୩ ମାସ ଜଳିଲାନି ୨ ଲକ୍ଷ ଟଙ୍କାର ହାଇମାଷ୍ଟ ଲାଇଟ୍‌

ତିର୍ତ୍ତୋଲ,୯ା୬(ଡି.ଏନ.ଏ.): ତିର୍ତ୍ତୋଲ ବ୍ଲକ ପୋରଗଦେଇ ପଞ୍ଚାୟତ ଯୋଗଣିଆ ଛକରେ ଗତ ନଭେମ୍ବର ମାସ ୨୮ ତାରିଖରେ ୨ଲକ୍ଷ ଟଙ୍କା ବ୍ୟୟରେ ଏକ ହାଇମାଷ୍ଟ ଲାଇଟ୍‌ ଲାଗିଥିଲା। ଚଳିତବର୍ଷ ଫେବୃୟାରୀ ୧୬ ତାରିଖରୁ ତାହା ଅଚଳ ହୋଇପଡିଛି। ଏହାର ମରାମତି ପାଇଁ ପଞ୍ଚାୟତ କର୍ତ୍ତୃପକ୍ଷ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ ତାହା ହୋଇପାରିନାହିଁ। ତେଣୁ ୨ଲକ୍ଷ ଟଙ୍କା ବ୍ୟୟରେ ଲାଗିଥିବା ଏହି ଲାଇଟ୍‌ ମାତ୍ର ୩ ମାସ ନ ଜଳିବା ଆଲୋଚନାର ବିଷୟ ହୋଇଛି।

ପ୍ରକାଶ ଯେ, ପୂର୍ବତନ ଏମ୍‌ପି ଡା.କୁଳମଣି ସାମଲଙ୍କ ଅନୁଦାନ ପାଣ୍ଠିରେ ଏହି ଲାଇଟ୍‌ ଲାଗିଥିଲା। ଏହି ହାଇମାଷ୍ଟ ଲାଇଟ୍‌ ଖୁଣ୍ଟର ଉପର ଷ୍ଟାଣ୍ଡରେ ୫ଟି ହାଲୋଜିନ ଗୋଲାକାର ଭାବେ ଲଗାଯାଇଛି। ତାହା ଚାରି ଦିଗକୁ ଆଲୋକିତ କରୁଥିଲା। ଅଳ୍ପଦିନ ମଧ୍ୟରେ ୩ଟି ହାଲୋଜିନ ଖରାପ ହୋଇଯାଇଥିଲା। ଫଳରେ ଛକର ଗୋଟିଏ ପାର୍ଶ୍ୱ ସମ୍ପୂର୍ଣ୍ଣ ଅନ୍ଧାର ରହୁଛି। ଏହି ଛକରେ ଏକାଧିକ ଦୋକାନ ରହିଛି। ଏଠାରେ ସପ୍ତାହକୁ ଦୁଇଦିନ ସାପ୍ତାହିକ ହାଟ ବସୁଛି। ତେଣୁ ପ୍ରତ୍ୟହ ସନ୍ଧ୍ୟାରେ ଗହଳି ହୋଇଥାଏ। ଲାଇଟ ନ ଥିବାରୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ସମ୍ପର୍କରେ ପଞ୍ଚାୟତ କର୍ତ୍ତୃପକ୍ଷ ଏକାଧିକଥର ବିଡିଓଙ୍କୁ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କିଛି ସୁଫଳ ମିଳୁନି। ବାରମ୍ବାର ବ୍ଲକକୁ ଦୌଡ଼ି ନିରାଶ ହେବା ପରେ ଜିଲାପାଳ ଓ ପିଡିଙ୍କୁ ମଧ୍ୟ ଅବଗତ କରାଗଲା। ତଥାପି ମଧ୍ୟ ଏହାର ମରାମତି ହୋଇପାରିନାହିଁ। ଫଳରେ ଯେଉଁ ଉଦ୍ଦେଶ୍ୟରେ ଲାଇଟ ଲଗାଯାଇଥିଲା ତାହା ଫଳପ୍ରଦ ହେଉନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରଲର ମାଡ଼ରେ ମରୁଛନ୍ତି ଅଲିଭ ରିଡ୍‌ଲେ

କୁଜଙ୍ଗ,୧୩।୨(ମନୋଜ ପ୍ରଧାନ): ଅଲିଭ୍‌ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାର ପାରାଦୀପରେ କଇଁଛ କରିଡର କରିବାକୁ ବଜେଟରେ ଘୋଷଣା କରିଥିବା ବେଳେ କୁଜଙ୍ଗ ବନାଞ୍ଚଳ ନୂଆଗାଁ ବନକ୍ଷେତ୍ର…

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

ପତାକା ଅବତରଣ ବେଳେ ଅଘଟଣ: ବିଦ୍ୟୁତ ଆଘାତରେ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୁଜଙ୍ଗ,୨୬।୧(ମନୋଜ ପ୍ରଧାନ): ସାରା ଦେଶ ୭୭ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଜଗତସିଂହପୁର ଜିଲା କୁଜଙ୍ଗ ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଜାତୀୟ…

ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ

ପାରାଦୀପ,୨୦।୧(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ପିପ୍ପଳ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପଛ ପଟେ ରୋଷେଇ କଲା…

ବସ୍‌ ମାଲିକ ସଂଘର ବଡ଼ ନିଷ୍ପତ୍ତି: ପାରାଦୀପରୁ ଗଡ଼ିବନାହିଁ ଘରୋଇ ବସ୍‌

ପାରାଦୀପ,୧୮।୧: ମୁଖ୍ୟମନ୍ତ୍ରୀ ବସ୍‌ ଚଳାଚଳକୁ ବିରୋଧ କରି ଘରୋଇ ବସ୍‌ ମାଲିକ ସଂଘ ରବିବାର ଏକ ବଡ଼ ନିଷ୍ପତ୍ତି ନେଇଛି। ସୋମବାର ସକାଳ ୬ଟାରୁ ପାରାଦୀପ ବସ୍‌ଷ୍ଟାଣ୍ଡରୁ…

ଶିବଲିଙ୍ଗ ଉପରେ ପୂଜକଙ୍କ ମୃତଦେହ, ତା’ପରେ ଯାହା ଘଟିଲା…

ଜଗତ୍‌ସିଂହପୁର,୧୮ା୧(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ପୁନଙ୍ଗସ୍ଥିତ ପୁନେଶ୍ୱର ମହାଦେବ ମନ୍ଦିରରେ ଶନିବାର ଅଭାବନୀୟ ଘଟଣା ଘଟିଛି। ମନ୍ଦିରର ପାତାଳଫୁଟା ଶିବଲିଙ୍ଗ ଉପରୁ ମନ୍ଦିର ପୂଜକ ଓମ୍‌ପ୍ରକାଶ ପଣ୍ଡା…

ସ୍ତ୍ରୀଙ୍କୁ କରଣୀରେ ହାଣିଲେ ସ୍ବାମୀ: କାରଣ ଜାଣିଲେ…

ପାରାଦୀପ,୧୭।୧(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ବଡପଡିଆ ସିନେମାହଲ ସମ୍ମୁଖ ବସ୍ତିରେ ଶନିବାର ସକାଳୁ ଅଭାବନୀୟ ଘଟଣା ଘଟିଛି।ନିଜ ସ୍ତ୍ରୀ ର ଚରିତ୍ରକୁ ସନ୍ଦେହ କରି ସ୍ବାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri