୩ ବ୍ରାଉନସୁଗାର ବ୍ୟବସାୟୀ ଜେଲ୍‌ ଗଲେ: ୫ ଲକ୍ଷର ବ୍ରାଉନସୁଗାର, ୫ ମୋବାଇଲ ଓ କାର ଜବତ

ଭୁବନେଶ୍ୱର,(ବ୍ୟୁରୋ)/ପାତ୍ରପଡ଼ା, ୨୧।୧୧(ଡି.ଏନ୍‌.ଏ.): ଖଣ୍ଡଗିରି ଥାନା ପୋଲିସ ଓ କ୍ୟୁଏଟି ମିଳିତ ଭାବେ ଚଢ଼ାଉ କରି ୩ଜଣ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନେ ହେଲେ ନୟାପଲ୍ଲୀ ଥାନା ଅନ୍ତର୍ଗତ ସାଲିଆସାହି ନାରାୟଣ ବସ୍ତିର ଦୟାନିଧି ବରାଡ଼ (୩୭), ଖଣ୍ଡଗିରି ଥାନା ଶିରିପୁରର ପ୍ରଭାତ କୁମାର ଚୌହାନ (୩୫) ଓ ମୟୂରଭଞ୍ଜର ସୂଯର୍ର୍‌ୟକାନ୍ତ ଘଡ଼େଇ (୨୩)। ସେମାନଙ୍କ ନିକଟରୁ ୫୬ ଗ୍ରାମ ବ୍ରାଉନସୁଗାର ସହ ୪ ମୋବାଇଲ ଫୋନ୍‌ ଓ ଗୋଟିଏ କାର ଜବତ କରିଛି। ଜବତ ବ୍ରାଉନସୁଗାରର ବଜାର ମୂଲ୍ୟ ୫ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହିଛି। ସୂଚନା ମୁତାବକ, ମଙ୍ଗଳବାର ରାତି ୮ଟାରେ ଭରତପୁର ଛକ ନିକଟରେ ୩ଜଣ ଯୁବକ ଏକ କାରରେ ଆସି ବ୍ରାଉନସୁଗାର ବିକ୍ରି କରୁଥିବାନେଇ କ୍ୟୁଏଟି ନିକଟରେ ଖବର ପହଞ୍ଚତ୍ଥିଲା। ପରେ ମିଳିତ ଟିମ୍‌ ସେଠାରେ ଚଢଉ କରି ୩ଜଣଙ୍କୁ ଧରିଥିଲା। ଏନେଇ ଏକ ମାମଲା (ନଂ.୬୫୭/୧୯) ରୁଜୁ କରି ବୁଧବାର ସେମାନଙ୍କୁ ପଚରାଉଚରା ପରେ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ଆବେଦନ ଖାରଜ ହେବାରୁ ୩ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri