୩ ମାଲବାହୀ ଗାଡ଼ିକୁ ଯୋଡ଼ାଗଲା: ୧୭୭ ଓ୍ବାଗନ ନେଇ ଯାତ୍ରା କଲା ଆନାକୋଣ୍ଡା ଗୁଡସ୍‌ ଟ୍ରେନ୍‌

ବିଳାସପୁର,୮।୨: ଭାରତୀୟ ରେଳ ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ ୩ ମାଲବାହୀ ଗାଡ଼ିକୁ ଯୋଡ଼ାଯାଇଛି। ମୋଟ ୧୭୭ଟି ଓ୍ବାଗନକୁ ନେଇ ଆନାକୋଣ୍ଡା ଗୁଡସ୍‌ ଟ୍ରେନ୍‌ ୨୨୦ କିମିକୁ ୭ ଘଣ୍ଟାରେ ପୂରଣ କରିଛି। ଦକ୍ଷିଣ-ପୂର୍ବ- ମଧ୍ୟ ରେଲଓ୍ବେର ରାୟପୁର ଡିଭିଜନ ପକ୍ଷରୁ ୩ଟି ଇଲେକ୍ଟ୍ରିକ୍‌ ଇଞ୍ଜିନ ସହିତ ୩ଟି ମାଲଗାଡ଼ିକୁ ଯୋଡ଼ା ଯାଇଛି। ଏସବୁ ମାଲବାହି ଗାଡ଼ିକୁ ନେଇ ଗଠିତ ଆନାକୋଣ୍ଡା ଗୁଡସ୍‌ ଟ୍ରେନ୍‌ର ଲମ୍ବ ୨ କିମି ହୋଇଯାଇଥିଲା। ପ୍ରତି ମାଲବାହୀ ଗାଡ଼ିରେ ୫୯ ଓ୍ବାଗନ ଥିଲା ବୋଲି ରାୟପୁର ଡିଭିଜନ ପକ୍ଷରୁ କୁହାଯାଇଛି। ଭିଲାଇ ଲୋକୋ ରୋଡ୍‌ଠାରୁ ଅପରାହ୍ନ ୨ଟା ୨୦ରେ ଯାତ୍ରା ଆରମ୍ଭ କରିଥିବା ଆନାକୋଣ୍ଡା ଗୁଡସ୍‌ ଟ୍ରେନ୍‌ ସନ୍ଧ୍ୟା ୬ଟା ୪୦ରେ ବିଳାସପୁରରେ ପହଞ୍ଚିଥିଲା। ପରେ ଏହା ରାତ୍ର ୧୦ଟା ୫ରେ କୋରବାରେ ପହଞ୍ଚିଥିଲା। ଏହାପୂର୍ବରୁ ଆନାକୋଣ୍ଡା ଗୁଡସ୍‌ ଟ୍ରେନ୍‌ ୨୦୧୯ ମେ ୩୧ରେ ଡିଜେଲ ଇଞ୍ଜିନ୍‌ରେ ପରୀକ୍ଷାମୂଳକ ଭାବେ ଯାତ୍ରା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ବନ୍ୟାଜଳ: ପ୍ରଭାବିତ ହେଉଛନ୍ତି ମତ୍ସ୍ୟଜୀବୀ

ମହାକାଳପଡ଼ା,୩ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବାହାକୁଦ ପିତାପାଟ ଗ୍ରାମ ସଂଲଗ୍ନ ମହାନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ…

ସମ୍ମାନିତ ହେଲେ ଓଡ଼ିଆ ପୁଅ ଯୁବ କବି ସୁନୀଲ, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୩।୮(ବିଦ୍ୟାଧର ସାହୁ ): ସାହିତ୍ୟ ସଂସଦ , ମାଲକାନଗିରି ଓଡ଼ିଶାର ସପ୍ତମ ପ୍ରତିଷ୍ଠା ଦିବସ ବ୍ରହ୍ମପୁର ସ୍ଥିତ ଗୋପାଳ କୃଷ୍ଣ ରଙ୍ଗ ମଞ୍ଚ, ଗୋସାଣୀ ନୂଆଁ ଗାଁ…

କରେଣ୍ଟ କଟିଲେ ଠପ ହୋଇଯାଉଛି ମୋବାଇଲ ସେବା

କେସିଙ୍ଗା,୩।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ଥିବା ଜିଓ ଟାୱାର ବିଦ୍ୟୁତ ଚାଲିଗଲେ ଠପ ହୋଇଯାଉଛି । ଯାହାଦ୍ୱାରା ମୋବାଇଲ ସେବା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା

ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି।…

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ…

ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଲେ ତସଲିମା

କୋଲକାତା,୩।୮: ବାଂଲାଦେଶରୁ ବହିଷ୍କୃତ ଏବଂ ବର୍ତ୍ତମାନ ନୂଆଦିଲ୍ଲୀରେ ରହୁଥିବା ଲେଖିକା ତସଲିମା ନାସରିନ ବଙ୍ଗ ସରକାରଙ୍କ ପ୍ରଶଂସା କରିଛନ୍ତି ଏବଂ ତାଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି। ନାସରିନ…

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri