୩ ରଥରେ ଭଙ୍ଗାଗଲା ୯ ଅଧର ହାଣ୍ଡି

ପୁରୀ ଅଫିସ, ୧୫ା୭: ସିଂହଦ୍ୱାର ସମ୍ମୁଖ ତିନିରଥ ଉପରେ ରବିବାର ସମ୍ପନ୍ନ ହୋଇଛି ଅଧରପଣା ନୀତି। ରଥାରୁଢ ଠାକୁରଙ୍କ ସମ୍ମୁଖରେ ଭଙ୍ଗାଯାଇଛି ୯ଟି ଅଧରପଣା ହାଣ୍ଡି। ଛୁଟିଦିନ ଏବଂ ଅନୁକୂଳ ପାଗ ଯୋଗୁ ଲକ୍ଷାଧିକ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଏହି ଅନନ୍ୟ ନୀତି ଦାର୍ଶନ କରିଛନ୍ତି।
ତିନିରଥରେ ମଧ୍ୟାହ୍ନ ଧୂପ ବଢିବା ପରେ ଆରମ୍ଭ ହୋଇଥିଲା ଅଧରପଣା ପାଇଁ ପ୍ରସ୍ତୁତି। ସିଂହଦ୍ୱାର ସମ୍ମୁଖ ଛାଉଣୀ ମଠ କୂଅରୁ ପାଣିଆ ଆପଟ ସେବକମାନେ ଗରାରେ ଜଳ ଆଣି ରଥ ଉପରେ ରହିଥିବା ପିତ୍ତଳ ହଣ୍ଡାରେ ଭର୍ତ୍ତି କରିଥିଲେ। ମଠ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅଧରପଣା ଲାଗି ଅଣାଯାଇଥିବା ଛେନା, ଛାଚି, ସର, କଦଳୀ, ଗୋଲମରିଚ, କର୍ପୁର ଓ ଜାଇଫଳ ଆଣି ରଥ ଉପରେ ରଖାଯାଇଥିଲା। ମହାପ୍ରଭୁଙ୍କ ଶ୍ରୀଅଧର ଉଚ୍ଚତାର ମାଟିରେ ନିର୍ମିତ ତିନୋଟି ଲେଖାଏ ହାଣ୍ଡି ପ୍ରତି ରଥ ଉପରେ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ରଖାଯାଇଥିଲା। ଭୋଗ ପୂର୍ବରୁ ଶ୍ରୀଅଧର ଆଗରେ ଖଣ୍ଡେ ଖଣ୍ଡେ ନୂଆ ଗାମୁଛା ଟେରା ବନ୍ଧାଯାଇଥିଲା। ଏହାପରେ ମହାସୁଆରମାନେ ପଣା ପାଇଁ ଆସିଥିବା ସାମଗ୍ରୀ ମିଶାଇ ପଣା ପ୍ରସ୍ତୁତ କରିଥିଲେ। ପୂଜାପଣ୍ଡା ସାମନ୍ତ ପଞ୍ଚୋପଚାରରେ ପୂଜା ଶେଷ କରିବା ପରେ ଅଧର ହାଣ୍ଡିକୁ ଭଙ୍ଗା ଯାଇଥିଲା। ହାଣ୍ଡି ଭାଙ୍ଗିବା ପରେ ପଣା ସବୁ ରଥ ତଳକୁ ବୋହିଯାଇଥିଲା। ଉକ୍ତ ପଣାକୁ ଦେବଦେବୀ, ଭୂତପ୍ରେତ, କିନ୍ନର ଓ ରାକ୍ଷାସମାନେ ପାଇଥାନ୍ତି ବୋଲି ବିଶ୍ୱାସ ରହିଛି। ରାତି ୮ଟାରେ ଅଧରପଣା ନୀତି ଶେଷ ହେବାକୁ ଥିବା ବେଳେ ଏହା ରାତି ୯ଟା ୨୭ରେ ସରିଥିଲା। ପ୍ରଥମେ ତାଳଧ୍ୱଜ ରଥରେ ୯ଟା ୧୦, ଦର୍ପଦଳନ ରଥରେ ୯ଟା ୧୨ ଏବଂ ଶେଷରେ ନନ୍ଦିଘୋଷ ରଥରେ ୯ଟା ୨୭ରେ ଅଧରପଣା ହାଣ୍ଡି ଭଙ୍ଗା ଯାଇଥିଲା। ଏହି ନୀତି ପାଇଁ ଆବଶ୍ୟକ ସମସ୍ତ ସାମଗ୍ରୀ ବଡ଼ ଓଡ଼ିଆ ମଠ, ରାଘବ ଦାସ ମଠ ଏବଂ ଶ୍ରୀମନ୍ଦିର ପ୍ରଶାସନ ଯୋଗାଇ ଦେଇଥିଲେ।
ତେବେ ବିଗତ କିଛିବର୍ଷକୁ ଦେଖିଲେ ଅଧରପଣା ଦିନ ଶ୍ରୀକ୍ଷେତ୍ରରେ ଏତେ ସଂଖ୍ୟାରେ ଭକ୍ତଙ୍କ ଗହଳି ନ ଥାଏ। କିନ୍ତୁ ଚଳିତବର୍ଷ ଲକ୍ଷାଧିକ ଭକ୍ତ ମହାପ୍ରଭୁଙ୍କ ଏହି ଅଧରପଣା ନୀତି ଦର୍ଶନ କରିଛନ୍ତି। ଦ୍ୱିତୀୟ ଶନିବାର ଏବଂ ରବିବାର ଛୁଟିଦିନ ଥିବାରୁ ବହୁ ସଂଖ୍ୟକ ଲୋକ ସପରିବାର ପୁରୀରେ ରହିଛନ୍ତି। ତେଣୁ ଅଧରପଣା ନୀତି ଦେଖିବାକୁ ପ୍ରବଳ ଭିଡ଼ ହୋଇଥିଲା ବୋଲି ପ୍ରଶାସନ ପକ୍ଷରୁ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri