୩ ଲୁଟେରା ଗିରଫ

ଢେଙ୍କାନାଳ ଅଫିସ, ୩୦।୮-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କଣ୍ଟାବଣିଆ ଥାନା ନିକଟ ଓଭରବ୍ରିଜ୍‌ରୁ ଟ୍ରକ୍‌ ଚାଳକଙ୍କଠାରୁ ଆକ୍ରମଣ କରି ଲୁଟ୍‌ ମାମଲାରେ ପୋଲିସ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପରଜଙ୍ଗ ଥାନା ଲୋଧଣି ଗ୍ରାମର ଅନିଲ ନାଏକ (୧୯), ପରଜଙ୍ଗ ଥାନା ଦଦରାଘାଟି ୩ନଂ. କଲୋନୀର ସୁନୀଲ ନାଏକ (୨୦) ଏବଂ ଅନୁଗୋଳ ଜିଲା ତାଳଚେର ଥାନା କୁକୁଡୁଲା ଅଞ୍ଚଳର ଚନ୍ଦନ ନାଏକ। ସେମାନଙ୍କ ନିକଟରୁ
୧୬ ମୋବାଇଲ, ଏକ ବାଇକ୍‌, ବହୁ ପ୍ୟାନକାର୍ଡ, ଡ୍ରାଇଭିଂ ଲାଇସେନ୍ସ ଜବତ କରାଯାଇଛି।
ସଦର ଏସ୍‌ଡିପିଓଙ୍କ କାର୍ଯ୍ୟାଳୟରେ ଗୁରୁବାର ଅପରାହ୍ନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଲୁଟେରା ଗ୍ୟାଙ୍ଗ୍‌ ସମ୍ପର୍କରେ ସବିଶେଷ ସୂଚନା ଦିଆଯାଇଛି।
ଗଣମାଧ୍ୟମକୁ ସୂଚନା ଦେଇ ଏସ୍‌ଡିପିଓ ଶ୍ରୀହର୍ଷ ମିଶ୍ର କହିଲେ, ଗତ ୨୭ ତାରିଖରେ କଣ୍ଟାବଣିଆ ଓଭରବ୍ରିଜ୍‌ ନିକଟରେ ଟ୍ରାନ୍ସପୋର୍ଟ ସାମଗ୍ରୀ ନେଇ ଆସିଥିବା ଟ୍ରକ୍‌କୁ ଗାଡ଼ି ଚାଳକ ରବୀନ୍ଦ୍ର ସିଂ ପାର୍କିଂ କରିଥିଲେ। ରାତି ପ୍ରାୟ ୧୧ଟାରେ ସମ୍ପୃକ୍ତ ଅଭିଯୁକ୍ତମାନେ ତାଙ୍କୁ ମରଣାନ୍ତକ ଆକ୍ରମଣ କରି ମୋବାଇଲ, ଡ୍ରାଇଭିଂ ଲାଇସେନ୍ସ, ପ୍ୟାନକାର୍ଡ ଲୁଟି ନେଇଥିଲେ। ରବୀନ୍ଦ୍ରଙ୍କ ଅଭିଯୋଗକ୍ରମେ ନଂ. ୫୦/୧୯, ଦଫା ୩୯୨ ଆଇପିସିରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଥିଲା। କୌଣସି ସୂତ୍ରରୁ ସୂଚନା ପାଇ ବୁଧବାର ରାତିରେ ପୋଲିସ ଓଭରବ୍ରିଜ୍‌ ଅଞ୍ଚଳରେ ଚଢ଼ାଉ କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଘଟଣାରେ ସମ୍ପୃକ୍ତ ଅନ୍ୟଜଣେ ଫେରାର ଅଛନ୍ତି। ଅନିଲଙ୍କ ଘର ଲୋଧଣି ଗ୍ରାମରେ। ସେ ଅନୁଗୋଳ ଜିଲା କଲିୟାରି ଥାନା ଟିଟିପିଏସ୍‌ ନାୟକ ସାହି ଅଞ୍ଚଳରେ ରହି ବିଭିନ୍ନ ଅସାମାଜିକ କାର୍ଯ୍ୟରେ ଲିପ୍ତ ଥିବା ଏସ୍‌ଡିପିଓ କହିଛନ୍ତି। କଣ୍ଟାବଣିଆ ଥାନାଧିକାରୀ ବିଜୟ ହାଇବ୍ରୁ, ଏସ୍‌ଆଇ ପ୍ରଦୀପ ନାୟକ ପ୍ରମୁଖ ଚଢ଼ାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri