂନା ପରୀକ୍ଷଣ କରାଯାଇଛି। ସେଥିରୁ ୧୨୨ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୮୩ ଆକ୍ଟିଭ କେସ୍‌ ରହିଛି। ସେହିଭଳି ୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି ପୂର୍ବରୁ ବାଲେଶ୍ୱର, ଭଦ୍ରକ, କଟକ, ଢ଼େଙ୍କାନାଳ, ଯାଜପୁର, କଳାହାଣ୍ଡି, କେନ୍ଦାପଡ଼ା, ଖୋର୍ଦ୍ଧା, କୋରାପୁଟ, ପୁରୀ, ସୁନ୍ଦରଗଡ଼ା ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏବେ ପୁଣି ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଏହି ତାଲିକାରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ଧରିତ୍ରୀ’ ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri