୩ ମାସହେଲା ମିଳିନି ବିଦ୍ୟୁତ୍‌ ବିଲ୍‌: ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ

ରାୟଗଡ଼(ଗଜପତି), ୧୧ା୬- ଗଜପତି ଜିଲା ରାୟଗଡ଼ ବ୍ଲକ୍‌ରେ ଉପଭୋକ୍ତାମାନେ ୩ ମାସହେଲା ବିଦ୍ୟୁତ୍‌ ବିଲ୍‌ ପାଇ ନ ଥିବା ଅଭିଯୋଗ ହୋଇଛି। ଦୀର୍ଘଦିନ ଧରି ବିଲ୍‌ ଦିଆଯାଉନଥିବାରୁ ବକେୟା ବଢ଼ୁଛି। ତେଣୁ ଏକାଥରକେ ଏତେ ଟଙ୍କା କିଭଳିି ପୈଠ କରିବେ ଉପଭୋକ୍ତା ଚିନ୍ତାରେ ପଡ଼ିଛନ୍ତି।
ପ୍ରକାଶଯେ, ରାୟଗଡ଼ ଏକ ଆଦିବାସୀ ଅଧ୍ୟ୍ୟୁଷିତ ଅଞ୍ଚଳ। ଏଠାରେ ଅଧିକାଂଶ ଦିନ ମଜୁରିଆ ଶ୍ରେଣୀର ଲୋକେ ବସବାସ କରୁଛନ୍ତି। ରାୟଗଡ଼ ସବ୍‌ଷ୍ଟେଶନ୍‌ ଅଧୀନରେ ବ୍ଲକ୍‌ର ୨୧ ଟି ପଞ୍ଚାୟତର ୨୭୦ ଗ୍ରାମର ୧୫ ହଜାର ବିଦ୍ୟୁତ୍‌ ଉପଭୋକ୍ତା ରହିଛନ୍ତି। ମାତ୍ର ଏଠାରେ ଦୀର୍ଘଦିନ ହେଲା ବିଲ୍‌ ମିଳିନଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଗରିବ ଶ୍ରେଣୀର ଲୋକେ ଏକାଥରକେ ବହୁ ପରିମାଣର ଅର୍ଥ ଜମା କରିବା ସମ୍ଭବ ନୁହେଁ। ତେଣୁ ତୁରନ୍ତ ସମସ୍ୟାର ସମାଧାନ କରି ଶୀଘ୍ର ବିଲ୍‌ ଦେବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି। ଏନେଇ ଜୁନିୟର ମ୍ୟାନେଜର ଦେବବ୍ରତ ସାହୁଙ୍କ ସହ ଯୋଗାଯୋଗ କରିବାରେ ସେ କହିଛନ୍ତି ଯେ, ଯେଉଁମାନେ ବିଦ୍ୟୁତ୍‌ ବିଲ୍‌ ପ୍ରଦାନ କରୁଥିଲେ ସେମାନେ ବିଭିନ୍ନ ଦାବି ନେଇ କାର୍ଯ୍ୟ ବନ୍ଦ ରଖିଥିଲେ। ଏବେ ଦାବିଗୁଡ଼ିକ ପୂରଣ ହୋଇଥିବାବେଳେ ଏହି ମାସରୁ ବିଲ୍‌ ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୀର୍ଥଯାତ୍ରାରେ ବାହାରିଲେ ୭୭୫ ଜଣ ବରିଷ୍ଠ ନାଗରିକ: ସବୁଜ ପତାକା ଦେଖାଇଲେ ଉପମୁଖ୍ୟମନ୍ତ୍ରୀ

ରାୟଗଡା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣରେ ଯାଇଛନ୍ତି ୭୭୫ ଜଣ ବରିଷ୍ଠ ନାଗରିକ।...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

ଚାଷ କାମ ପାଇଁ ଯାଇଥିଲେ, ହଠାତ୍‌ ଜଙ୍ଗଲରୁ ମାଡ଼ିଆସିଲା ହାତୀ: ଆଉ ତା’ପରେ ଘଟିଲା…

କଲ୍ୟାଣସିଂହପୁର,୩।୧୨(ଦୀପକ କୁମାର ପରିଡ଼ା): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକର ପାରସାଲୀ ପଞ୍ଚାୟତ ଅଧୀନ ବୁଡୁଣି ଗାଁରେ ବୁଧବାର ସକାଳୁ ହାତୀ ଆକ୍ରମଣରେ ୩୨ ବର୍ଷୀୟ ବାଲା...

୬୮୬ ସ୍କୁଲ ବନ୍ଦ କାରଣରୁ ଛାତ୍ରୀଛାତ୍ରଙ୍କ ପାଠପଢାରେ ବାଧାସୃଷ୍ଟି: ଲୋକ ସଭାରେ ଉଦବେଗ ପ୍ରକାଶ କଲେ ଏମ୍‌ପି ସପ୍ତଗିରି

ରାୟଗଡା, ୧।୧୨(ଆଶିଷ ରଞ୍ଜନ ପଣ୍ଡା): ଅବିଭକ୍ତ କୋରାପୁଟ ଜିଲାର ରାୟଗଡା କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଭଳି ଆଦିବାସୀ ଅଧୁଷିତ ଜିଲାମାନଙ୍କରେ ବିଭିନ୍ନ ସରକାରୀ ଓ...

ମେରୁଦଣ୍ଡ, ପିଠିରେ ମାଂସ ବଢିବା ଯୋଗୁ ଚାଲିପାରୁନାହାନ୍ତି ୧୩ ବର୍ଷର ବାଳକ: ସହାୟତା ଯୋଗାଇଲେ ଜିଲାପାଳ

ରାୟଗଡା, ୧।୧୨(ଆଶିଷ ରଞ୍ଜନ ପଣ୍ଡା): ପିଠି ଏବଂ ମେରୁଦଣ୍ଡରେ ମାଂସ ବଢୁଥିବା କାରଣରୁ ୧୩ବର୍ଷର ଚନ୍ଦନ କିଲାକା ଦିବ୍ୟାଙ୍ଗ ପାଲଟିଯାଇଛନ୍ତି। ସଠିକ୍‌ରେ ଚାଲିପାରୁନାହାନ୍ତି। ଫଳରେ ବାପା...

୩ ବର୍ଷ ପୁଅର ମୃତଦେହ ବ୍ୟବଚ୍ଛେଦ ପାଇଁ ଡାକ୍ତରଙ୍କ ସହାୟକ ମାଗିଲେ ୨ ହଜାର ଟଙ୍କା

ରାୟଗଡ଼ା,୨୯ା୧୧(ଆଶିଷ ରଞ୍ଜନ ପଣ୍ଡା): ମାଆ ପଛେପଛେ ଯାଇ ନଦୀରେ ବୁଡ଼ି ଶୁକ୍ରବାର ଚାଲିଗଲା ୩ ବର୍ଷ ଶିଶୁପୁତ୍ରର ଜୀବନ। ଏହିଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା...

ଭାଇ ବାହା ଘରୁ ଫେରିଲା ବେଳେ ବାଟରେ ଗାଡ଼ି ଦୁର୍ଘଟଣାରେ ଚାଲିଗଲା ଭଉଣୀଙ୍କ ଜୀବନ

ରାୟଗଡା,୨୬।୧୧(ଆଶିଷ ରଞ୍ଜନ ପଣ୍ଡା): ଭାଇର ବାହାଘର ସାରି ରାୟଗଡା ଫେରିଲା ବେଳେ ଏକ ସଡ଼କ ଦୁର୍ଘଟଣାରେ ଭଉଣୀ ମୃତ୍ୟୁବରଣ କରିଥିବା ଭଳି ଦୁଃଖଦ ଘଟଣା ଘଟିଛି...

ପୁଣି ଜଣେ ୫୧ ବର୍ଷୀୟ ଦାଦନ ଶ୍ରମିକ ନିଖୋଜ, ଚିନ୍ତାରେ ପରିବାର

କଲ୍ୟାଣସିଂହପୁର, ୨୧।୧୧( ଦୀପକ କୁମାର ପରିଡ଼ା ): ଦାଦନ କାମ ପାଇଁ ଯାତ୍ରା କଲାବେଳେ ଟ୍ରେନରୁ ସମୟରେ ଓହ୍ଲାଇ ପାରି ନ ଥିବାରୁ ଏକ ୫୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri