ଭୁବନେଶ୍ୱର, ୩ା୭(ବ୍ୟୁରୋ): ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ (ରୁସା) ଅନୁଦାନ ଅର୍ଥକୁ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ତିନିଟି ବିଶ୍ୱବିଦ୍ୟାଳୟକୁ ନୋଟିସ୍ ଜାରି କରାଯାଇଛି। ଉତ୍କଳ, ରମାଦେବୀ ଏବଂ ରେଭେନ୍ଶା ବିଶ୍ୱବିଦ୍ୟାଳୟର କୁଳ ସଚିବଙ୍କୁ ଏହି ନୋଟିସ୍ ହୋଇଛି। ରୁସା ପକ୍ଷରୁ ମିଳିଥିବା ସହାୟତା ରାଶି ଠିକ୍ ଉପାୟରେ ଖର୍ଚ୍ଚ ହୋଇ ନ ଥିବା କିମ୍ବା ଖର୍ଚ୍ଚ ହୋଇଥିଲେ ବି କାମ ମନ୍ଥର ଗତିରେ ଚାଲିଥିବାକୁ ଏହି ନୋଟିସ୍ ଜାରି କରାଯାଇଛି। ସୂଚନାଯୋଗ୍ୟ, କ୍ୟାମ୍ପସରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ ପାଇଁ ତିନି ବିଶ୍ୱବିଦ୍ୟାଳୟକୁ ରୁସା ପକ୍ଷରୁ ଅନୁଦାନ ମିଳିଥିଲା। କିନ୍ତୁ ଏହି ଅର୍ଥ ବିନିଯୋଗରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ଆସିବା ପରେ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିଲା। ଏକ ଟିମ୍ ଯାଞ୍ଚ କରି ଇତିମଧ୍ୟରେ ବିଭାଗକୁ ରିପୋର୍ଟ ପ୍ରଦାନ କରିଛି।
ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ
ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍ ୩୦ ଯାଏ ଛାତ୍ରୀଛାତ୍ର ଅନ୍ଲାଇନ୍ ମାଧ୍ୟମରେ ଆବେଦନ କରିପାରିବେ।…
ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…
ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…
ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….
ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…
ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍ମା’ ଲାଗୁ କଲେ ସରକାର
ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…
ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର
ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…
ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର
ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…
‘ଭାଜପା ବିଜେଡିକୁ ମହିଳା ବିରୋଧୀ ବୋଲି କରୁଛି ଅପପ୍ରଚାର’
ଆନନ୍ଦପୁର/ହାଟଡିହୀ/ଛେନାପଦୀ, ୨୨/୦୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ / ନିରାକାର ପରିଡା):କେନ୍ଦୁଝର ଜିଲାର ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀଠାରେ ବିଜେଡି ପକ୍ଷରୁ ଶୁକ୍ରବାର…
କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର
ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…
Archives

