୩ ବେଆଇନ ସ’ ମିଲରେ ଚଢ଼ାଉ : ୧୧ ଲକ୍ଷ ଟଙ୍କାର ଯନ୍ତ୍ରାଂଶ, କାଠ ଜବତ

ରୂପ୍‌ସା/ବସ୍ତା, ୧୪।୯(ସ୍ବ.ପ୍ର.)-ବାଲେଶ୍ୱର ଜିଲା ସଦର ଓ ବସ୍ତା ଥାନା ଅଞ୍ଚଳରେ ଚାଲିଥିବା ୩ଟି ବେଆଇନ୍‌ ସ’ ମିଲ ଉପରେ ଶନିବାର ବନବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢାଉ ବେଳେ ୧୧ଲକ୍ଷ ଟଙ୍କାର ମୂଲ୍ୟବାନ କାଠ ସହ ଯନ୍ତ୍ରାଂଶ ଜବତ ହୋଇଛି। ମିଲ ମାଲିକଙ୍କ ବିରୋଧରେ ବିଭାଗ ପକ୍ଷରୁ ୩ଟି ପୃଥକ୍‌ ମାମଲା (ନଂ. ୬୦/୬୧/୬୨-୧୯) ରୁଜୁ କରାଯାଇଛି।
ଜିଲା ବନଖଣ୍ଡ ଅଧିକାରୀ ବିଶ୍ୱରାଜ ପଣ୍ଡାଙ୍କ ନିର୍ଦ୍ଦେଶରେ ବନବିଭାଗ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରି ସଦର ଥାନାର ପଦାଗାଁ, ବସ୍ତା ଥାନା ଧପାଖନ୍ଦ ଓ ପୋଡ଼ାପୋଡ଼ା ଗ୍ରାମରେ ଥିବା କରତକଳ ଉପରେ ଚଢ଼ାଉ କରିଥିଲା। କରତକଳ ମାଲିକ ସଦର ଥାନା ପଦାଗାଁର ପ୍ରଫୁଲ୍ଲ ଚନ୍ଦ୍ର ଦାସ, ବସ୍ତା ଥାନା ଧପାଖନ୍ଦ ଗାଁର ଭବାନୀଶଙ୍କର ପ୍ରଧାନ ଓ ପୋଡ଼ାପୋଡ଼ା ଗ୍ରାମର ରଘୁନାଥ ଗିରି ଓ କର୍ମଚାରୀ ଫେରାର ହୋଇଯାଇଥିବାରୁ ସେମାନଙ୍କୁ ଗିରଫ କରାଯାଇପାରିନାହଁି।


Enter your email to get our daily news in your inbox.

All Right Reserved By Dharitri.Com

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ଅଳଙ୍କାର ସେଟ୍‌

ପୁରୀ, ୨୬।୫: ଶ୍ରୀଜିଉଙ୍କ ସୁନାବେଶ ପାଇଁ ନୂଆ ଅଳଙ୍କାର ସେଟ୍‌ ତିଆରି କରାଯିବ। ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦନ ମିଳିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ

ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ବସ୍‌ ଡିକିରୁ ୨ ବସ୍ତା ଗଞ୍ଜେଇ ଜବତ, ୫ ଅଟକ

ବଲାଙ୍ଗୀ ର, ୨୬।୯(ସୁନିଲ କୁମାର ମହାନ୍ତି): ବସ୍‌ ଡିକିରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଅବକାରୀ ବିଭାଗ ଚଢ଼ାଉ କରି ୫ ଜଣଙ୍କୁ ଅଟକ ରଖିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?