ନବରଙ୍ଗପୁର,୩ା୧(ବି.ପ୍ର)- ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅଧୀନ କାନାକୋଟ ପଞ୍ଚାୟତ ସରପଞ୍ଚ ଜଗ ଭତରାଙ୍କ ୩ଟି ସନ୍ତାନ ଥିବାରୁ ତାଙ୍କ ପଦବୀକୁ ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ ଅଜିତ କୁମାର ମିଶ୍ର ଅସିଦ୍ଧ ଘୋଷଣା କରିଛନ୍ତି ା ଏଥିସହ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ମକାରୁ ଭତରାଙ୍କୁ ସରପଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତିି ା ୨୦୧୭ ଫେବୃୟାରୀରେ ହୋଇଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର କାନାକୋଟ ପଞ୍ଚାୟତ ସରପଞ୍ଚ ପଦବୀ ପାଇଁ ଜଗ ଭତରା ଓ ମକାରୁ ଭତରା ପ୍ରତିଦ୍ୱନ୍ଦ୍ୱିତା କରିଥିଲେ।
ଏଥିରେ ଜଗ ନିର୍ବାଚିତ ହୋଇ ସରପଞ୍ଚ ହୋଇଥିଲେ। ତେବେ ଜଗ ମିଥ୍ୟା ସତ୍ୟପାଠ ଦାଖଲ କରିଥିବା ସନପତ ଭତରା ସହ ଅନ୍ୟମାନେ ୨୦୧୭ ମାର୍ଚ୍ଚ ୧୬ ତାରିଖରେ ଅଭିଯୋଗ କରିଥିଲେ ା ସେମାନେ ଅଭିଯୋଗରେ ଦର୍ଶାଇଥିଲେ ଯେ, ୧୯୯୪ ପରେ ଯେଉଁ ପ୍ରାର୍ଥୀଙ୍କ ୩ଟି ସନ୍ତାନ ରହିଥିବ, ସେ ନିର୍ବାଚନ ଲଢି ପାରିବେ ନାହିଁ ବୋଲି ନିର୍ବାଚନ ଆଇନ ରହିଛି ା ତେବେ ଜଗଙ୍କ ୧୯୯୪ ପରେ ୩ଟି ସନ୍ତାନ ରହିଛି। ଜଗଙ୍କ ଦୁଇଝିଅ ଜାମ୍ବବତୀ ଭତରା, ତୁଳବତୀ ଭତରା ଓ ଗୋଟିଏ ପୁଅ ଆକାଶ ଭତରା ରହିଛନ୍ତି ା ସେଥିପାଇଁ ସରପଞ୍ଚ ପଦବୀ ଅସିଦ୍ଧ ଘୋଷଣା କରାଯାଉ। ଏଥିସହ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କୁ ସରପଞ୍ଚ କରିିବାକୁ ଜଣାଇଥିଲେ। ଏନେଇ ନିର୍ବାଚନ ପଞ୍ଚାୟତ (ନଂ. ୬/୧୭ )ରେ ଏକ ମାମଲା ରୁଜୁ ହୋଇଥିଲା ା ଝରିଗାଁ ବିଡିଓ, ମେଡିକାଲ ଅଫିସର ଓ ସିଡିପିଓଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଥିଲା ା ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ ୨୦୧୯ ଡିସେମ୍ବର ୩୧ ତାରିଖରେ ଉପରୋକ୍ତ ରାୟ ଦେଇଛନ୍ତିି ା ସନପତଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ମାନସ ତ୍ରିପାଠୀ ମାମଲା ପରିଚାଳନା କରୁଥିଲେ ା
ତୀର୍ଥଯାତ୍ରାରେ ବାହାରିଲେ ୭୭୫ ଜଣ ବରିଷ୍ଠ ନାଗରିକ: ସବୁଜ ପତାକା ଦେଖାଇଲେ ଉପମୁଖ୍ୟମନ୍ତ୍ରୀ
ରାୟଗଡା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣରେ ଯାଇଛନ୍ତି ୭୭୫ ଜଣ ବରିଷ୍ଠ ନାଗରିକ।...
ବସ୍-ବାଇକ୍ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ
ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...
ଚାଷ କାମ ପାଇଁ ଯାଇଥିଲେ, ହଠାତ୍ ଜଙ୍ଗଲରୁ ମାଡ଼ିଆସିଲା ହାତୀ: ଆଉ ତା’ପରେ ଘଟିଲା…
କଲ୍ୟାଣସିଂହପୁର,୩।୧୨(ଦୀପକ କୁମାର ପରିଡ଼ା): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକର ପାରସାଲୀ ପଞ୍ଚାୟତ ଅଧୀନ ବୁଡୁଣି ଗାଁରେ ବୁଧବାର ସକାଳୁ ହାତୀ ଆକ୍ରମଣରେ ୩୨ ବର୍ଷୀୟ ବାଲା...
୬୮୬ ସ୍କୁଲ ବନ୍ଦ କାରଣରୁ ଛାତ୍ରୀଛାତ୍ରଙ୍କ ପାଠପଢାରେ ବାଧାସୃଷ୍ଟି: ଲୋକ ସଭାରେ ଉଦବେଗ ପ୍ରକାଶ କଲେ ଏମ୍ପି ସପ୍ତଗିରି
ରାୟଗଡା, ୧।୧୨(ଆଶିଷ ରଞ୍ଜନ ପଣ୍ଡା): ଅବିଭକ୍ତ କୋରାପୁଟ ଜିଲାର ରାୟଗଡା କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଭଳି ଆଦିବାସୀ ଅଧୁଷିତ ଜିଲାମାନଙ୍କରେ ବିଭିନ୍ନ ସରକାରୀ ଓ...
ମେରୁଦଣ୍ଡ, ପିଠିରେ ମାଂସ ବଢିବା ଯୋଗୁ ଚାଲିପାରୁନାହାନ୍ତି ୧୩ ବର୍ଷର ବାଳକ: ସହାୟତା ଯୋଗାଇଲେ ଜିଲାପାଳ
ରାୟଗଡା, ୧।୧୨(ଆଶିଷ ରଞ୍ଜନ ପଣ୍ଡା): ପିଠି ଏବଂ ମେରୁଦଣ୍ଡରେ ମାଂସ ବଢୁଥିବା କାରଣରୁ ୧୩ବର୍ଷର ଚନ୍ଦନ କିଲାକା ଦିବ୍ୟାଙ୍ଗ ପାଲଟିଯାଇଛନ୍ତି। ସଠିକ୍ରେ ଚାଲିପାରୁନାହାନ୍ତି। ଫଳରେ ବାପା...
୩ ବର୍ଷ ପୁଅର ମୃତଦେହ ବ୍ୟବଚ୍ଛେଦ ପାଇଁ ଡାକ୍ତରଙ୍କ ସହାୟକ ମାଗିଲେ ୨ ହଜାର ଟଙ୍କା
ରାୟଗଡ଼ା,୨୯ା୧୧(ଆଶିଷ ରଞ୍ଜନ ପଣ୍ଡା): ମାଆ ପଛେପଛେ ଯାଇ ନଦୀରେ ବୁଡ଼ି ଶୁକ୍ରବାର ଚାଲିଗଲା ୩ ବର୍ଷ ଶିଶୁପୁତ୍ରର ଜୀବନ। ଏହିଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା...
ଭାଇ ବାହା ଘରୁ ଫେରିଲା ବେଳେ ବାଟରେ ଗାଡ଼ି ଦୁର୍ଘଟଣାରେ ଚାଲିଗଲା ଭଉଣୀଙ୍କ ଜୀବନ
ରାୟଗଡା,୨୬।୧୧(ଆଶିଷ ରଞ୍ଜନ ପଣ୍ଡା): ଭାଇର ବାହାଘର ସାରି ରାୟଗଡା ଫେରିଲା ବେଳେ ଏକ ସଡ଼କ ଦୁର୍ଘଟଣାରେ ଭଉଣୀ ମୃତ୍ୟୁବରଣ କରିଥିବା ଭଳି ଦୁଃଖଦ ଘଟଣା ଘଟିଛି...
ପୁଣି ଜଣେ ୫୧ ବର୍ଷୀୟ ଦାଦନ ଶ୍ରମିକ ନିଖୋଜ, ଚିନ୍ତାରେ ପରିବାର
କଲ୍ୟାଣସିଂହପୁର, ୨୧।୧୧( ଦୀପକ କୁମାର ପରିଡ଼ା ): ଦାଦନ କାମ ପାଇଁ ଯାତ୍ରା କଲାବେଳେ ଟ୍ରେନରୁ ସମୟରେ ଓହ୍ଲାଇ ପାରି ନ ଥିବାରୁ ଏକ ୫୧...
Archives


