Posted inଜାତୀୟ

୩ ଭାଜପା ନେତାଙ୍କ ବିରୋଧରେ ଏଫ୍‌ଆଇଆର୍‌ କର: ହାଇକୋର୍ଟ

ନୂଆଦିଲ୍ଲୀ,୨୭ା୨(ପି.ଟି.): ଯେଉଁ ୩ ଭାଜପା ନେତାଙ୍କ ଉତ୍ତେଜନାପୂର୍ଣ୍ଣ ଭାଷଣ ଯୋଗୁ ସିଏଏ ହିଂସା ଜୋରଦାର ହେଲା ବୋଲି କୁହାଯାଉଛି, ସେମାନଙ୍କ ବିରୋଧରେ କ’ଣ ପାଇଁ ଏତଲା ଦାଏର ହୋଇନି ବୋଲି ବୁଧବାର ଦିଲ୍ଲୀ ହାଇକୋର୍ଟ ପୋଲିସକୁ ପ୍ରଶ୍ନ କରିଛନ୍ତି। ଏତଲା ଦାଏର ପାଇଁ ନିଷ୍ପତ୍ତି ନେଇ ଗୁରୁବାର ସୁଦ୍ଧା ଜଣାଇବାକୁ ଅଦାଲତ ଦିଲ୍ଲୀ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ବେଳେ ଉପସ୍ଥିତ ଥିବା ସ୍ବତନ୍ତ୍ର ପୋଲିସ କମିଶନରଙ୍କୁ ଅଦାଲତ ନିଜର ଅସନ୍ତୋଷ ଜଣାଇଦେଇଛନ୍ତି। ଦିଲ୍ଲୀ ଅତୀତରେ ଅନେକ ହିଂସା ଦେଖିଛି। ୧୯୮୪ ଶିଖ୍‌ ବିରୋଧୀ ଦଙ୍ଗା ଭଳି ସ୍ଥିତି ହେବାକୁ ଦିଆଯିବ ନାହିଁ ବୋଲି ହାଇକୋର୍ଟ କହିଥିଲେ। ପୋଡ଼ାଜଳା, ଲୁଟ୍‌, ଢେଲାମାଡ଼ ଆଦିକୁ ନେଇ ପୋଲିସ ୧୧ଟି ଏତଲା ଦାଏର କରିଛି। ତେବେ ଉତ୍ତେଜନାପୂର୍ଣ୍ଣ ଭାଷଣ ଦେଇଥିବା ଭାଜପା ନେତାଙ୍କ ବିରୋଧରେ କ’ଣ ପାଇଁ ଏତଲା ଦିଆଗଲାନି ବୋଲି ଖଣ୍ଡପୀଠ ପ୍ରଶ୍ନ କରିଥିଲେ। ଉତ୍ତେଜକ ଭାଷଣ ଦେଇଥିବା ଭାଜପାର ୩ ନେତା ହେଲେ କପିଲ ମିଶ୍ରା, ଅନୁରାଗ ଠାକୁର ଏବଂ ପରଭେଶ ବର୍ମା। ପୋଲିସ କମିଶନରଙ୍କ ସହ ଆଲୋଚନା କରି ଏବଂ ଭିଡିଓ କ୍ଲିପ୍‌ଗୁଡ଼ିକର ଅନୁଧ୍ୟାନ କରିବା ପରେ ଏତଲା ଦାଏର ନେଇ ଏକତ୍ର ନିଷ୍ପତ୍ତି ନେବେ ବୋଲି ସ୍ବତନ୍ତ୍ର କମିଶନର ପ୍ରବୀର ରଞ୍ଜନ ହାଇକୋର୍ଟଙ୍କୁ କହିଛନ୍ତି। ଜଷ୍ଟିସ୍‌ ଏସ୍‌. ମୁରଲୀଧର ଏବଂ ତଲଓ୍ବନ୍ତ ସିଂଙ୍କୁ ନେଇ ଗଠିତ ଖଣ୍ଡପୀଠ ସମ୍ପୃକ୍ତ ପକ୍ଷମାନଙ୍କୁ ନୋଟିସ ଜାରି କରିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଗୁରୁବାର ହେବ।
ଏହା ପୂର୍ବରୁ ମଙ୍ଗଳବାର ମଧ୍ୟରାତ୍ରରେ ଦିଲ୍ଲୀ ହାଇକୋର୍ଟ ହିଂସା ଘଟଣାର ଜରୁରୀ ଶୁଣାଣି କରି ଆହତମାନଙ୍କୁ ତୁରନ୍ତ ସରକାରୀ ହସ୍ପିଟାଲରେ ପହଞ୍ଚାଇବା ଓ ଜରୁରୀ ଚିକିତ୍ସା ବ୍ୟବସ୍ଥା ସୁନିଶ୍ଚିତ କରାଇବାକୁ ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ। ଜଷ୍ଟିସ୍‌ ଏସ୍‌. ମୁରଲୀଧରଙ୍କ ବାସଭବନରେ ରାତି ୧୨ଟା ୩୦ରେ ଏହି ଶୁଣାଣି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିମାନବନ୍ଦରରେ ପଦକଧାରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୨ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସଫଳ ପ୍ରଦର୍ଶନ ପରେ ଓ୍ବେଟଲିଫ୍ଟର ମୀରାବାଈ ଚାନୁ, ଲଭପ୍ରୀତ ସିଂଙ୍କ ସମେତ ଭାରତୀୟ ଖେଳାଳିଙ୍କ ପ୍ରଥମ ବ୍ୟାଚ୍‌ ରବିବାର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri