୩ ଲକ୍‌ଡାଉନ୍‌ ନିୟମ ଊଲ୍ଲଂଘନକାରୀଙ୍କ ନାମରେ ମାମଲା

ବନ୍ତ, ୮ା୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ କେନ୍ଦୁଆପଦା ଫାଣ୍ଡି ଅଧୀନ କେନ୍ଦୁଆପଦା ଓ ତୋଡଗାଁ ବଜାରରେ ସୋମବାର ୩ ଜଣ ଦୋକାନୀ ଲକ୍‌ ଡାଉନ୍‌ ଆଇନ ଊଲ୍ଲଂଘନ କରିବାରୁ ସେମାନଙ୍କ ନାମରେ ମାମଲା ରୁଜୁ ହୋଇଛି ା କେନ୍ଦୁଆପଦା ବଜାରର ଜଳଖିଆ ଦୋକାନୀ ଦିଗନ୍ତ ଧଳ ଏବଂ ତୋଡଗାଁ ବଜାରର ଜଳଖିଆ ଦୋକାନୀ ହୃଷିକେଶ ନାୟକ, ପାନଦୋକାନୀ ସୁରେନ୍ଦ୍ର ବେହେରାଙ୍କ ନାମରେ ଦୁଇଟି ପୃଥକ ମାମଲା (ନଂ.୨୨୮/୨୦), (ନଂ.୨୨୯/୨୦) ରୁଜୁ ହେବା ସହ ସେମାନଙ୍କ ଦୋକାନକୁ ସିଲ୍‌ କରାଯାଇଛି ା ମଙ୍ଗଳବାର ସକାଳେ ଲକ୍‌ ଡାଉନ୍‌ ଆଇନ ଉଲ୍ଲଂଘନ ଅଭିଯୋଗରେ କେନ୍ଦୁଆପଦା ଫାଣ୍ଡି ପୋଲିସ ୧୩ଟି ବାଇକକୁ ଜବତ କରିଛି ା ସେହିପରି ବନ୍ତ ପୋଲିସ ପକ୍ଷରୁ ଥାନା ଛକ ସମେତ ବିଭିନ୍ନ ସ୍ଥାନରେ ଗାଡି ଚେକିଂ କରାଯାଇଛି ା କୌଣସି କାର୍ଯ୍ୟ ନଥାଇ ବାହାରେ ବୁଲାବୁଲି କରୁଥିବା ବାଇକ୍‌ ଚାଳକଙ୍କ ଠାରୁ ୨ ହଜାର ଏବଂ ଚାରି ଚକିଆ ଯାନଠାରୁ ୫ ହଜାର ଜରିମାନା ଆଦାୟ କରାଯିବ ବୋଲି ପୋଲିସ କହିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri