୩ ମାସରେ ସଫା ହେବ ବିନ୍ଦୁସାଗର

ଭୁବନେଶ୍ୱର, ୫ା୬(ବ୍ୟୁରୋ)- ଆସନ୍ତା ୩ ମାସ ମଧ୍ୟରେ ଐତିହ୍ୟ ପୁସ୍କରିଣୀ ବିନ୍ଦୁସାଗରର ସଫେଇ କାର୍ଯ୍ୟ ସରିବ। ଏନେଇ ରାଜ୍ୟ ସରକାରଙ୍କ ସେତୁ ନିର୍ମାଣ ନିଗମ (ଓବିସିସି) ଏବଂ ଇନଷ୍ଟିଚ୍ୟୁଟ୍‌ ଅଫ୍‌ କେମିକାଲ୍‌ ଟେକ୍ନୋଲୋଜି, ଇଣ୍ଡିଆନ୍‌ ଓଡ଼ିଶା କ୍ୟାମ୍ପସ୍‌ ଭୁବନେଶ୍ୱର (ଆଇସିଟି-ଆଇଓସି)ମଧ୍ୟରେ ଶୁକ୍ରବାର ଓବିସିସି କାର୍ଯ୍ୟାଳୟ ପରିସରରେ ଏମଓୟୁ ସ୍ବାକ୍ଷରିତ ହୋଇଛି। ଏମ୍‌ଓୟୁ ଅନୁସାରେ ଲିଙ୍ଗରାଜ ମନ୍ଦିର ପରିସରରେ ଅବସ୍ଥିତ ସମସ୍ତ ପବିତ୍ର ପୋଖରୀ ମଧ୍ୟରେ ବିନ୍ଦୁସାଗରର ୨୧ ଏକର ଜମି ସମେତ ପୋଖରୀ ସଫା କରିବା ପାଇଁ ସିଷ୍ଟମ ଡିଜାଇନ୍‌ କରିବା ପାଇଁ ଆଇସିଟି ଆଇଓସି ଭୁବନେଶ୍ୱର ଆଇଟିସି ମୁମ୍ବାଇର ସହାୟତା ନେବ। ୫ ଟି ପୋଖରୀର ଜଳ ସଫା କରିବା ପାଇଁ ହାଇଡ୍ରୋ ଡାଇନାମିକ୍‌ କ୍ୟାଭିଟେସନ୍‌ ନାମକ ଏକ ଅତ୍ୟାଧୁନିକ ଜ୍ଞାନ କୌଶଳ ପ୍ରୟୋଗ କରାଯିବ। ଏହି ଟେକ୍ନୋଲୋଜିକୁ ଇନଷ୍ଟିଚ୍ୟୁଟ୍‌ ଅଫ୍‌ କେମିକାଲ୍‌ ଟେକ୍ନୋଲୋଜି, ମୁମ୍ବାଇ ଦ୍ୱାରା ବିକଶିତ କରାଯାଇଛି ଏବଂ ଦେଶର ବିଭିନ୍ନ ପ୍ରକଳ୍ପରେ ସଫଳତାର ସହିତ ଏହାକୁ କାର୍ଯ୍ୟକାରୀ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

କଳାହାଣ୍ଡି,୧୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମର ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗୋଲକ ଗଉଡ଼(୧୮)। ରବିବାର…

ଘରକୁ ଧକ୍କାଦେଲା ସ୍କର୍ପିଓ, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ

ପାଟଣା,୧୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ୨୨୦ ନମ୍ବର ଜାତୀୟ ରାଜପଥର ବଡ଼ବିଲ ନିକଟର ସୋମବାର ଭୋର୍‌ରୁ ଏକ ସ୍କର୍ପିଓ ଭାରସାମ୍ୟ ହରାଇ ଏକ ଘରକୁ…

ମଣ୍ଡିରୁ ଉଠୁନି ଧାନ, ରାସ୍ତା ଅବରୋଧ କଲେ ଚାଷୀ

ଭବାନୀପାଟଣା,୧୫ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନକିଣା ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଜିଲାର ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି। ଜୁନାଗଡ଼…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri