ନୂଆଦିଲ୍ଲୀ,୯-୮: କେନ୍ଦ୍ର ସରକାର ବ୍ୟବହାରରେ ଆସୁ ନ ଥିବା ପ୍ରାୟ ୩ ଲକ୍ଷ କୋଟି ଟଙ୍କାର ରାଷ୍ଟ୍ରାୟତ୍ତ ସମ୍ପତ୍ତି ବିକ୍ରି କରିବାକୁ ପ୍ରସ୍ତୁତି ଚଳାଇଛନ୍ତି। ଟ୍ରାନ୍ସମିଶନ ଲାଇନ, ଟେଲିକମ ଟାଓ୍ବାର, ଗ୍ୟାସ୍ ପାଇପଲାଇନ, ଏୟାରପୋର୍ଟର ସମ୍ପତ୍ତ ବିକ୍ରି କରାଯିବ। ବିଭିନ୍ନ ମନ୍ତ୍ରଣାଳୟ ସହ ଆଲୋଚନା କରିବା ପରେ ନୀତି ଆୟୋଗ ପକ୍ଷରୁ ବିକ୍ରି ହେବାକୁ ଥିବା ସମ୍ପତ୍ତିର ଏକ ତାଲିକା ପ୍ରସ୍ତୁତ କରାଯାଇଛି। ପାଓ୍ବାର ଗ୍ରିଡ୍ର ଟ୍ରାନ୍ସମିଶନ ଲାଇନ, ବିଏସ୍ଏନ୍ଏଲ୍ ଓ ଏମ୍ଟିଏନଏଲ୍ର ଟାଓ୍ବାର, ଗେଲ୍ ଇଣ୍ଡିଆର ଗ୍ୟାସ୍ ପାଇପଲାଇନ, କେତେକ ସହରରେ ଥିବା ବିମାନ ବନ୍ଦର ଏବଂ ରାଷ୍ଟ୍ରାୟତ୍ତ ଉଦ୍ୟୋଗର ପଡି ରହିଥିବା ମୂଲ୍ୟବାନ ଜମିକୁ ବିକ୍ରି ତାଲିକାରେ ରଖାଯାଇଛି। ପ୍ରାପ୍ତ ସୂଚନାନୁଯାୟୀ, ପାଓ୍ବାର ଗ୍ରିଡ୍ର ୧.୪୫ ଲକ୍ଷ ସର୍କିଟ କିମି ଲାଇନ, ଗେଲ୍ ଇଣ୍ଡିଆର ୧୧,୫୦୦ କିମି ଗ୍ୟାସ୍ ପାଇପଲାଇନ, ବିଏସ୍ଏନଏଲ ଓ ଏମଟିଏନ୍ଏଲର ୭୦ ହଜାର ଟାଓ୍ବାର ବିକ୍ରି ହେବ। ଏହାଛଡ଼ା ନ୍ୟାଶନାଲ ଟେକ୍ସଟାଇଲ କର୍ପୋରେଶନ, ହିନ୍ଦୁସ୍ତାନ ଆଣ୍ଟିବାୟୋଟିକ୍ସ, ଏନ୍ଟିପିସିର ଜମି ବିକ୍ରି କରାଯିବ। କେନ୍ଦ୍ର ସରକାର ଚଳିତ ଆର୍ଥିକ ବର୍ଷ ପାଇଁ ସରକାରୀ ସମ୍ପତ୍ତି ବିକ୍ରି କରି ୧.୦୫ ଲକ୍ଷ କୋଟି ଟଙ୍କା ଆଦାୟ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରିଛନ୍ତି। ଏହାଛଡ଼ା ରାଷ୍ଟ୍ରାୟତ୍ତ ଉଦ୍ୟୋଗରେ ସରକାରଙ୍କ ଅଂଶଧନକୁ ୫୧%ରୁ ହ୍ରାସ କରିବାକୁ ସରକାର ରାଜି ଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ବଜେଟ ଘୋଷଣା ବେଳେ କହିଥିଲେ।
ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…
ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...
‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…
ନୂଆଦିଲ୍ଲୀ, ୨୭।୧୨: ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...
ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ
ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...
ରାସ୍ତାରେ ଟ୍ରକ୍ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍ ଗେଟ୍ ନିକଟରେ...
ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...
୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା
ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...
Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ
ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...
ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍ ଦାଖଲ କଲା ପୋଲିସ, କାରଣ ଜାଣିଲେ…
ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...
Archives


