ନୂଆଦିଲ୍ଲୀ,୯-୮: କେନ୍ଦ୍ର ସରକାର ବ୍ୟବହାରରେ ଆସୁ ନ ଥିବା ପ୍ରାୟ ୩ ଲକ୍ଷ କୋଟି ଟଙ୍କାର ରାଷ୍ଟ୍ରାୟତ୍ତ ସମ୍ପତ୍ତି ବିକ୍ରି କରିବାକୁ ପ୍ରସ୍ତୁତି ଚଳାଇଛନ୍ତି। ଟ୍ରାନ୍ସମିଶନ ଲାଇନ, ଟେଲିକମ ଟାଓ୍ବାର, ଗ୍ୟାସ୍ ପାଇପଲାଇନ, ଏୟାରପୋର୍ଟର ସମ୍ପତ୍ତ ବିକ୍ରି କରାଯିବ। ବିଭିନ୍ନ ମନ୍ତ୍ରଣାଳୟ ସହ ଆଲୋଚନା କରିବା ପରେ ନୀତି ଆୟୋଗ ପକ୍ଷରୁ ବିକ୍ରି ହେବାକୁ ଥିବା ସମ୍ପତ୍ତିର ଏକ ତାଲିକା ପ୍ରସ୍ତୁତ କରାଯାଇଛି। ପାଓ୍ବାର ଗ୍ରିଡ୍ର ଟ୍ରାନ୍ସମିଶନ ଲାଇନ, ବିଏସ୍ଏନ୍ଏଲ୍ ଓ ଏମ୍ଟିଏନଏଲ୍ର ଟାଓ୍ବାର, ଗେଲ୍ ଇଣ୍ଡିଆର ଗ୍ୟାସ୍ ପାଇପଲାଇନ, କେତେକ ସହରରେ ଥିବା ବିମାନ ବନ୍ଦର ଏବଂ ରାଷ୍ଟ୍ରାୟତ୍ତ ଉଦ୍ୟୋଗର ପଡି ରହିଥିବା ମୂଲ୍ୟବାନ ଜମିକୁ ବିକ୍ରି ତାଲିକାରେ ରଖାଯାଇଛି। ପ୍ରାପ୍ତ ସୂଚନାନୁଯାୟୀ, ପାଓ୍ବାର ଗ୍ରିଡ୍ର ୧.୪୫ ଲକ୍ଷ ସର୍କିଟ କିମି ଲାଇନ, ଗେଲ୍ ଇଣ୍ଡିଆର ୧୧,୫୦୦ କିମି ଗ୍ୟାସ୍ ପାଇପଲାଇନ, ବିଏସ୍ଏନଏଲ ଓ ଏମଟିଏନ୍ଏଲର ୭୦ ହଜାର ଟାଓ୍ବାର ବିକ୍ରି ହେବ। ଏହାଛଡ଼ା ନ୍ୟାଶନାଲ ଟେକ୍ସଟାଇଲ କର୍ପୋରେଶନ, ହିନ୍ଦୁସ୍ତାନ ଆଣ୍ଟିବାୟୋଟିକ୍ସ, ଏନ୍ଟିପିସିର ଜମି ବିକ୍ରି କରାଯିବ। କେନ୍ଦ୍ର ସରକାର ଚଳିତ ଆର୍ଥିକ ବର୍ଷ ପାଇଁ ସରକାରୀ ସମ୍ପତ୍ତି ବିକ୍ରି କରି ୧.୦୫ ଲକ୍ଷ କୋଟି ଟଙ୍କା ଆଦାୟ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରିଛନ୍ତି। ଏହାଛଡ଼ା ରାଷ୍ଟ୍ରାୟତ୍ତ ଉଦ୍ୟୋଗରେ ସରକାରଙ୍କ ଅଂଶଧନକୁ ୫୧%ରୁ ହ୍ରାସ କରିବାକୁ ସରକାର ରାଜି ଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ବଜେଟ ଘୋଷଣା ବେଳେ କହିଥିଲେ।
୩୯ ବର୍ଷୀୟ କ୍ରିକେଟର୍ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ
ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍ରେ ଶ୍ରୀଲଙ୍କାକୁ ୬…
ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ
ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…
ଶଟର ପକାଇ ଜଗି ରହୁଛନ୍ତି ବାଉନ୍ସର, ଭିତରେ ବାର୍ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା
ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର।…
ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…
ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍
ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…
ସବୁଠି ନ୍ୟାୟକୁ ସମର୍ଥନ
ସାରା ବିଶ୍ୱରେ ଆର୍ଥିକ ଅଭିବୃଦ୍ଧି ସର୍ବଦା ସମାନ ସୁଯୋଗ କିମ୍ବା ସହଭାଗୀ ସମୃଦ୍ଧିରେ ପରିଣତ ହୋଇନାହିଁ। ଗଠନମୂଳକ ଅସମାନତା ଜାରି ରହିଛି, ଯାହା ଉତ୍ତମ କାର୍ଯ୍ୟ, ସାମାଜିକ…
ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ
ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍ ଜୋରଦାର୍…
ବିଚ୍ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…
ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍…
Archives

