୩ ବିଦେଶ ଫେରନ୍ତାଙ୍କୁ ଆଇସୋଲେଶନରେ ରହିବାକୁ ପରାମର୍ଶ ଦେଲା ପ୍ରଶାସନ

ଭଞ୍ଜନଗର,୨୨।୩(ଡି.ଏନ୍‌.ଏ.): ଇଂଲଣ୍ଡ ଓ କୁଏତ୍‌ରୁ ୨ ଜଣ ଭଞ୍ଜନଗର ବାସିନ୍ଦା ଗତ ସପ୍ତାହରେ ଘରକୁ ଫେରିଥିବା ବେଳେ ଶନିବାର ଦୁବାଇରୁ ଆଉ ଜଣେ ଘରକୁ ଫେରିଛନ୍ତି। ସେମାନେ ସମସ୍ତେ ସୁସ୍ଥ ଥିବା ଜଣାପଡ଼ିଛି। ତଥାପି ଘରେ ଅନ୍ୟମାନଙ୍କ ଠାରୁ ୧୪ ଦିନ ଅଲଗା (ଆଇସୋଲେଶନ)ରେ ରହିବା ପାଇଁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି । ସେହିଭଳି ଓଡ଼ିଶା ବାହାରୁ ୨୪୪ ଜଣ ରବିବାର ମଧ୍ୟାହ୍ନରେ ଆସିଥିବା ଭଞ୍ଜନଗର ମେଡ଼ିକାଲ ରିପୋର୍ଟରୁ ଜଣାପଡ଼ିଛି। ରାଜ୍ୟ ବାହାରୁ ଆସିଥିବା ଲୋକଙ୍କୁ ଭଞ୍ଜନଗର ମେଡିକାଲରେ ହୋଇଥିବା ସ୍ବତନ୍ତ୍ର କରୋନା ଓ୍ବାର୍ଡରେ ପଚରାଉଚରା ପରେ ୨୪୧ଜଣ ସୁସ୍ଥ ଥିବାରୁ ସେମାନଙ୍କୁ ଘରକୁ ଯିବାପାଇଁ ପରାମର୍ଶ ଦିଆଯାଇଥିଲା। ବାକି ୩ ଜଣଙ୍କୁ ଥଣ୍ଡା ଜ୍ୱର ଥିବାରୁ ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ପଠାଯାଇଥିଲା। ସେମାନେ କରୋନା ଭୂତାଣୁରେ ଆକ୍ରାନ୍ତ ହୋଇ ନ ଥିତ୍ବା ଜଣାପଡ଼ିଛି । ଅପରପକ୍ଷେ କରୋନା ଭୂତାଣୁକୁ ନିୟନ୍ତ୍ରଣ କରିବାକୁ ହେଲେ ଏକମାତ୍ର ଉପାୟ ହେଲା ସଚେତନତା। ଲୋକେ ସଚେତନ ହୋଇ ପଦକ୍ଷେପ ନେଲେ କରୋନାରେ ଆକ୍ରାନ୍ତ ହେବେ ନାହିଁ। ତେଣୁ ଜନତା କର୍ଫ୍ୟୁ ପାଇଁ ପ୍ରଧାନମନ୍ତ୍ରୀ ନିବେଦନ କରିଥିଲେ। ଏହାର ପ୍ରଭାବ ରବିବାର ଭଞ୍ଜନଗର ଅଞ୍ଚଳରେ ଦେଖିବାକୁ ମିଳିଛି । କାଁ ଭାଁ କେତକ ସ୍ଥାନରେ ଲୋକେ ଚଳପ୍ରଚଳ କରୁଛନ୍ତି। ଅପରପକ୍ଷେ ଭଞ୍ଜନଗର ମେଡ଼ିକାଲକୁ ଆଜି ମଧ୍ୟାହ୍ନରେ ଆଉଟଡୋର୍‌ରେ ୩୨ଜଣ ବିଭିନ୍ନ ରୋଗୀ ଚିକିତ୍ସିତ ହେବାକୁ ଆସିଥିବା ବେଳେ କରୋନା ଓ୍ବାର୍ଡରେ ଅନ୍ୟ ରାଜ୍ୟରୁ ଆସିଥିତ୍ବା ୧୨ ଜଣ ପରାମର୍ଶ ନେଇ ଘରକୁ ଫେରିଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri