୩ ଯୁଗ୍ମ ସଚିବଙ୍କ ବିଞ୍ଝାରପୁର ଗସ୍ତ

ବିଞ୍ଝାରପୁର, ୨୨।୫ (ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ତିନି ପ୍ରମୁଖ ବିଭାଗର ଯୁଗ୍ମ ସଚିବ ଶୁକ୍ରବାର ବିଞ୍ଝାରପୁର ବ୍ଲକ ଗସ୍ତ କରି କରୋନା ସଂକ୍ରମଣ ଓ ବାତ୍ୟା ଅମ୍ଫନ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ଆକଳନ କରିଛନ୍ତି। ରାଜସ୍ବ ବିଭାଗ ଯୁଗ୍ମ ସଚିବ ଦିଲ୍ଲୀପ କୁମାର ସାହୁ, ଉଚ୍ଚ ଶିକ୍ଷା ବିଭାଗର ଯୁଗ୍ମ ସଚିବ ବିରେନ୍ଦ୍ର କେର୍କେଟା, ନିର୍ବାଚନ ଆୟୋଗର ଉପ ସଚିବ ଆଜାଦ୍‌ ହିନ୍ଦ ପାଣିଗ୍ରାହୀ ବିଞ୍ଝାରପୁର ବ୍ଲକର ଉତ୍ତରକୂଳ, ଆଉଁରୀ ଓ ଜରୀ ପଞ୍ଚାୟତର ବିଭିନ୍ନ ସଙ୍ଗରୋଧ କେନ୍ଦ୍ରକୁ ଯାଇ ଅନୁଧ୍ୟାନ କରିଥିଲେ। ଏହାପରେ ଅମ୍ଫନ ପ୍ରଭାବରେ ବିଭିନ୍ନ ଗାଁରେ ଭାଙ୍ଗିଥିବା ଘର ଅନ୍ୟାନ୍ୟ କ୍ଷୟକ୍ଷତି ଅନୁଧ୍ୟାନ କରି ଫେରିଯାଇଛନ୍ତି। ସଚିବଙ୍କ ଗସ୍ତ ସମୟରେ ବିଡିଓ ମିନତୀ ଜଗଦ୍ଦେବ, ଜିପିଓ ସତ୍ୟନାରାୟଣ ମିଶ୍ର, କନିଷ୍ଠ ଯନ୍ତ୍ରୀ ଅମୂଲ୍ୟ ତ୍ରିପାଠୀ, ଅନିଲ କୁମାର ସାମଲ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ନାବାଳିକା ବଳାତ୍କାର, ଗର୍ଭପାତ ମାମଲା: ମିଳିଲା ନବଜାତକ

ଯାଜପୁରରୋଡ଼, ୧୭ା୨(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ…

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ନବଜାତ ଶିଶୁପୁତ୍ରଙ୍କୁ ବିଲରେ ଫିଙ୍ଗିଦେଲେ, କୁକୁର ଟାଣି ଟାଣି ନେବାବେଳେ…

ଜେନାପୁର,୧୪।୨(ଅଶୋକ ଦାସ): ଯାଜପୁର ଜିଲାରେ ଏକ ଅମାନୁଷିକ ଘଟଣା ଘଟିଛି। ଏଠାରେ ଏକ ବିଲରୁ ମୃତ ଶିଶୁ ପୁତ୍ର ଉଦ୍ଧାର କରାଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ…

ନଗ୍ନ ଭିଡିଓ ଜାଲରେ ଫସାଇ ଲୁଟିଥିଲେ ଲକ୍ଷାଧିକ ଟଙ୍କା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି…

ଧର୍ମଶାଳା,୧୪ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପୋବଳ ଗାଁର ମୁଖ୍ୟ ସାଇବର ଠକେଇର ଅଭିଯୁକ୍ତ ସରୋଜ ଜେନାଙ୍କୁ କଟକ ସାଇବର ପୋଲିସ…

ସର୍ଟ ସର୍କିଟ ଯୋଗୁଁ ଚଳନ୍ତା କାରରେ ଲାଗିଗଲା ନିଆଁ, ଡ୍ରାଇଭର ଦୌଡି ଯାଇ…

ଧର୍ମଶାଳା,୧୩।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଷୋହଳ ନମ୍ବର ଜାତୀୟ ରାଜପଥର ସଙ୍କାରିଢିଅ ଫ୍ଲାଏ ଓଭର ବ୍ରିଜ ଉପରେ ଦୁର୍ଘଟଣା । ଏକ…

ଓଭରବ୍ରିଜ୍‌ ଉପରୁ ଖସିଲା ଆଖୁ ବୋଝେଇ ଟ୍ରକ୍‌, ଗାଡ଼ି ତଳେ କେହି ଫସିରହିଥିବା ସନ୍ଦେହ

ଧର୍ମଶାଳା,୧୨।୨(ଶିବ ପ୍ରସାଦ ମହାନ୍ତି ): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଆର୍‌ଟିଓ କାର୍ଯ୍ୟାଳୟ ନିକଟରେ ଓଭରବ୍ରିଜ୍‌ ଉପରୁ ଏକ ଆଖୁ ବୋଝେଇ ଟ୍ରକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri