ଜଗତ୍ସିଂହପୁର ଅଫିସ,୩୧ା୧୨: ଜାନୁୟାରୀ, ଫେବୃୟାରୀ ଓ ମାର୍ଚ୍ଚ ମାସ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ତାରିଖ ଘୋଷଣା ହୋଇଛି। ଏହି ଶୁଣାଣିଗୁଡିକ ଜିଲାପାଳଙ୍କ କାର୍ଯ୍ୟାଳୟ ସମେତ ଜିଲାର ବିଭିନ୍ନ ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ। ସ୍ଥିରିକୃତ ତାରିଖ ଅନୁଯାୟୀ ଜାନୁୟାରୀ ୬ରେ ବାଲିକୁଦା ବ୍ଲକରେ ଶୁଣାଣି କରାଯିବ। ସେହିପରି୧୩ରେ ନାଉଗାଁ, ୨୦ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଓ ୨୭ରେ ଏରସମା ବ୍ଲକରେ ଶୁଣାଣି ହେବ। ଫେବୃୟାରୀ ପାଇଁ ୩ ତାରିଖରୁ ଶୁଣାଣି ଆରମ୍ଭ ହେବ। ଏହି ଦିନ କୁଜଙ୍ଗ, ୧୦ରେ ବିରିଡ଼ି, ୧୭ ଜିଲାପାଳଙ୍କ କାର୍ଯ୍ୟାଳୟ ଓ ୨୪ରେ ତିର୍ତ୍ତୋଲ ବ୍ଲକରେ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମାର୍ଚ୍ଚ ପାଇଁ ୨ରୁ ୩୦ ତାରିଖ ମଧ୍ୟରେ ଶୁଣାଣି କରାଯିବ। ୨ରେ ରଘୁନାଥପୁର ବ୍ଲକ, ୧୬ ଜିଲାପାଳଙ୍କ କାର୍ଯ୍ୟାଳୟ, ୨୩ ବାଲିକୁଦା ବ୍ଲକ ଓ ୩୦ରେ ନାଉଗାଁ ବ୍ଲକରେ ଶୁଣାଣି ଅନୁଷ୍ଠିତ ହେବ। ଏହିସବୁ ଶିବିରରେ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର, ଏସ୍ପି ପ୍ରକାଶ ଆର୍, ଡିଆର୍ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସରୋଜକାନ୍ତ ମହାନ୍ତି, ଜଗତ୍ସିଂହପୁର ଅତିରିକ୍ତ ଜିଲାପାଳ ସଚିଦାନନ୍ଦ ସାହୁ, ପାରାଦୀପ ଅତିରିକ୍ତ ଜିଲାପାଳ ଡ. କାହ୍ନୁଚରଣ ଧୀର, ଉପଜିଲାପାଳ ମହେନ୍ଦ୍ର ପ୍ରସାଦ ମହାନ୍ତି, ଜିଲାସ୍ତରୀୟ ଅଧିକାରୀ, ନିର୍ବାହୀ ଯନ୍ତ୍ରୀ, ବ୍ଲକସ୍ତରୀୟ ଅଧିକାରୀ ଓ ପଞ୍ଚାୟତିରାଜ ପ୍ରତିନିଧିମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ।
Posted inଜଗତ୍ସିଂହପୁର View All
କଲେଜ ଫେୟାରଓ୍ବେଲ୍ରେ ଯୋଗଦେଇଥିଲେ ତୃପ୍ତିମୟୀ, ଘରକୁ ଫେରିବା ସମୟରେ ଘଟିଲା…
ଜଗତ୍ସିଂହପୁର,୨୬ା୩ (ପ୍ରମୋଦ କୁମାର ନାୟକ): ମଙ୍ଗଳବାର ପରୀକ୍ଷା ସରିଲା। ବୁଧବାର ଥିଲା ବିଦାୟକାଳୀନ ଉତ୍ସବ (ଫେୟାର୍ଓ୍ବେଲ)। ତେଣୁ ମନରେ ଥିଲା ଅଫୁରନ୍ତ ଆନନ୍ଦ। ନୂଆ ଶାଢ଼ି ପିନ୍ଧି…
ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…
ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍ପିଏମ୍) ୩ରେ ବୁଧବାର ଲାଗିଛି।…
୯ ମଣ୍ଡି ନୋଡାଲ ଅଫିସଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ
ଜଗତସିଂହପୁର, ୧୧।୩: ୯ ମଣ୍ଡି ନୋଡାଲ ଅଫିସଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ। ମାର୍ଚ୍ଚ ମାସରେ ଦରମା ବନ୍ଦ କଲେ ଜଗତସିଂହପୁର ଜିଲାପାଳ। ନୋଡାଲ ଅଫିସର ଧାନ…
ଆଦାନୀ ହାତକୁ ଯିବ ରାଜ୍ୟର ଏକମାତ୍ର ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ
ପାରାଦୀପ,୧୧ା୩(ଶରତ ରାଉତ):ରାଜ୍ୟରେ ଓଡ଼ିଆ ଅସ୍ମିତା ପ୍ରସଙ୍ଗରେ ବ୍ୟାପକ ପ୍ରଚାର ପ୍ରସାର ହେଉଛି। କିନ୍ତୁ ଓଡ଼ିଆଙ୍କ ପ୍ରାଚୀନ ସଂସ୍କୃତି ସହ ଜଡ଼ିତ ରାଜ୍ୟର ଏକମାତ୍ର ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ ଏବେ…
ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…
ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…
ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…
ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…
ଗୁଜରାଟ ଭଳି ଓଡ଼ିଶାରେ ବିକାଶ ହେବ
ପାରାଦୀପ,୬।୩: ପାରାଦୀପ ଗସ୍ତରେ ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା। ସେଠାରେ ସେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି। ସେ ଉଦ୍ବୋଧନ ଦେଇ କହିଛନ୍ତି, ଭାଜପା ସରକାର ସଠିକ୍ ଦିଗରେ…
ବଳାତ୍କାର ଲୁଚାଇବାକୁ ଛାତରୁ ଠେଲିଦେଇଥିଲେ ଝାଡ଼ଖଣ୍ଡ ଯୁବକ
ପାରାଦୀପ,୨୮।୨ (ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ତାରିଣୀଗଡ଼ା ଅଞ୍ଚଳର ବହୁଚର୍ଚ୍ଚିତ ବଳାତ୍କାର ଓ ହତ୍ୟା ଘଟଣାରେ ୨ ଅଭିଯୁକ୍ତଙ୍କୁ ଗୁରୁବାର ପୋଲିସ ଗିରଫ କରିଥିବାବେଳେ ଶୁକ୍ରବାର…
Archives

