୩ ପିଏଲ୍‌ଏଫ୍‌ଆଇ ସଦସ୍ୟ ଗିରଫ

ରାଉରକେଲା ଅଫିସ,୧୪ା୧୧: ଛତିଶଗଡ଼, ଝାଡ଼ଖଣ୍ଡ ଏବଂ ଓଡ଼ିଶାର ସୁନ୍ଦରଗଡ଼ ସୀମାନ୍ତରେ ଦୀର୍ଘଦିନ ଧରି ପିଏଲ୍‌ଏଫ୍‌ଆଇ ନଁ।ରେ ଆତଙ୍କ ସୃଷ୍ଟି କରୁଥିବା ୩ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ରାଉରକେଲା ପୋଲିସ ଗିରଫ କରିଛି। ସେମାନେ ହେଲେ ଝାଡ଼ଖଣ୍ଡ ପଶ୍ଚିମ ସିଂଭୂମ ଜିଲା ବନ୍ଦଗଁ। ଅଞ୍ଚଳର ପୱାନ ତାନିବାଡିଙ୍ଗ(୨୪), ଝାଡ଼ଖଣ୍ଡ ଖୁଣ୍ଟି ଅଞ୍ଚଳର ସାମୁଏଲ ସୟ(୨୨) ଏବଂ ପଶ୍ଚିମ ସିଂଭୂମ କିରିବୁରୁ ଥାନା ବାସିନ୍ଦା ରାଜେଶ ବିରୁଆ(୪୫)। ପୋଲିସ ତାଙ୍କ ପାଖରୁ ୨ଟି ଦେଶୀ ବନ୍ଦୁକ, ଗୁଳି, ଭୁଜାଲି ଆଦି ମାରଣାସ୍ତ୍ର ଜବତ କରିଛି। ଗିରଫ ୩ଜଣ ୨୦୧୫ରୁ ପିଏଲ୍‌ଏଫ୍‌ଆଇ ଲିଡର ଦିନେଶ ଗୋପଙ୍କ ସଂସ୍ପର୍ଶରେ ଆସି ପରବର୍ତ୍ତୀ ସମୟରେ କାମ ଆରମ୍ଭ କରିଥିଲେ। ସେମାନେ ସମ୍ପୃକ୍ତ ଅଞ୍ଚଳରେ ବିଭିନ୍ନ ଆପରାଧିକ କାର୍ଯ୍ୟ କରି ଲୋକଙ୍କୁ ଭୟଭୀତ କରୁଥିଲେ। ଗିରଫ ୩ଜଣ ସୁପାରି କିଲର ସାଙ୍ଗକୁ ସାର୍ପ ସୁଟର ଭାବେ ପରିଚିତ ଥିଲେ। ସେମାନଙ୍କ ବିରୋଧରେ ହତ୍ୟା, ଲୁଟ୍‌, ଦାଦାବଟି ଆଦାୟ ଭଳି ଏକାଧିକ ମାମଲା ବିଭିନ୍ନ ଥାନାରେ ରହିଥିବା ବୁଧବାର ପୋଲିସ ମୁଖ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଡିଆଇଜି କବିତା ଜଲାନ, ଏସ୍‌ପି କେ ଶିବା ସୁବ୍ରମଣୀ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ନଭେମ୍ବର ୧୨ତାରିଖ ରାତିରେ ଭାଲୁଲତା ସାପ୍ତାହିକ ବଜାରରେ ଗିରଫ ୩ଜଣ ଏକାଠି ହୋଇ ଏକ ପେଟ୍ରୋଲ ପମ୍ପରେ ଡକାୟତି ଯୋଜନା ପ୍ରସ୍ତୁତ କରୁଥିଲେ। କୌଣସି ସୂତ୍ରରୁ ଖବର ପାଇ ପୋଲିସ ସେଠାରେ ଚଢାଉ କରି ସେମାନଙ୍କୁ ଗିରଫ କରିଥିଲା। ଏନେଇ ବିଶ୍ରା ଥାନାରେ ଏକ ମାମଲା (ନଂ.୧୦୪/୧୯) ରୁଜୁ ହୋଇଛି। ଗିରଫ ୩ ଜଣଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri