Posted inଜାତୀୟ

୩ ମାସରେ ଜନ୍ମ ହୋଇନାହାନ୍ତି ଝିଅ

ଡେରାଡୁନ୍‌,୨୨ା୭: ଉତ୍ତରାଖଣ୍ଡ ଉତ୍ତରକାଶୀ ଜିଲାର ୧୩୨ ଗାଁରେ ୩ମାସ ମଧ୍ୟରେ ଆଦୌ ଝିଅ ଜନ୍ମ ହୋଇନାହାନ୍ତି। ଏହି ସମୟ ମଧ୍ୟରେ ଜନ୍ମିତ ସମସ୍ତ ୨୧୬ ଶିଶୁ ପୁଅ। କେନ୍ଦ୍ର ସରକାର ‘ବେଟି ବଚାଓ ବେଟି ପଢ଼ାଓ’ ଯୋଜନା କାର୍ଯ୍ୟକାରୀ କରୁଥିବାବେଳେ ଗତ ୩ ମାସ ମଧ୍ୟରେ ଏହିସବୁ ଅଞ୍ଚଳରେ କନ୍ୟା ଶିଶୁ ଜନ୍ମ ନ ହେବା ଜିଲା ପ୍ରଶାସନ ପାଇଁ ସମସ୍ୟା ସୃଷ୍ଟି କରିଛି। ଏହି ଯୋଜନା ଏଠାରେ ଆଦୌ କାର୍ଯ୍ୟକାରୀ ହେଉ ନ ଥିବା ସୂଚନା ମିଳୁଛି।
ଏ ସମ୍ପର୍କରେ ଜିଲାପାଳ ଡ. ଆଶିଷ ଚୌହାନଙ୍କ କହିବା କଥା ହେଲା, ଯେଉଁସବୁ ଅଞ୍ଚଳରେ ଆଦୌ ଝିଅ ଜନ୍ମ ହୋଇନାହାନ୍ତି କିମ୍ବା ଝିଅ ଜନ୍ମ ସଂଖ୍ୟା ଖୁବ୍‌ କମ୍‌ ସେ ସବୁ ଅଞ୍ଚଳକୁ ଚିହ୍ନଟ କରାଯାଉଛି। ଏହା ପଛରେ କାରଣ ତର୍ଜମା କରାଯିବା ସହ ବିସ୍ତୃତ ସର୍ବେକ୍ଷଣ କରାଯିବ ବୋଲି ସେ କହିଛନ୍ତି। ସେହିସବୁ ଅଞ୍ଚଳରେ ଆଶାକର୍ମୀମାନେ କନ୍ୟାସନ୍ତାନ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ସହ ଲିଙ୍ଗ ଅସମାନତା ସମ୍ପର୍କରେ ରିପୋର୍ଟ ପ୍ରସ୍ତୁତ କରି ଦାଖଲ କରିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ସାମାଜିକ କର୍ମୀ କଳ୍ପନା ଠାକୁର କହିଛନ୍ତି, ଶିଶୁକନ୍ୟା ଆଦୌ ଜନ୍ମ ନ ହେବା ପଛରେ ଭ୍ରୂଣହତ୍ୟା ମୁଖ୍ୟ କାରଣ। ସରକାର ଏବଂ ପ୍ରଶାସନ ଏ ଦିଗରେ କିଛି କରୁନାହାନ୍ତି। ସେହିପରି ବରିଷ୍ଠ ଖବରଦାତା ଶିବ ସିଂ ଥନଭାଲ୍‌ କହିଛନ୍ତି, ଭ୍ରୂଣହତ୍ୟା ଯୋଗୁ କେବଳ ପୁଅ ଜନ୍ମ ହେଉଛନ୍ତି। ଏହି କୁପ୍ରଥାର ମୂଳପୋଛ ପାଇଁ ପ୍ରଶାସନ ଦୃଢ଼ ପଦକ୍ଷେପ ନେବା ଆବଶ୍ୟକ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ।…

‘ତାଙ୍କ ପାଦ ଧୋଇ ସେହି ପାଣି ପିଇବାକୁ ଚାହେଁ’, ପିଏମ ମୋଦିଙ୍କୁ ବିଷ୍ଣୁଙ୍କ ଅବତାର ବୋଲି କହି ଚର୍ଚ୍ଚାରେ ଅଭିନେତା

ନୂଆଦିଲ୍ଲୀ,୧।୮: ଅଭିନେତା ସୁଦେଶ ବେରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି ଚର୍ଚ୍ଚା ସୃଷ୍ଟି କରିଛନ୍ତି। ସେ ପିଏମ ମୋଦିଙ୍କୁ ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବର୍ଣ୍ଣନା…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଔଷଧ କିଣିବା ପୂର୍ବରୁ ଜାଣନ୍ତୁ! ଆଜିଠୁ ବଦଳିଲା ୨୩ଟି ମେଡିସିନର ଦାମ୍‌

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଆଜି ଅଗଷ୍ଟ ୧ରୁ ଔଷଧର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୨୨ଟି ଔଷଧ ଏବଂ ଫିକ୍ସଡ ଡୋଜ କମ୍ବିନେସନର ନୂତନ ଖୁଚୁରା…

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଧର୍ମ ପଚାରି କଲେ ଗୁଳି

ଶ୍ରୀନଗର,୧।୮: ଜମ୍ମୁ-କଶ୍ମୀରର କୁଲଗାମରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣ ହୋଇଛି। କୁଲଗାମ ଜିଲାର ଏକ ଇଟାଭାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

ବ୍ୟବସ୍ଥାଗତ ବିଫଳତା

ଦୃଢ଼ ରାଜନୈତିକ କୌଶଳ ଆପଣାଉଥିବା ସରକାରମାନେ ସାଧାରଣତଃ କଠୋର ଆଇନ ଆଣି ସେସବୁକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀକରି ସଙ୍କଟର ମୁକାବିଲା କରିଥାନ୍ତି। ଏଭଳି ସ୍ଥିତିରେ ବେଳେବେଳେ ପ୍ରଯୁକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri