Posted inଜାତୀୟ

୩ ମଧ୍ୟସ୍ଥଙ୍କ ନାମ ଘୋଷଣା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨ (ପି.ଟି.): ଶାହିନବାଗ୍‌ରେ ରାସ୍ତା ଅବରୋଧ ସହ ବିକ୍ଷୋଭ କରାଯିବାକୁ ସୁପ୍ରିମକୋର୍ଟ ବିରୋଧ କରିଛନ୍ତି। ଗଣତନ୍ତ୍ରରେ ନାଗରିକମାନେ ବିକ୍ଷୋଭ କରିବା ମୌଳିକ ଅଧିକାର ହୋଇଥିଲେ ହେଁ ରାସ୍ତା ଅବରୋଧ କରି ଜନସାଧାରଣଙ୍କୁ ଅସୁବିଧାରେ ପକାଯାଇ ପାରିବ ନାହିଁ ବୋଲି ସୁପ୍ରିମକୋର୍ଟଙ୍କ ଦୁଇଜଣିଆ ଖଣ୍ଡପୀଠ କହିଛନ୍ତି। ବିଚାରପତି ଜଷ୍ଟିସ୍‌ କେ.ଏମ୍‌. ଯୋଶେଫ୍‌ ଓ ଜଷ୍ଟିସ୍‌ ସଞ୍ଜୟ କିଶାନ୍‌ କଉଲ୍‌ ଏଥିଲାଗି ବିକଳ୍ପ ସ୍ଥାନ ଯୋଗାଇ ଦେବାକୁ କର୍ତ୍ତୃପକ୍ଷଙ୍କୁ କହିଛନ୍ତି। ଆଇନଜୀବୀ ସନ୍ତୋଷ ହେଗ୍‌ଡେ ଓ ସାଧନା ରାମଚନ୍ଦ୍ରନ୍‌ ଶାହିନବାଗ୍‌ ବିକ୍ଷୋଭକାରୀଙ୍କ ନିକଟକୁ ଯାଇ ସେମାନଙ୍କ ସହ ଏନେଇ ଆଲୋଚନା କରିବାକୁ ସର୍ବୋଚ୍ଚ ଅଦାଲତ କହିଛନ୍ତି। ଏହି ଦୁଇ ବରିଷ୍ଠ ଆଇନଜୀବୀ ବିକ୍ଷୋଭକାରୀ ଓ ସରକାରଙ୍କ ମଧ୍ୟରେ ମଧ୍ୟସ୍ଥ କାମ କରିବେ। ଏଥିସହ ଏହି ଦୁଇ ଆଇନଜୀବୀ ପୂର୍ବତନ ସୂଚନା କମିଶନର ଓ୍ବାଜାହତ୍‌ ହବିବୁଲ୍ଲାଙ୍କ ସହାୟତା ନେଇପାରିବେ ବୋଲି କୋର୍ଟ କହିଛନ୍ତି। ରାମଚନ୍ଦ୍ରନ୍‌ ୧୯୭୮ରୁ ସୁପ୍ରିମକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରିଆସୁଥିବା ବେଳେ ୨୦୦୬ରୁ ସେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଘଟଣାରେ ମଧ୍ୟସ୍ଥ କାର୍ଯ୍ୟ କରିଆସୁଛନ୍ତି। ହେଗ୍‌ଡେ ୧୯୮୯ରୁ ସୁପ୍ରିମକୋର୍ଟରେ ଓକିଲାତି କରିଆସୁଛନ୍ତି। ୨୦୧୫ରେ ସର୍ବୋଚ୍ଚ ଅଦାଲତ ତାଙ୍କୁ ବରିଷ୍ଠ ଓକିଲର ମାନ୍ୟତା ପ୍ରଦାନ କରିଥିଲେ।
ଶାହିନବାଗ୍‌ରେ ସିଏଏକୁ ବିରୋଧ କରି ଡିସେମ୍ବର ୧୫ରୁ ବିକ୍ଷୋଭ ଜାରି ରହିଛି। ହଜାର ହଜାର ବିକ୍ଷୋଭକାରୀ ରାସ୍ତା ଅବରୋଧ କରିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଏହାକୁ ନେଇ ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ କରାଯିବା ସହ ବିକଳ୍ପ ବ୍ୟବସ୍ଥା ଗ୍ରହଣ କରାଯିବା ଲାଗି ଅନୁରୋଧ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

ବିଶୋଧିତ ଜଳ ବ୍ୟବହାର କଲେ ମନୁଷ୍ୟ ସମାଜ ସୁସ୍ଥ ରହିବ

ବିଶାଳ ଭୂପୃଷ୍ଠକୁ ସୁବିସ୍ତୃତ ଜଳରାଶି ଚାରିପଟୁ ସଜାଗ ପୋଲିସ ବାହିନୀ ସଦୃଶ ଘେରିରହିଛି। ମହାସାଗର, ସାଗର ଓ ନଦୀଜଳ ଦ୍ୱାରା ଜାଗତିକ ସଭ୍ୟତା ଉନ୍ନତିର ସୋପାନରେ ଆଗେଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

ଇଲେକ୍ଟ୍ରୋନେଗେଟିଭିଟି ଭ୍ରମର ସମାଧାନ (Breaking the Electronegativity Myth): ପ୍ରାୟ ଏକ ଶତାବ୍ଦୀ ଧରି, ରସାୟନ ବିଜ୍ଞାନ ପାଠ୍ୟପୁସ୍ତକଗୁଡ଼ିକ ଏକ ନିୟମ ଶିଖାଇ ଆସିଥିଲେ: ହାଇଡ୍ରୋଜେନ ବନ୍ଧନ…

‘ଯେକୌଣସି ଭୁଲ ପ୍ରାଣଘାତକ ହେବ’ ହର୍ମୁଜ ପ୍ରଣାଳୀରେ ସୀମାପାର ମନୋଭାବରେ ଇରାନ

ତେହରାନ,୧୩।୪: ଇସଲାମାବାଦରେ ‘ଶାନ୍ତି ଆଲୋଚନା’ ବିଫଳ ହେବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇପାରେ। ଇରାନ ନୌସେନା ହର୍ମୁଜ ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri